1. {ସପରିବାରେ ଯାକୁବଙ୍କ ମିସର ଯାତ୍ରା} PS ଏଥିଉତ୍ତାରେ ଇସ୍ରାଏଲ ଆପଣା ସର୍ବସ୍ୱ ଘେନି ଯାତ୍ରା କଲେ, ପୁଣି, ବେର୍ଶେବାରେ ଓହ୍ଲାଇ ସେଠାରେ ଆପଣା ପିତା ଇସ୍ହାକଙ୍କର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।
|
2. ତହିଁରେ ପରମେଶ୍ୱର ଇସ୍ରାଏଲଙ୍କୁ ରାତିରେ ଦର୍ଶନ ଦେଇ କହିଲେ, “ହେ ଯାକୁବ, ହେ ଯାକୁବ।” ତହିଁରେ ସେ ଉତ୍ତର କଲେ, “ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”
|
3. ସେତେବେଳେ ସେ କହିଲେ, “ଆମ୍ଭେ ପରମେଶ୍ୱର, ତୁମ୍ଭ ପିତାଙ୍କର ପରମେଶ୍ୱର; ତୁମ୍ଭେ ମିସରକୁ ଯିବା ପାଇଁ ଭୟ କର ନାହିଁ; ଯେହେତୁ ଆମ୍ଭେ ସେଠାରେ ତୁମ୍ଭକୁ ଏକ ବୃହତ ଗୋଷ୍ଠୀ କରିବା।
|
4. ଆମ୍ଭେ ତୁମ୍ଭ ସଙ୍ଗରେ ମିସର ଦେଶକୁ ଯିବା; ପୁଣି, ଆମ୍ଭେ ମଧ୍ୟ ସେଠାରୁ ତୁମ୍ଭକୁ ନିଶ୍ଚୟ ବାହୁଡ଼ାଇ ଆଣିବା, ପୁଣି, ଯୋଷେଫ ନିଜ ହସ୍ତରେ ତୁମ୍ଭର ଚକ୍ଷୁ ମୁଦ୍ରିତ କରିବ।”
|
5. ଏଥିଉତ୍ତାରେ ଯାକୁବ ବେର୍ଶେବାଠାରୁ ଯାତ୍ରା କଲେ; ପୁଣି, ତାଙ୍କୁ ନେବା ନିମନ୍ତେ ଫାରୋ ଯେଉଁ ଶଗଡ଼ ପଠାଇଥିଲେ, ତହିଁରେ ଇସ୍ରାଏଲର ପୁତ୍ରଗଣ ଆପଣାମାନଙ୍କ ପିତା ଯାକୁବଙ୍କୁ ଓ ବାଳକମାନଙ୍କୁ ଓ ଭାର୍ଯ୍ୟାମାନଙ୍କୁ ନେଇ ଗଲେ।
|
6. ଏଉତ୍ତାରେ ସେମାନେ, ଅର୍ଥାତ୍, ଯାକୁବ ଓ ତାଙ୍କ ସମସ୍ତ ବଂଶ, ଆପଣାମାନଙ୍କ ପଶୁଗଣ ଓ କିଣାନ ଦେଶରେ ଉପାର୍ଜ୍ଜିତ ସମସ୍ତ ସମ୍ପତ୍ତି ଘେନି ମିସର ଦେଶରେ ପହଞ୍ଚିଲେ।
|
8. ମିସର ଦେଶକୁ ଆଗତ ଇସ୍ରାଏଲ ବଂଶ, ଅର୍ଥାତ୍, ଯାକୁବ ଓ ତାଙ୍କର ସନ୍ତାନମାନଙ୍କର ନାମ। ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର ରୁବେନ୍।
|
10. ଶିମୀୟୋନର ପୁତ୍ର ଯିମୂୟେଲ, ଯାମୀନ୍, ଓହଦ୍, ଯାଖୀନ୍ ଓ ସୋହର ଓ ତାହାର କିଣାନୀୟା ସ୍ତ୍ରୀଠାରୁ ଜାତ ପୁତ୍ର ଶୌଲ।
|
12. ଯିହୁଦାର ପୁତ୍ର ଏର୍, ଓନନ୍, ଶେଲା, ପେରସ ଓ ସେରହ; ମାତ୍ର ଏର୍ ଓ ଓନନ୍ କିଣାନ ଦେଶରେ ମରିଥିଲେ। ପେରସର ପୁତ୍ର ହିଷ୍ରୋଣ ଓ ହାମୂଲ।
|
15. ଏମାନେ ଓ କନ୍ୟା ଦୀଣା ପଦ୍ଦନ୍ ଅରାମରେ ଯାକୁବଙ୍କଠାରୁ ଜାତ ଲେୟାର ସନ୍ତାନ। ଏମାନେ ପୁତ୍ର କନ୍ୟାରେ ତେତିଶ ପ୍ରାଣୀ ଥିଲେ।
|
17. ଆଶେରର ପୁତ୍ର ଯିମ୍ନା, ଯିଶ୍ବା, ଯିଶ୍ବି, ବରୀୟ ଓ ସେମାନଙ୍କ ଭଗିନୀ ସେରହ। ପୁଣି, ବରୀୟର ପୁତ୍ର ହେବର ଓ ମଲ୍କୀୟେଲ।
|
