ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଆଦି ପୁସ୍ତକ
1. {#1ଯାକୁବ ଏଷୌଙ୍କ ମିଳନ } [PS]ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରିଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା,
2. ଅର୍ଥାତ୍‍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।
3. ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା।
4. ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ।
5. ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା,” ତୁମ୍ଭ ସଙ୍ଗେ ଏମାନେ କିଏ ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।”
6. ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ।
7. ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ।
8. ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।”
9. ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।”
10. ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋ’ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋ’ ପ୍ରତି ପ୍ରସନ୍ନ ହୋଇଅଛନ୍ତି।
11. ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
12. ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।”
13. ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋ’ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ।
14. ଏଣୁ ନିବେଦନ କରୁଅଛି, “ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋ’ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।”
15. ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।”
16. ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା।
17. ମାତ୍ର ଯାକୁବ ସୁକ୍‍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍‍କୋତ[* କୁଡ଼ିଆ ] ନାମରେ ବିଖ୍ୟାତ ହୋଇଅଛି।
18. ଏହି ପ୍ରକାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା।
19. ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା।
20. ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ[† ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ପୁଣି ଯେ ସର୍ବଶକ୍ତିମାନ ଅଟନ୍ତି ] ରଖିଲା। [PE]
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 50
ଯାକୁବ ଏଷୌଙ୍କ ମିଳନ 1 ଏଥିଉତ୍ତାରେ ଯାକୁବ ଅନାଇ ଦେଖିଲା, ଆଉ ଦେଖ, ଏଷୌ ଉପସ୍ଥିତ, ପୁଣି, ତାହା ସଙ୍ଗେ ଚାରିଶହ ପୁରୁଷ। ତହିଁରେ ସେ ଆପଣା ସନ୍ତାନମାନଙ୍କୁ ବିଭାଗ କରି ଲେୟା ଓ ରାହେଲ ଓ ଦୁଇ ଦାସୀଙ୍କ ନିକଟରେ ସମର୍ପଣ କଲା, 2 ଅର୍ଥାତ୍‍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା। 3 ପୁଣି, ଆପେ ସମସ୍ତଙ୍କ ଆଗେ ଯାଇ ସାତଥର ଭୂମିଷ୍ଠ ପ୍ରଣାମ କରୁ କରୁ ଆପଣା ଭ୍ରାତା ନିକଟରେ ଉପସ୍ଥିତ ହେଲା। 