1. {ଯାକୁବଙ୍କୁ ଲାବନଙ୍କ ନିକଟକୁ ପ୍ରେରଣ} PS ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଡକାଇ ଆଶୀର୍ବାଦ କଲେ ଏବଂ ଏହି ଆଜ୍ଞା ଦେଇ ତାହାଙ୍କୁ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟାକୁ ବିବାହ କରିବ ନାହିଁ।
|
2. ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
|
4. ଆଉ ଅବ୍ରହାମଙ୍କ ପ୍ରତି ଦତ୍ତ ଆଶୀର୍ବାଦ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଫଳ କରନ୍ତୁ; ତହିଁରେ ପରମେଶ୍ୱର ତୁମ୍ଭର ପ୍ରବାସ ସ୍ଥାନ ଏହି ଯେଉଁ ଦେଶ ଅବ୍ରହାମଙ୍କୁ ଦେଇଅଛନ୍ତି, ସେହି ଦେଶରେ ତୁମ୍ଭର ଅଧିକାର ହେଉ।”
|
5. ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ବିଦାୟ କରନ୍ତେ, ସେ ପଦ୍ଦନ୍ ଅରାମରେ ଅରାମୀୟ ବଥୂୟେଲର ପୁତ୍ର ଲାବନର, ଅର୍ଥାତ୍, ଯାକୁବ ଓ ଏଷୌର ମାତା ରିବିକାର ଭ୍ରାତା ନିକଟକୁ ଯାତ୍ରା କଲା। PS
|
6. {ଏଷୌଙ୍କର ପୁନର୍ବିବାହ} PS ଏଥିଉତ୍ତାରେ ଇସ୍ହାକ ଯାକୁବଙ୍କୁ ଆଶୀର୍ବାଦ କରି ବିବାହ ନିମନ୍ତେ ପଦ୍ଦନ୍ ଅରାମକୁ ବିଦାୟ କଲେ, ପୁଣି, ଯାକୁବଙ୍କୁ ଆଶୀର୍ବାଦ କରିବା ସମୟରେ ତାହାଙ୍କୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ କିଣାନ ଦେଶର କୌଣସି କନ୍ୟା ବିବାହ କର ନାହିଁ।”
|
9. ଆପଣାର ଭାର୍ଯ୍ୟାଗଣ ଥିଲେ ହେଁ ଇଶ୍ମାୟେଲ ନିକଟକୁ ଯାଇ ଅବ୍ରହାମଙ୍କର ପୌତ୍ରୀ ଇଶ୍ମାୟେଲର ପୁତ୍ରୀ ନବାୟୋତ୍ର ଭଗିନୀ ମହଲତ୍ ନାମ୍ନୀ କନ୍ୟାକୁ ବିବାହ କଲା। ବେଥେଲ୍ରେ ଯାକୁବଙ୍କ ସ୍ୱପ୍ନ PEPS
|
11. ପୁଣି, ସୂର୍ଯ୍ୟାସ୍ତ ହେବାରୁ ସେ କୌଣସି ଏକ ସ୍ଥାନରେ ରାତ୍ରି କ୍ଷେପଣ କଲା; ପୁଣି, ସେ ସେହି ସ୍ଥାନର ଖଣ୍ଡିଏ ପ୍ରସ୍ତର ନେଇ ମସ୍ତକ ତଳେ ଦେଇ ନିଦ୍ରା ଯିବା ନିମନ୍ତେ ସେହି ସ୍ଥାନରେ ଶୟନ କଲା।
|
12. ତହିଁରେ ସେ ସ୍ୱପ୍ନରେ ପୃଥିବୀରେ ସ୍ଥାପିତ ଗୋଟିଏ ସୋପାନ ଦେଖିଲା, ତହିଁର ମସ୍ତକ ଗଗନସ୍ପର୍ଶୀ; ପୁଣି, ଦେଖ, ତାହା ଦେଇ ପରମେଶ୍ୱରଙ୍କ ଦୂତଗଣ ଆରୋହଣ ଓ ଅବରୋହଣ କରୁଅଛନ୍ତି।