18. ଲାବନ ଆପଣା କନ୍ୟା ଲେୟାକୁ ସିଳ୍ପା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା। ଏମାନେ ଷୋହଳ ଜଣ।
|
20. ଯୋଷେଫଙ୍କର ପୁତ୍ର ମନଃଶି ଓ ଇଫ୍ରୟିମ ମିସର ଦେଶରେ ଜନ୍ମିଥିଲେ; ଓନ୍ ନଗରସ୍ଥ ପୋଟୀଫେର ଯାଜକର ଆସନତ୍ ନାମ୍ନୀ କନ୍ୟା ସେମାନଙ୍କୁ ପ୍ରସବ କରିଥିଲା।
|
21. ପୁଣି, ବିନ୍ୟାମୀନ୍ର ସନ୍ତାନ ବେଲା, ବେଖର, ଅସ୍ବେଲ, ଗେରା, ନାମାନ୍, ଏହୀ, ରୋଶ, ମୁପ୍ପୀମ, ହୁପ୍ପୀମ୍ ଓ ଅର୍ଦ।
|
25. ଲାବନ ଆପଣା କନ୍ୟା ରାହେଲକୁ ବିଲ୍ହା ନାମ୍ନୀ ଯେଉଁ ଦାସୀ ଦେଇଥିଲା, ସେ ଯାକୁବଙ୍କର ଏହି ସନ୍ତାନମାନଙ୍କୁ ପ୍ରସବ କରିଥିଲା; ଏମାନେ ସର୍ବସୁଦ୍ଧା ସାତ ଜଣ।
|
26. ଯାକୁବଙ୍କ କଟିରୁ ଉତ୍ପନ୍ନ ଯେଉଁ ପ୍ରାଣୀଗଣ ତାଙ୍କ ସଙ୍ଗରେ ମିସରରେ ଉପସ୍ଥିତ ହେଲେ, ଯାକୁବଙ୍କ ପୁତ୍ରବଧୂମାନଙ୍କ ଛଡ଼ା ସେମାନେ ସର୍ବସୁଦ୍ଧା ଛଅଷଠି ପ୍ରାଣୀ ଥିଲେ।
|
27. ମିସରରେ ଯୋଷେଫଙ୍କର ଯେଉଁ ପୁତ୍ର ଜାତ ହୋଇଥିଲେ, ସେମାନେ ଦୁଇ ପ୍ରାଣୀ। ମିସରକୁ ଆଗତ ଯାକୁବଙ୍କର ପରିଜନ ସର୍ବସୁଦ୍ଧା ସତୁରି ଜଣ ଥିଲେ। PS
|
28. {ଯାକୁବ ଓ ଯୋଷେଫଙ୍କ ପୁନର୍ମିଳନ} PS ଏଥିଉତ୍ତାରେ ଯୋଷେଫ ଗୋଶନ ପ୍ରଦେଶକୁ ଯିବାର ପଥ ଯେପରି ଦେଖାଇବେ, ଏଥିପାଇଁ ଯାକୁବ ଆପଣା ଆଗେ ଯିହୁଦାକୁ ତାଙ୍କ ନିକଟକୁ ପଠାଇଲେ; ଏଉତ୍ତାରେ ସେମାନେ ଗୋଶନ ପ୍ରଦେଶରେ ଉତ୍ତରିଲେ।
|
29. ତହୁଁ ଯୋଷେଫ ଆପଣା ପିତା ଇସ୍ରାଏଲଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ରଥ ସଜାଇ ଗୋଶନ ପ୍ରଦେଶକୁ ଗମନ କଲେ; ପୁଣି, ତାଙ୍କୁ ଦେଖା ଦେଇ ତାଙ୍କ ଗଳା ଧରି ବହୁତ ସମୟ ପର୍ଯ୍ୟନ୍ତ ରୋଦନ କଲେ।
|
30. ସେତେବେଳେ ଇସ୍ରାଏଲ ଯୋଷେଫଙ୍କୁ କହିଲେ, “ଏବେ ମୋହର ମରଣ ହେଉ, ମୁଁ ତୁମ୍ଭ ମୁଖ ଦେଖିଲି, ତୁମ୍ଭେ ତ ଆଜି ପର୍ଯ୍ୟନ୍ତ ବଞ୍ଚିଅଛ।”
|
31. ଏଥିଉତ୍ତାରେ ଯୋଷେଫ ଆପଣା ଭାଇମାନଙ୍କୁ ଓ ପିତୃପରିବାରକୁ କହିଲେ, “ମୁଁ ଯାଇ ଫାରୋଙ୍କୁ ସମ୍ବାଦ ଦେଇ କହିବି, କିଣାନ ଦେଶରୁ ମୋହର ଭ୍ରାତୃଗଣ ଓ ପିତୃପରିବାର ମୋ’ ନିକଟକୁ ଆସିଅଛନ୍ତି।”
|
34. ସେତେବେଳେ ତୁମ୍ଭେମାନେ କହିବ, “ଆପଣଙ୍କର ଏହି ଦାସମାନେ ବାଲ୍ୟାବଧି ଏପର୍ଯ୍ୟନ୍ତ ପୂର୍ବପୁରୁଷାନୁକ୍ରମେ ପଶୁ ବ୍ୟବସାୟୀ; ତହିଁରେ ତୁମ୍ଭେମାନେ ଗୋଶନ ପ୍ରଦେଶରେ ବାସ କରି ପାରିବ; କାରଣ ପଶୁପାଳକମାନେ ମିସ୍ରୀୟମାନଙ୍କ ନିକଟରେ ଘୃଣାଯୋଗ୍ୟ ଅଟନ୍ତି।” PE
|