1. ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।”
|
2. ସେତେବେଳେ ସେ କହିଲେ, “ତୁମ୍ଭେ ଏବେ ଆପଣା ପୁତ୍ରକୁ, ତୁମ୍ଭର ଅଦ୍ୱିତୀୟ ପୁତ୍ରକୁ, ଅର୍ଥାତ୍, ତୁମ୍ଭେ ଯାହାକୁ ସ୍ନେହ କର, ସେହି ଇସ୍ହାକକୁ ଘେନି ମୋରୀୟା ଦେଶକୁ ଯାଅ; ପୁଣି, ଆମ୍ଭେ ସେହି ଦେଶରେ ଯେଉଁ ପର୍ବତ କହିବା, ସେହି ପର୍ବତ ଉପରେ ତାହାକୁ ହୋମାର୍ଥେ ବଳିଦାନ କର।”
|
3. ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।
|
5. ସେତେବେଳେ ଅବ୍ରହାମ ସେହି ଦାସମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ସ୍ଥାନରେ ଗଧ ସହିତ ଥାଅ, ମୁଁ ଓ ବାଳକ ଦୁହେଁ ସେ ସ୍ଥାନକୁ ଯାଇ ଆରାଧନା କରି ପଛେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା।”
|
6. ତହୁଁ ଅବ୍ରହାମ ଯଜ୍ଞକାଷ୍ଠ ଘେନି ଆପଣା ପୁତ୍ର ଇସ୍ହାକର ସ୍କନ୍ଧରେ ଦେଇ ନିଜ ହସ୍ତରେ ଅଗ୍ନି ଓ ଛୁରିକା ଘେନିଲେ, ପୁଣି, ଦୁହେଁ ଏକତ୍ର ଚାଲିଗଲେ।
|
7. ଆଉ ଇସ୍ହାକ ଆପଣା ପିତା ଅବ୍ରହାମଙ୍କୁ ଡାକି କହିଲା, “ହେ ମୋହର ପିତଃ।” ତହିଁରେ ସେ ଉତ୍ତର କଲେ, “ପୁତ୍ର, ଦେଖ, ମୁଁ ଏଠାରେ।” ସେତେବେଳେ ସେ ପଚାରିଲା, “ଏହି ଦେଖ, ଅଗ୍ନି ଓ କାଷ୍ଠ, ମାତ୍ର ହୋମ ନିମନ୍ତେ ମେଣ୍ଢା ଛୁଆ କାହିଁ ?”
|
8. ତହିଁରେ ଅବ୍ରହାମ କହିଲେ, “ପୁତ୍ର, ପରମେଶ୍ୱର ଆପେ ହୋମ ପାଇଁ ମେଣ୍ଢାଛୁଆ ଯୋଗାଇବେ।” ତହୁଁ ଦୁହେଁ ଏକତ୍ର ଚାଲିଗଲେ।
|
9. ଆଉ ପରମେଶ୍ୱରଙ୍କ ନିରୂପିତ ସ୍ଥାନରେ ଉପସ୍ଥିତ ହୁଅନ୍ତେ, ଅବ୍ରହାମ ସେଠାରେ ଏକ ଯଜ୍ଞବେଦି ନିର୍ମାଣ କରି ତହିଁ ଉପରେ କାଠ ସଜାଡ଼ି ଆପଣା ପୁତ୍ର ଇସ୍ହାକକୁ ବାନ୍ଧି ବେଦିର କାଠ ଉପରେ ଶୁଆଇଲେ।
|
11. ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”
|
12. ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
|
13. ସେତେବେଳେ ଅବ୍ରହାମ ଅନାଇ ଆପଣା ପଛଆଡ଼ ବୁଦାର ଲତାରେ ବଦ୍ଧଶୃଙ୍ଗ ଗୋଟିଏ ମେଷ ଦେଖିଲେ; ତହିଁରେ ଅବ୍ରହାମ ଯାଇ ସେହି ମେଷକୁ ଆଣି ଆପଣା ପୁତ୍ର ବଦଳେ ତାକୁ ହୋମ ନିମନ୍ତେ ଉତ୍ସର୍ଗ କଲେ।
|
14. ପୁଣି, ଅବ୍ରହାମ ସେହି ସ୍ଥାନର ନାମ ଯିହୋବା-ଯିରି * ସଦାପ୍ରଭୁ ଯୋଗାଇବେ ରଖିଲେ। ଏଥିପାଇଁ ଆଜି ପର୍ଯ୍ୟନ୍ତ ଲୋକେ କହନ୍ତି, ପର୍ବତରେ ସଦାପ୍ରଭୁ ଯୋଗାଇବେ।
|
17. ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।
|
18. ପୁଣି, ପୃଥିବୀସ୍ଥ ସମସ୍ତ ଜାତି ତୁମ୍ଭର ବଂଶ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ଯେହେତୁ ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରିଅଛ।”
|
19. ଏଥିଉତ୍ତାରେ ଅବ୍ରହାମ ସେହି ଦାସମାନଙ୍କ ନିକଟକୁ ଫେରିଗଲେ; ଆଉ ସେମାନେ ଉଠି ଏକତ୍ର ବେର୍ଶେବାକୁ ଗଲେ ଓ ଅବ୍ରହାମ ବେର୍ଶେବାରେ ବାସ କଲେ।
|
20. ସେହି ଘଟଣା ଉତ୍ତାରେ ଅବ୍ରହାମଙ୍କୁ ଏହି ସମ୍ବାଦ ଦିଆଗଲା, “ଶୁଣ, ମିଲ୍କା ମଧ୍ୟ ତୁମ୍ଭ ଭ୍ରାତା ନାହୋର ନିମନ୍ତେ ସନ୍ତାନସନ୍ତତି ପ୍ରସବ କରିଅଛି।
|