1. {ଯିହୁଦା ଓ ତାମର} PS ସେହି ସମୟରେ ଯିହୁଦା ଆପଣା ଭ୍ରାତୃଗଣ ନିକଟରୁ ଅଦୁଲ୍ଲମୀୟ ହୀରା ନାମକ ଜଣେ ଲୋକ ନିକଟକୁ ଗଲା।
|
5. ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି ତାହାର ନାମ ଶେଲା ଦେଲା। ଏହାର ଜନ୍ମ ସମୟରେ ଯିହୁଦା କଷୀବରେ ଥିଲା।
|
8. ତହିଁରେ ଯିହୁଦା ଓନନ୍କୁ କହିଲା, “ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ସହବାସ କର ଓ ତାହା ପ୍ରତି ଦେବରର କର୍ତ୍ତବ୍ୟ କର୍ମ କରି ଭ୍ରାତୃବଂଶ ଉତ୍ପନ୍ନ କର।”
|
9. ମାତ୍ର ସେହି ବଂଶ ଆପଣାର ହେବ ନାହିଁ, ଏହା ବୁଝି ଓନନ୍ ଭ୍ରାତୃଭାର୍ଯ୍ୟାର ସଙ୍ଗମ କାଳେ ଭ୍ରାତୃବଂଶ ଉତ୍ପନ୍ନ କରିବା ଅନିଚ୍ଛାରେ ଭୂମିରେ ରେତଃପାତ କଲା।
|
11. ସେତେବେଳେ ଯିହୁଦା ଆପଣା ପୁତ୍ରବଧୂ ତାମରକୁ କହିଲା, “ମୋହର ପୁତ୍ର ଶେଲା ବଡ଼ ନ ହେବା ପର୍ଯ୍ୟନ୍ତ ତୁମ୍ଭେ ବିଧବା ହୋଇ ଆପଣା ପିତୃଗୃହରେ ଯାଇ ରୁହ,” ଯେହେତୁ ସେ ଭାବିଲା, କେଜାଣି ଭାଇମାନଙ୍କ ପରି ଶେଲା ମଧ୍ୟ ମରିଯିବ। ଏଥିପାଇଁ ତାମର ପିତୃଗୃହରେ ଯାଇ ବାସ କଲା।
|
12. ଆଉ ଅନେକ ଦିନ ଗତ ହୁଅନ୍ତେ, ଶୂୟର କନ୍ୟା ଯିହୁଦାର ଭାର୍ଯ୍ୟା ମଲା; ତହିଁ ଉତ୍ତାରେ ଯିହୁଦା ସାନ୍ତ୍ୱନାଯୁକ୍ତ ହୋଇ ଅଦୁଲ୍ଲମୀୟ ହୀରା ନାମକ ବନ୍ଧୁ ସହିତ ତିମ୍ନାରେ ଆପଣା ମେଷର ଲୋମ ଚ୍ଛେଦକମାନଙ୍କ ନିକଟକୁ ଗଲା।
|
13. ସେତେବେଳେ କେହି ଜଣେ ତାମରକୁ ସମ୍ବାଦ ଦେଇ କହିଲା, “ଦେଖ, ତୁମ୍ଭ ଶ୍ୱଶୁର ଆପଣା ମେଷର ଲୋମ ଚ୍ଛେଦନ କରିବା ପାଇଁ ତିମ୍ନାକୁ ଯାଉଅଛି।”
|
14. ତହିଁରେ ତାମର ବିଧବା-ବସ୍ତ୍ର ପରିତ୍ୟାଗ କରି ଆବରକ ବସ୍ତ୍ର ପିନ୍ଧି ଆପଣାକୁ ଆଚ୍ଛାଦନ କରି ତିମ୍ନାର ପଥପାର୍ଶ୍ଵସ୍ଥିତ ଐନମର ପ୍ରବେଶ-ସ୍ଥାନରେ ବସି ରହିଲା; କାରଣ ସେ ଦେଖିଲା, ଶେଲା ବଡ଼ ହେଲେ ହେଁ ତାହା ସହିତ ଆପଣାର ବିବାହ ହେଲା ନାହିଁ।
|
16. ଏନିମନ୍ତେ ସେ ପଥପାଶ୍ୱର୍ରେ ତାହା ନିକଟକୁ ଯାଇ ପୁତ୍ରବଧୂକୁ ଚିହ୍ନି ନ ପାରି କହିଲା, “ନିବେଦନ କରୁଅଛି, ତୁମ୍ଭ କତିକି ମୋତେ ଯିବାକୁ ଦିଅ।” ତହୁଁ ତାମର କହିଲା, “ତୁମ୍ଭେ ମୋ’ କତିକି ଆସିବା ପାଇଁ କଅଣ ଦେବ ?”
|
17. ସେ କହିଲା, “ପଲରୁ ଗୋଟିଏ ଛେଳିଛୁଆ ପଠାଇ ଦେବି।” ତାମର କହିଲା, “ତାହା ପଠାଇବା ଯାଏ ମୋତେ କି କୌଣସି ବନ୍ଧକ ଦେବ ?”
