2. ଏଷୌ କିଣାନୀୟମାନଙ୍କର ଦୁଇ କନ୍ୟାକୁ, ଅର୍ଥାତ୍, ହିତ୍ତୀୟ ଏଲୋନର କନ୍ୟା ଆଦାକୁ ଓ ଅନାର କନ୍ୟା ହିବ୍ବୀୟ ସିବୀୟୋନ୍ର ପୌତ୍ରୀ ଅହଲୀବାମାକୁ,
|
6. ଏଥିଉତ୍ତାରେ ଏଷୌ ଆପଣା ଭାର୍ଯ୍ୟାଗଣ ଓ ପୁତ୍ରକନ୍ୟାଗଣ ଓ ଗୃହସ୍ଥିତ ଅନ୍ୟାନ୍ୟ ସମସ୍ତ ଲୋକଙ୍କୁ, ପୁଣି, ଆପଣାର ସମସ୍ତ ପଶ୍ୱାଦି ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ଆପଣା ଭ୍ରାତା ଯାକୁବ ନିକଟରୁ ଅନ୍ୟ ଦେଶକୁ ପ୍ରସ୍ଥାନ କଲା।
|
7. ଯେହେତୁ ସେମାନଙ୍କର ସମ୍ପତ୍ତି ପ୍ରଚୁର ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ, ପୁଣି, ସେମାନଙ୍କର ପଶ୍ୱାଦି ସକାଶୁ ସେହି ପ୍ରବାସ ସ୍ଥାନରେ ନିର୍ବାହ ଚଳିଲା ନାହିଁ।
|
10. ଏଷୌର ସନ୍ତାନମାନଙ୍କର ନାମ ଏହି। ଏଷୌର ଆଦା ନାମ୍ନୀ ଭାର୍ଯ୍ୟାର ପୁତ୍ର ଇଲୀଫସ୍ ଓ ବାସମତ୍ ନାମ୍ନୀ ଭାର୍ଯ୍ୟାର ପୁତ୍ର ରୁୟେଲ।
|
12. ପୁଣି, ଏଷୌର ପୁତ୍ର ଇଲୀଫସ୍ର ତିମ୍ନା ନାମ୍ନୀ ଏକ ଉପପତ୍ନୀ ଥିଲା, ସେ ଇଲୀଫସ୍ ଦ୍ଵାରା ଅମାଲେକକୁ ପ୍ରସବ କଲା; ଏମାନେ ଏଷୌର ପତ୍ନୀ ଆଦାର ସନ୍ତାନ।
|
14. ପୁଣି, ସିବୀୟୋନ୍ର ପୌତ୍ରୀ ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ତାହାର ସନ୍ତାନ ଯିୟୂଶ୍ ଓ ଯାଲମ୍ ଓ କୋରହ।
|
15. ଏଷୌର ସନ୍ତାନମାନଙ୍କ ରାଜାବଳୀ। ଏଷୌର ଜ୍ୟେଷ୍ଠ ପୁତ୍ର ଯେ ଇଲୀଫସ୍, ତାହାର ପୁତ୍ର ରାଜା ତୈମନ୍ ଓ ରାଜା ଓମାର୍ ଓ ରାଜା ସଫୋ ଓ ରାଜା କନସ୍
|
16. ଓ ରାଜା କୋରହ ଓ ରାଜା ଗୟିତମ୍ ଓ ରାଜା ଅମାଲେକ୍; ଇଦୋମ ଦେଶରେ ଇଲୀଫସ୍ ବଂଶୀୟ ଏହି ରାଜଗଣ ଆଦାର ସନ୍ତାନ ଥିଲେ।
|
17. ଏଷୌର ପୁତ୍ର ରୁୟେଲର ସନ୍ତାନ ରାଜା ନହତ୍ ଓ ରାଜା ସେରହ ଓ ରାଜା ଶମ୍ମ ଓ ରାଜା ମିସା; ଇଦୋମ ଦେଶରେ ରୁୟେଲ ବଂଶୀୟ ଏହି ରାଜାମାନେ ଏଷୌର ଭାର୍ଯ୍ୟା ବାସମତ୍ର ସନ୍ତାନ ଥିଲେ।
