6. ମାତ୍ର ଅବ୍ରହାମ ଉପପତ୍ନୀମାନଙ୍କ ସନ୍ତାନଗଣକୁ କିଛି କିଛି ଦେଇ ଆପଣା ଜୀବଦ୍ଦଶାରେ ଇସ୍ହାକ ନିକଟରୁ ସେମାନଙ୍କୁ ପୂର୍ବଦିଗସ୍ଥ ଦେଶରେ ରହିବାକୁ ବିଦାୟ କଲେ।
|
8. ଏଥିଉତ୍ତାରେ ଅବ୍ରହାମ ଉତ୍ତମ ବୃଦ୍ଧାବସ୍ଥାରେ ବୃଦ୍ଧ ଓ ପୂର୍ଣ୍ଣାୟୁ ହୋଇ ପ୍ରାଣତ୍ୟାଗ କଲେ; ଆଉ, ପୂର୍ବରୁ ମୃତ୍ୟୁବରଣ କରିଥିବା ଆପଣା ପୂର୍ବପୁରୁଷଗଣ ସହିତ ଜଡିତ ହେଲେ।
|
9. ଆଉ ତାଙ୍କର ପୁତ୍ର ଇସ୍ହାକ ଓ ଇଶ୍ମାୟେଲ ମମ୍ରିର ସମ୍ମୁଖରେ ହିତ୍ତୀୟ ସୋହରର ପୁତ୍ର ଇଫ୍ରୋଣର କ୍ଷେତ୍ରସ୍ଥିତ ମକ୍ପେଲା ନାମକ ଗୁହାରେ ତାଙ୍କୁ କବର ଦେଲେ।
|
10. ଯେହେତୁ ଅବ୍ରହାମ ହିତ୍ତୀୟ ସନ୍ତାନମାନଙ୍କ ନିକଟରୁ ସେହି କ୍ଷେତ୍ର କ୍ରୟ କରିଥିଲେ। ସେହି ସ୍ଥାନରେ ଅବ୍ରହାମଙ୍କର ଓ ତାଙ୍କର ଭାର୍ଯ୍ୟା ସାରାର କବର ଦିଆଗଲା।
|
11. ଅବ୍ରହାମଙ୍କ ମୃତ୍ୟୁୁ ଉତ୍ତାରେ ପରମେଶ୍ୱର ତାଙ୍କର ପୁତ୍ର ଇସ୍ହାକଙ୍କୁ ଆଶୀର୍ବାଦ କଲେ; ପୁଣି, ଇସ୍ହାକ ବେର-ଲହୟ-ରୋୟୀ ନାମକ ସ୍ଥାନରେ ବସତି କଲେ। PS
|
12. {ଇଶ୍ମାୟେଲର ବଂଶଧର} PS ସାରାର ଦାସୀ ମିସରୀୟା ହାଗାର ଅବ୍ରହାମଙ୍କ ନିମନ୍ତେ ଯାହାକୁ ପ୍ରସବ କରିଥିଲା, ଅବ୍ରହାମଙ୍କର ସେହି ପୁତ୍ର ଇଶ୍ମାୟେଲର ବଂଶାବଳୀ।
|
13. ନାମ ଓ ଗୋଷ୍ଠୀ ଅନୁସାରେ ଇଶ୍ମାୟେଲର ସନ୍ତାନମାନଙ୍କ ନାମ ଏହି। ଇଶ୍ମାୟେଲର ଜ୍ୟେଷ୍ଠପୁତ୍ର ନବାୟୋତ୍; ତାହା ଉତ୍ତାରେ କେଦାର ଓ ଅଦ୍ବେଲ ଓ ମିବ୍ସମ୍,
|
16. ଏହି ସମସ୍ତେ ଇଶ୍ମାୟେଲର ସନ୍ତାନ, ପୁଣି, ସେମାନଙ୍କ ନାମାନୁସାରେ ସେମାନଙ୍କର ଗ୍ରାମ ଓ ଛାଉଣି ସ୍ଥାନ ଥିଲା; ଆଉ ସେମାନେ ଆପଣା ଆପଣା ଗୋତ୍ରାନୁସାରେ ଦ୍ୱାଦଶ ଅଧିପତି ଥିଲେ।
|
17. ଇଶ୍ମାୟେଲର ଆୟୁର ପରିମାଣ ଶହେ ସଇଁତିରିଶ ବର୍ଷ ଥିଲା; ତହୁଁ ସେ ପ୍ରାଣତ୍ୟାଗ କଲା; ଆଉ ସେ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେଲା।
|
