1. {ମନୁଷ୍ୟର ଦୁଷ୍ଟତା} PS ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
|
2. ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ * ଏମାନେ ସ୍ବର୍ଗୀୟ ଲୋକମାନେ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
|
3. ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭର ଆତ୍ମା ମନୁଷ୍ୟ ଉପରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, ଯେହେତୁ ସେମାନଙ୍କ ବିପଥ ଗମନରେ ସେମାନେ ମାଂସ ମାତ୍ର; ଏଥିନିମନ୍ତେ ସେମାନଙ୍କ ସମୟ ଶହେ କୋଡ଼ିଏ ବର୍ଷ ହେବ।”
|
4. ସେହି ସମୟରେ ପୃଥିବୀରେ ମହା ବୀରଗଣ ଥିଲେ; ପୁଣି, ତହିଁ ଉତ୍ତାରେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣର ସହବାସ କରନ୍ତେ, ସେମାନଙ୍କଠାରୁ ସନ୍ତାନଗଣ ଜାତ ହେଲେ; ସେମାନେ ମଧ୍ୟ ପୂର୍ବକାଳର ପ୍ରସିଦ୍ଧ ବୀର ଥିଲେ।
|
5. ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
|
7. ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଭୂମଣ୍ଡଳରୁ ଆପଣାର ସୃଷ୍ଟ ମନୁଷ୍ୟକୁ, ଆଉ ମନୁଷ୍ୟ ସହିତ ପଶୁ ଓ ଉରୋଗାମୀ ଜନ୍ତୁ ଓ ଖେଚର ପକ୍ଷୀଗଣକୁ ଲୁପ୍ତ କରିବା; କାରଣ ଆମ୍ଭେ ସେମାନଙ୍କୁ ନିର୍ମାଣ କରିବାରୁ ଆମ୍ଭର ଅନୁତାପ ହେଉଅଛି।”
|
9. {ନୋହ ଓ ଜଳପ୍ଲାବନ} PS ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
|
12. ପୁଣି, ପରମେଶ୍ୱର ପୃଥିବୀରେ ଦୃଷ୍ଟିପାତ କରି ଦେଖିଲେ ଯେ, ତାହା ଭ୍ରଷ୍ଟ ହୋଇଅଛି; ଯେହେତୁ ପୃଥିବୀସ୍ଥ ସମସ୍ତ ପ୍ରାଣୀ ଭ୍ରଷ୍ଟାଚାରୀ ହୋଇଅଛନ୍ତି।
|
13. ତହୁଁ ପରମେଶ୍ୱର ନୋହଙ୍କୁ କହିଲେ, “ଆମ୍ଭ ଗୋଚରରେ ସମୁଦାୟ ପ୍ରାଣୀର ଅନ୍ତିମକାଳ ଉପସ୍ଥିତ ହେଲା; ଯେହେତୁ ସେମାନଙ୍କ ଦ୍ୱାରା ପୃଥିବୀ ଦୌରାତ୍ମ୍ୟରେ ପରିପୂର୍ଣ୍ଣ ହୋଇଅଛି; ପୁଣି, ଦେଖ, ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।
|
14. ତୁମ୍ଭେ ଆପଣା ନିମନ୍ତେ ଦେବଦାରୁ ଜାତୀୟ ବୃକ୍ଷର କାଷ୍ଠରେ ଗୋଟିଏ ଜାହାଜ ନିର୍ମାଣ କର; ତହିଁ ମଧ୍ୟରେ ନାନା କୋଠରି ବନାଇ ତହିଁର ଭିତର ଓ ବାହାର ଝୁଣା ଦ୍ୱାରା ଲେପନ କର।
|
16. ଉପରରୁ ଏକ ହାତ ଛାଡ଼ି ଝରକା କରିବ, ଆଉ ତହିଁର ପାର୍ଶ୍ୱରେ ଦ୍ୱାର ରଖିବ; ଆଉ ତହିଁର ପ୍ରଥମ, ଦ୍ୱିତୀୟ ଓ ତୃତୀୟ ତଳ ବନାଇବ।
|
17. ପୁଣି, ଆକାଶ ତଳେ ପ୍ରାଣବାୟୁ ବିଶିଷ୍ଟ ଯେତେ ଜୀବଜନ୍ତୁ ଅଛନ୍ତି, ସେହି ସବୁ ବିନଷ୍ଟ କରିବା ନିମନ୍ତେ, ଆମ୍ଭେ, ଦେଖ, ଆମ୍ଭେ ପୃଥିବୀ ଉପରେ ଜଳପ୍ଳାବନ କରିବା, ତହିଁରେ ପୃଥିବୀର ସମସ୍ତ ପ୍ରାଣୀ ପ୍ରାଣତ୍ୟାଗ କରିବେ।
|
18. ମାତ୍ର ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରିବା; ତହିଁରେ ତୁମ୍ଭେ ଆପଣା ପୁତ୍ରମାନଙ୍କୁ ଓ ଭାର୍ଯ୍ୟା ଓ ପୁତ୍ରବଧୂମାନଙ୍କୁ ସଙ୍ଗରେ ଘେନି ଜାହାଜରେ ପ୍ରବେଶ କରିବ।
|
20. ସର୍ବପ୍ରକାର ପକ୍ଷୀ ଓ ସର୍ବପ୍ରକାର ପଶୁ ଓ ସର୍ବପ୍ରକାର ଉରୋଗାମୀ ଜନ୍ତୁ ପ୍ରତ୍ୟେକ ଜାତି ଅନୁସାରେ ଏକ ଏକ ଦମ୍ପତି ଜୀବନରକ୍ଷାର୍ଥେ ତୁମ୍ଭ ନିକଟକୁ ଆସିବେ।
|