|
18. ପୁଣି, ଏଷୌର ଭାର୍ଯ୍ୟା ଅହଲୀବାମାର ସନ୍ତାନ ରାଜା ଯିୟୂଶ୍ ଓ ରାଜା ଯାଲମ୍ ଓ ରାଜା କୋରହ; ଅନାର କନ୍ୟା ଯେ ଅହଲୀବାମା, ଏଷୌର ଭାର୍ଯ୍ୟା ଥିଲା, ଏମାନେ ତାହାର ସନ୍ତାନ।
|
20. {ସେୟୀରଙ୍କ ବଂଶଧର} PS (ପୂର୍ବକାଳର) ସେହି ଦେଶନିବାସୀ ହୋରୀୟ ସେୟୀରର ସନ୍ତାନ ଲୋଟନ୍ ଓ ଶୋବଲ୍ ଓ ସିବୀୟୋନ୍ ଓ ଅନା
|
24. ପୁଣି, ସିବୀୟୋନ୍ର ପୁତ୍ର ଅୟା ଓ ଅନା; ଏହି ଅନା ଆପଣା ପିତା ସିବୀୟୋନ୍ର ଗଧ ଚରାଇବା ସମୟରେ ପ୍ରାନ୍ତରରେ ଉଷ୍ଣ ଜଳର ଝର ଆବିଷ୍କାର କଲା।
|
31. {ଇଦୋମର ରାଜାଗଣ} PS ଆଉ, ଇସ୍ରାଏଲୀୟ ସନ୍ତାନମାନଙ୍କ ଉପରେ କୌଣସି ରାଜା ରାଜତ୍ୱ କରିବା ପୂର୍ବେ ଏହି ରାଜାମାନେ ଇଦୋମ ଦେଶରେ ରାଜ୍ୟ କଲେ।
|
35. ହୂଶମ୍ର ମରଣ ଉତ୍ତାରେ, ବଦଦର ପୁତ୍ର ଯେ ହଦଦ୍ ମୋୟାବ କ୍ଷେତ୍ରରେ ମିଦୀୟନକୁ ଜୟ କଲା, ସେ ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ଅବୀତ୍।
|
39. ପୁଣି, ଅକ୍ବୋରର ପୁତ୍ର ବାଲ୍ହାନନ୍ର ମରଣ ଉତ୍ତାରେ, ହଦର ତାହା ପଦରେ ରାଜତ୍ୱ କଲା; ତାହାର ରାଜଧାନୀର ନାମ ପାଉ ଓ ତାହାର ଭାର୍ଯ୍ୟାର ନାମ ମହେଟବେଲ ଥିଲା; ସେ ମଟ୍ରେଦର ପୁତ୍ରୀ ଓ ମେଷାହବର ପୌତ୍ରୀ।
|
40. ଏଷୌଠାରୁ ଉତ୍ପନ୍ନ, ପୁଣି, ଗୋଷ୍ଠୀ ଓ ସ୍ଥାନ ଓ ନାମ ଭେଦାନୁସାରେ ଯେଉଁ ଯେଉଁ ରାଜା ଥିଲେ, ସେମାନଙ୍କ ନାମାବଳୀ; ଯଥା, ରାଜା ତିମ୍ନା ଓ ରାଜା ଅଳ୍ବା ଓ ରାଜା ଯିଥେତ୍।
|
43. ଓ ରାଜା ମଗ୍ଦୀୟେଲ ଓ ରାଜା ଈରମ୍; ଏମାନେ ଆପଣା ଆପଣା ଅଧିକୃତ ଦେଶରେ ବସତି ସ୍ଥାନାନୁସାରେ ଇଦୋମର ରାଜଗଣ ଥିଲେ। ଇଦୋମୀୟମାନଙ୍କ ଆଦିପୁରୁଷ ଏଷୌର ବୃତ୍ତାନ୍ତ ସମାପ୍ତ। PE
|