18. ଏଥିଉତ୍ତାରେ ତାହାର ସନ୍ତାନମାନେ ହବୀଲା ଓ ମିସରର ପୂର୍ବସ୍ଥିତ ଶୂରଠାରୁ ଅଶୂରୀୟା ଦିଗରେ ବସତି କଲେ। ଏହିରୂପେ ସେ ଆପଣା ସମସ୍ତ ଭ୍ରାତୃଗଣର ସମ୍ମୁଖସ୍ଥ ବସତି ସ୍ଥାନ ପାଇଲା। PS
|
20. ସେହି ଇସ୍ହାକ ଚାଳିଶ ବର୍ଷ ବୟସରେ ପଦ୍ଦନ୍ ଅରାମୀୟ ବଥୂୟେଲର କନ୍ୟା, ଅର୍ଥାତ୍, ଅରାମୀୟ ଲାବନର ଭଗିନୀ ରିବିକାକୁ ବିବାହ କଲେ।
|
21. ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
|
22. ଏଥିଉତ୍ତାରେ ତାହାର ଗର୍ଭ ମଧ୍ୟରେ ଶିଶୁମାନେ ଛନ୍ଦାଛନ୍ଦି ହେବାରୁ, ମୋହର ଏପରି କାହିଁକି ହେଲା ? ଏପରି କି ହୋଇଥାଏ ? ଏହା ଭାବି ସେ ସଦାପ୍ରଭୁଙ୍କ ନିକଟକୁ ପଚାରିବା ପାଇଁ ଗଲା।
|
23. ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
|
25. ତାହାର ଜ୍ୟେଷ୍ଠ ରକ୍ତବର୍ଣ୍ଣ ଓ ସର୍ବାଙ୍ଗ ଲୋମଶ ବସ୍ତ୍ର ପରି ଥିଲା; ଏହେତୁ ତାହାର ନାମ ଏଷୌ * ଅର୍ଥାତ୍ ଲୋମବ୍ୟାପ୍ତ ଦିଆଗଲା।
|
26. ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଥିପାଇଁ ତାହାର ନାମ ଯାକୁବ † ଅର୍ଥାତ୍ ପଦାପହାରକ ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ। PS
|
27. {ଏଷୌର ଜ୍ୟେଷ୍ଠାଧିକାର ବିକ୍ରୟ} PS ଏଥିଉତ୍ତାରେ ବାଳକମାନେ ବଢ଼ିଲା ଉତ୍ତାରେ ଏଷୌ ମୃଗୟାନିପୁଣ ଓ ବନବିହାରୀ ହେଲା; ପୁଣି, ଯାକୁବ ମୃଦୁମନୁଷ୍ୟ ଓ ତମ୍ବୁବାସୀ ହେଲା।
|
30. ତହୁଁ ସେ ଯାକୁବକୁ କହିଲା, “ମୁଁ କ୍ଳାନ୍ତ ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ,” ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା।
|
33. ଯାକୁବ କହିଲା, “ତୁମ୍ଭେ ଆଜି ମୋ’ ନିକଟରେ ଶପଥ କର,” ତହିଁରେ ସେ ତାହା ନିକଟରେ ଶପଥ କଲା। ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
|
34. ତହୁଁ ଯାକୁବ ଏଷୌକୁ ରୁଟି ଓ ରନ୍ଧା ମସୁର ଡାଲି ଦିଅନ୍ତେ, ସେ ଭୋଜନ ପାନ କରି ଉଠିଗଲା। ଏହିରୂପେ ଏଷୌ ଆପଣା ଜ୍ୟେଷ୍ଠାଧିକାର ତୁଚ୍ଛଜ୍ଞାନ କଲା। PE
|