4 ସେତେବେଳେ ଏଷୌ ତାହାକୁ ଭେଟିବାକୁ ଧାଇଁ ଆସି ତାହାର ଗଳା ଧରି ଆଲିଙ୍ଗନ ଓ ଚୁମ୍ବନ କଲା, ପୁଣି, ଦୁହେଁ ରୋଦନ କଲେ। 5 ଏଉତ୍ତାରେ ସେ ଅନାଇ ସ୍ତ୍ରୀଗଣକୁ ଓ ବାଳକଗଣକୁ ଦେଖି ପଚାରିଲା,” ତୁମ୍ଭ ସଙ୍ଗେ ଏମାନେ କିଏ ?” ତହିଁରେ ସେ କହିଲା, “ପରମେଶ୍ୱର କୃପା କରି ଆପଣଙ୍କ ଦାସକୁ ଏହି ସମସ୍ତ ସନ୍ତାନ ଦେଇଅଛନ୍ତି।” 6 ତହୁଁ ଦାସୀଗଣ ଓ ସେମାନଙ୍କ ସନ୍ତାନମାନେ ନିକଟକୁ ଆସି ପ୍ରଣାମ କଲେ। 7 ତହିଁ ପଛେ ଲେୟା ଓ ତାହାର ସନ୍ତାନମାନେ ଆସି ପ୍ରଣାମ କଲେ; ସର୍ବଶେଷରେ ଯୋଷେଫ ଓ ରାହେଲ ନିକଟକୁ ଆସି ପ୍ରଣାମ କଲେ। 8 ତହିଁରେ ଏଷୌ ପଚାରିଲା, “ମୁଁ ଆଗେ ଯେଉଁ ସବୁ (ପଶ୍ୱାଦି) ଦଳ ସହିତ ଭେଟିଲି; ତାହା କି ନିମନ୍ତେ ?” ଯାକୁବ କହିଲା, “ମୋ’ ପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଇବା ନିମନ୍ତେ।” 9 ତହୁଁ ଏଷୌ କହିଲା, “ମୋହର ଯଥେଷ୍ଟ ଅଛି; ଭାଇ, ତୁମ୍ଭର ଯାହା ଅଛି, ତାହା ତୁମ୍ଭର ଥାଉ।” 10 ଯାକୁବ କହିଲା, “ନା, ବିନୟ କରୁଅଛି, ମୁଁ ଆପଣଙ୍କ ଦୃଷ୍ଟିରେ ଯଦି ଅନୁଗ୍ରହ ପାଇଲି, ତେବେ ମୋ’ ହସ୍ତରୁ ସେହି ଭେଟି ଗ୍ରହଣ କରନ୍ତୁ; କାରଣ ପରମେଶ୍ୱରଙ୍କ ମୁଖ ଦର୍ଶନ କଲା ପରି ମୁଁ ଆପଣଙ୍କ ମୁଖ ଦର୍ଶନ କରିଅଛି; ମଧ୍ୟ ଆପଣ ମୋ’ ପ୍ରତି ପ୍ରସନ୍ନ ହୋଇଅଛନ୍ତି। 11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା। 12 ଏଥିଉତ୍ତାରେ ଏଷୌ କହିଲା, “ଆସ, ଆମ୍ଭେମାନେ ଯିବା, ମୁଁ ତୁମ୍ଭମାନଙ୍କ ଆଗେ ଆଗେ ଯାଉଅଛି।” 13 ତହିଁରେ ଯାକୁବ କହିଲା, “ମୋହର ପ୍ରଭୁ ଜାଣନ୍ତି, ଏହି ବାଳକମାନେ କୋମଳ, ଆଉ ଦୁଗ୍ଧବତୀ ମେଷୀ ଓ ଗାଭୀ ମୋ’ ସଙ୍ଗରେ ଅଛନ୍ତି; ଦିନେ ଅଧିକ ଚଳାଇଲେ ସବୁ ପଲ ମରିଯିବେ। 14 ଏଣୁ ନିବେଦନ କରୁଅଛି, “ମୋହର ପ୍ରଭୁ ଆପଣା ଦାସର ଆଗେ ଆଗେ ଗମନ କରନ୍ତୁ; ସେୟୀର ପ୍ରଦେଶରେ ମୋ’ ପ୍ରଭୁଙ୍କ ନିକଟରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ମୁଁ ପଶୁଗଣର ଗମନ ଶକ୍ତି ଅନୁସାରେ ଓ ବାଳକଗଣର ଗମନ ଶକ୍ତି ଅନୁସାରେ ଧୀରେ ଧୀରେ ଚଳାଇ ନେବି।” 15 ଏଷୌ କହିଲା, “ତେବେ ମୋ’ ସଙ୍ଗୀ କେତେକ ଲୋକଙ୍କୁ ତୁମ୍ଭ ନିକଟରେ ରଖି ଯାଉଅଛି।” ଯାକୁବ କହିଲା, “କି ପ୍ରୟୋଜନ ? ମୋ’ ପ୍ରତି କେବଳ ପ୍ରଭୁଙ୍କର ଅନୁଗ୍ରହ ଦୃଷ୍ଟି ଥାଉ।” 16 ତହଁରେ ଏଷୌ ସେହି ଦିନ ସେୟୀର ପଥ ଦେଇ ବାହୁଡ଼ି ଗଲା। 17 ମାତ୍ର ଯାକୁବ ସୁକ୍‍କୋତକୁ ଗମନ କରି ଆପଣା ପାଇଁ ଗୃହ ଓ ପଶୁମାନଙ୍କ ନିମନ୍ତେ କୁଡ଼ିଆ ନିର୍ମାଣ କଲା; ଏଥିପାଇଁ ଏହି ସ୍ଥାନ ସୁକ୍‍କୋତ* କୁଡ଼ିଆ ନାମରେ ବିଖ୍ୟାତ ହୋଇଅଛି। 18 ଏହି ପ୍ରକାରେ ଯାକୁବ ପଦ୍ଦନ୍‍ ଅରାମଠାରୁ ବାହାରି କୁଶଳରେ କିଣାନ ଦେଶସ୍ଥ ଶିଖିମର ଏକ ନଗରରେ ଉପସ୍ଥିତ ହୋଇ ନଗରର ବାହାରେ ତମ୍ବୁ ସ୍ଥାପନ କଲା। 19 ଏଥିଉତ୍ତାରେ ଶିଖିମର ପିତା ହମୋରର ସନ୍ତାନମାନଙ୍କୁ ଏକଶହ କସୀତା ରୌପ୍ୟ ମୁଦ୍ରା ଦେଇ ସେହି ତମ୍ବୁ ସ୍ଥାପନର ଭୂମିଖଣ୍ଡ କିଣିଲା। 20 ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ପୁଣି ଯେ ସର୍ବଶକ୍ତିମାନ ଅଟନ୍ତି ରଖିଲା।
Total 50 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 33 / 50
×

Alert

×

Oriya Letters Keypad References