|
13. ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
|
14. ତୁମ୍ଭର ବଂଶ ପୃଥିବୀର ଧୂଳି ପରି (ଅସଂଖ୍ୟ) ହେବେ, ପୁଣି, ତୁମ୍ଭେ ପୂର୍ବ ଓ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ, ଚାରିଆଡ଼େ ବୃଦ୍ଧି ପାଇବ; ପୁଣି, ତୁମ୍ଭଠାରୁ ଓ ତୁମ୍ଭ ବଂଶଠାରୁ ପୃଥିବୀସ୍ଥ ଯାବତୀୟ ବଂଶ ଆଶୀର୍ବାଦ ପାଇବେ।
|
15. ପୁଣି, ଦେଖ, ଆମ୍ଭେ ତୁମ୍ଭର ସହାୟ ଅଟୁ, ଆଉ ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଯିବ, ସେହି ସେହି ସ୍ଥାନରେ ଆମ୍ଭେ ତୁମ୍ଭକୁ ରକ୍ଷା କରିବା ଓ ପୁନର୍ବାର ତୁମ୍ଭକୁ ଏ ଦେଶକୁ ଆଣିବା; କାରଣ ଆମ୍ଭେ ଯାହା ତୁମ୍ଭକୁ କହିଅଛୁ, ତାହା ସଫଳ ନ କରିବା ପର୍ଯ୍ୟନ୍ତ ଆମ୍ଭେ ତୁମ୍ଭକୁ ପରିତ୍ୟାଗ କରିବା ନାହିଁ।”
|
16. ଏଥିଉତ୍ତାରେ ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, “ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।”
|
17. ପୁଣି, ସେ ଭୀତ ହୋଇ ଆହୁରି କହିଲା, “ଏ କିପରି ଭୟାନକ ସ୍ଥାନ ! ଏ ତ ନିତାନ୍ତ ପରମେଶ୍ୱରଙ୍କର ଗୃହ, ଏହି ତ ସ୍ୱର୍ଗର ଦ୍ୱାର।”
|
18. ଏଥିଉତ୍ତାରେ ଯାକୁବ ପ୍ରଭାତରେ ଉଠି ଯେଉଁ ପ୍ରସ୍ତର ମସ୍ତକ ତଳେ ଦେଇଥିଲା, ତାହା ନେଇ ସ୍ତମ୍ଭ ରୂପେ ସ୍ଥାପନ କରି ତହିଁ ଉପରେ ତୈଳ ଢାଳିଲା।
|
19. ପୁଣି, ସେହି ସ୍ଥାନର ନାମ ବେଥେଲ୍ * ଅର୍ଥାତ୍ ପରମେଶ୍ୱରଙ୍କ ଗୃହ ରଖିଲା; ମାତ୍ର ପୂର୍ବେ ସେହି ନଗରର ନାମ ଲୂସ୍ ଥିଲା।
|
20. ଆଉ ଯାକୁବ ମାନତ କରି କହିଲା, “ଯଦି ପରମେଶ୍ୱର ମୋହର ସହାୟ ହେବେ ଓ ମୋହର ଏହି ଯିବା ପଥରେ ମୋତେ ରକ୍ଷା କରିବେ, ପୁଣି, ଆହାର ନିମନ୍ତେ ଅନ୍ନ ଓ ପରିଧାନ ନିମନ୍ତେ ବସ୍ତ୍ର ଦେବେ,
|
22. ପୁଣି, ମୁଁ ଏହି ଯେଉଁ ପ୍ରସ୍ତର ସ୍ତମ୍ଭ ରୂପେ ସ୍ଥାପନ କରିଅଛି, ତାହା ପରମେଶ୍ୱରଙ୍କ ଗୃହ ହେବ, ଆଉ ତୁମ୍ଭେ ମୋତେ ଯାହା ସବୁ ଦେବ, ତହିଁର ଦଶମାଂଶ ମୁଁ ତୁମ୍ଭଙ୍କୁ ଅବଶ୍ୟ ଦେବି।” PE
|