1. ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”
|
2. ଏଥିଉତ୍ତାରେ ସେ ହେବଲ (ଅର୍ଥାତ୍ ଅସ୍ଥାୟୀ) ନାମକ ତାହାର ସହୋଦରକୁ ପ୍ରସବ କଲେ। ଏଥର ହେବଲ ମେଷପାଳକ ଓ କୟିନ କୃଷକ ହେଲେ।
|
4. ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
|
7. ସତ୍କର୍ମ କଲେ, କି ତୁମ୍ଭେ ଉର୍ଦ୍ଧ୍ୱମୁଖ ହେବ ନାହିଁ ? ସତ୍କର୍ମ ନ କଲେ, ପାପ ଦ୍ୱାରରେ ଛକିଥାଏ; ତୁମ୍ଭ ପ୍ରତି ତାହାର ବାସନା ରହିବ, ମାତ୍ର ତୁମ୍ଭେ ତାହା ଉପରେ କର୍ତ୍ତୃତ୍ୱ କରିବା ଉଚିତ।”
|
8. ଏଥିଉତ୍ତାରେ କୟିନ ଆପଣା ଭାଇ ହେବଲ ସହିତ କଥାବାର୍ତ୍ତା କଲେ। ତହୁଁ ସେମାନେ କ୍ଷେତରେ ଥିବା ବେଳେ କୟିନ ଆପଣା ଭାଇ ହେବଲଙ୍କୁ ଆକ୍ରମଣ କରି ବଧ କଲେ।
|
9. ଏଥିଉତ୍ତାରେ ସଦାପ୍ରଭୁ କୟିନଙ୍କୁ ପଚାରିଲେ, “ତୁମ୍ଭ ଭାଇ ହେବଲ କେଉଁଠାରେ ?” ସେ କହିଲେ, “ମୁଁ ଜାଣେ ନାହିଁ, ମୁଁ କ’ଣ ମୋ’ ଭାଇର ରକ୍ଷକ ?”
|
11. ଏଥିନିମନ୍ତେ ଯେଉଁ ଭୂମି ତୁମ୍ଭ ହସ୍ତରୁ ତୁମ୍ଭ ଭାଇର ରକ୍ତ ଗ୍ରହଣାର୍ଥେ ଆପଣା ମୁଖ ମୁକ୍ତ କରିଅଛି, ସେହି ଭୂମିରେ ଏବେ ତୁମ୍ଭେ ଶାପଗ୍ରସ୍ତ ହେଲ;
|
12. ଭୂମିରେ କୃଷିକର୍ମ କଲେ ହେଁ ତାହା ଆପଣା ଶକ୍ତି ଦେଇ ଆଉ ତୁମ୍ଭର ସେବା କରିବ ନାହିଁ; ତୁମ୍ଭେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେବ।”
|
14. ଦେଖ, ତୁମ୍ଭେ ଆଜି ମୋତେ ଏ ସ୍ଥାନରୁ ତଡ଼ି ଦେଲ, ତହିଁରେ ତୁମ୍ଭ ସମ୍ମୁଖରୁ ମୁଁ ଗୁପ୍ତ ହେବି; ଏହିରୂପେ ପୃଥିବୀରେ ପଳାତକ ଓ ଭ୍ରମଣକାରୀ ହେଲେ ଏପରି ହେବ ଯେ, କୌଣସି ଲୋକ ମୋତେ ପାଇଲେ ବଧ କରିବ।”
|
15. ଆଉ ସଦାପ୍ରଭୁ ତାଙ୍କୁ କହିଲେ, “ଏହେତୁ କେହି କୟିନଙ୍କୁ ବଧ କଲେ, ତାହାର ସାତଗୁଣ ଦଣ୍ଡ ହେବ।” ପୁଣି, କେହି ତାଙ୍କୁ ଦେଖି ଯେପରି ବଧ ନ କରଇ, ଏଥିପାଇଁ ସଦାପ୍ରଭୁ କୟିନଙ୍କ ନିମନ୍ତେ ଏକ ଚିହ୍ନ ନିରୂପଣ କଲେ।
|
17. {କୟିନଙ୍କର ବଂଶଧର} PS ଆଉ କୟିନ ଆପଣା ଭାର୍ଯ୍ୟାର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ ହନୋକକୁ ପ୍ରସବ କଲେ; ପୁଣି, ସେ ଏକ ନଗର ନିର୍ମାଣ କରି ଆପଣା ପୁତ୍ରର ନାମାନୁସାରେ ତହିଁର ନାମ ହନୋକ ଦେଲେ।
|
22. ସିଲ୍ଲାର ଗର୍ଭରେ ତୁବଲ୍-କୟିନ ଜନ୍ମିଲା, ସେ ପିତ୍ତଳ ଓ ଲୌହର ନାନା ପ୍ରକାର ଅସ୍ତ୍ର ନିର୍ମାଣକାରୀ ଥିଲା; ତୁବଲ୍-କୟିନର ନୟମା ନାମ୍ନୀ ଏକ ଭଗ୍ନୀ ଥିଲା।
|
23. ଏଥିଉତ୍ତାରେ ଲେମକ ଆପଣା ଭାର୍ଯ୍ୟାମାନଙ୍କୁ କହିଲେ, “ଆଗୋ ଆଦା ଓ ସିଲ୍ଲା, ମୋ’ କଥା ଶୁଣ; ଆଗୋ ଲେମକର ଭାର୍ଯ୍ୟାଗଣ, ତୁମ୍ଭେମାନେ ମୋ’ ବାକ୍ୟରେ କର୍ଣ୍ଣପାତ କର; ମୁଁ ଆଘାତର ପରିଶୋଧରେ ଜଣେ ମନୁଷ୍ୟକୁ ଓ ପ୍ରହାରର ପରିଶୋଧରେ ଜଣେ ଯୁବାକୁ ବଧ କରିଅଛି;
|
25. {ଶେଥ ଓ ଈନୋଶ} PS ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
|
26. ତହୁଁ ଶେଥର ମଧ୍ୟ ଏକ ପୁତ୍ର ଜନ୍ମିଲା; ଆଉ ସେ ତାହାର ନାମ ଈନୋଶ ଦେଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବାକୁ ଲାଗିଲେ। PE
|