|
18. ଯିହୁଦା କହିଲା, “କଅଣ ବନ୍ଧକ ଦେବା ?” ତାମର କହିଲା, “ତୁମ୍ଭର ଏହି ମୋହର ଓ ସୂତ୍ର, ଆଉ ହସ୍ତଯଷ୍ଟି।” ତହୁଁ ଯିହୁଦା ତାକୁ ସେହି ସବୁ ଦେଇ ତାହା କତିକି ଗମନ କଲା, ତହିଁରେ ସେ ତାହା ଦ୍ୱାରା ଗର୍ଭବତୀ ହେଲା।
|
20. ଏଉତ୍ତାରେ ଯିହୁଦା ସେହି ସ୍ତ୍ରୀଠାରୁ ବନ୍ଧକ ଦ୍ରବ୍ୟ ନେବା ନିମନ୍ତେ ଆପଣା ଅଦୁଲ୍ଲମୀୟ ବନ୍ଧୁ ଦ୍ୱାରା ଛେଳିଛୁଆ ପଠାଇଦେଲା, ମାତ୍ର ସେ ତାହାର ଦେଖା ପାଇଲା ନାହିଁ।
|
21. ଏଣୁ ସେ ସେଠାର ଲୋକମାନଙ୍କୁ ପଚାରିଲା, ଐନମ ପଥପାର୍ଶ୍ୱରେ ଯେଉଁ ମାହାରୀ ଥିଲା, ସେ କାହିଁ ? ସେମାନେ କହିଲେ, “ଏଠାରେ କୌଣସି ମାହାରୀ ରହେ ନାହିଁ।”
|
22. ଏଥିଉତ୍ତାରେ ଯିହୁଦା ନିକଟକୁ ଫେରି ଯାଇ କହିଲା, “ମୁଁ ତାହାର ଦେଖା ପାଇଲି ନାହିଁ,” ଆଉ ସେଠାର ଲୋକମାନେ ମଧ୍ୟ କହିଲେ, “ଏହି ସ୍ଥାନରେ କୌଣସି ବେଶ୍ୟା ରହନ୍ତି ନାହିଁ।”
|
23. ତେବେ ଯିହୁଦା କହିଲା, “ତାହାଠାରେ ଯାହା ଅଛି, ସେ ତାହା ରଖୁ, ଆମ୍ଭେମାନେ କାହିଁକି ଲଜ୍ଜାସ୍ପଦ ହେବା ? ଦେଖ, ମୁଁ ଏହି ଛେଳିଛୁଆ ପଠାଇଲି, ମାତ୍ର ତୁମ୍ଭେ ତା’ର ଦେଖା ପାଇଲ ନାହିଁ।”
|
24. ଆଉ ପ୍ରାୟ ତିନି ମାସ ଉତ୍ତାରେ କେହି ଯିହୁଦାକୁ କହିଲା, “ତୁମ୍ଭର ପୁତ୍ରବଧୂ ତାମର ବ୍ୟଭିଚାରିଣୀ ହୋଇଅଛି; ଆଉ ବ୍ୟଭିଚାର କ୍ରମେ ତାହାର ଗର୍ଭ ହୋଇଅଛି।” ତହିଁରେ ଯିହୁଦା କହିଲା, “ତାକୁ ବାହାରକୁ ଆଣି ଅଗ୍ନିରେ ଦଗ୍ଧ କର।”
|
25. ଏଥିଉତ୍ତାରେ ସେ ବାହାରକୁ ଅଣାଯା’ନ୍ତେ, ଆପଣା ଶ୍ୱଶୁର ନିକଟକୁ କହି ପଠାଇଲା, ଏହି ସମସ୍ତ ବସ୍ତୁ ଯାହାର, ସେହି ପୁରୁଷ ଦ୍ୱାରା ଆମ୍ଭର ଗର୍ଭ ହୋଇଅଛି। ଆହୁରି କହିଲା, “ଏହି ମୋହର ଓ ସୂତ୍ର ଆଉ ଯଷ୍ଟି କାହାର ? ତାହା ଚିହ୍ନି ଦେଖ।”
|
26. ତହୁଁ ଯିହୁଦା ସେହି ସକଳ ପଦାର୍ଥ ଆପଣାର ବୋଲି ସ୍ୱୀକାର କରି କହିଲା, “ସେ ମୋ’ଠାରୁ ଅଧିକ ଧର୍ମିଷ୍ଠା, କାରଣ ମୁଁ ତାକୁ ମୋର ପୁତ୍ର ଶେଲାକୁ ଦେଲି ନାହିଁ।” ମାତ୍ର ଯିହୁଦା ଆଉ ତାହା କତିକି ଗଲା ନାହିଁ।
|
28. ଆଉ ତାହାର ପ୍ରସବ କାଳରେ ଏକ ବାଳକର ହସ୍ତ ବାହାର ହେଲା; ତହିଁରେ ଧାତ୍ରୀ ତାହାର ସେହି ହସ୍ତରେ ସିନ୍ଦୂରବର୍ଣ୍ଣ ସୂତ୍ର ବାନ୍ଧି କହିଲା, “ଏ ଜ୍ୟେଷ୍ଠ।”
|
29. ମାତ୍ର ସେ ଆପଣା ହସ୍ତ ଟାଣି ନିଅନ୍ତେ, ଦେଖ, ତାହାର ଭ୍ରାତା ଭୂମିଷ୍ଠ ହେଲା; ତହିଁରେ ଧାତ୍ରୀ କହିଲା, “ତୁମ୍ଭେ କି ପ୍ରକାରେ ଆପଣା ନିମନ୍ତେ ଭେଦ କରି ଆସିଲ !” ତୁମ୍ଭଠାରେ ଏହି ଭେଦ ହେଉ। ତେଣୁ ତାହାର ନାମ ପେରସ * ଭେଦ ହେଲା।
|
30. ଏଥିଉତ୍ତାରେ ହସ୍ତରେ ସିନ୍ଦୂରବର୍ଣ୍ଣ-ସୂତ୍ରବଦ୍ଧ ତାହାର ଭ୍ରାତା ଭୂମିଷ୍ଠ ହୁଅନ୍ତେ, ତାହାର ନାମ ସେରହ † ଉଜ୍ଜ୍ବଳତା ହେଲା। PE
|