1. {ଜଳପ୍ଳାବନର ଅବସାନ} PS ଏଥିଉତ୍ତାରେ ପରମେଶ୍ୱର ନୋହଙ୍କୁ ଓ ତାଙ୍କ ସହିତ ଜାହାଜସ୍ଥ ପଶ୍ୱାଦି ସମସ୍ତ ପ୍ରାଣୀଙ୍କୁ ସ୍ମରଣ କରି ପୃଥିବୀରେ ବାୟୁ ବୁହାଇଲେ, ତହୁଁ ଜଳ ଥମିଲା;
|
5. ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।
|
9. ସେତେବେଳେ ପୃଥିବୀ ଜଳାଚ୍ଛାଦିତ ଥିବାରୁ କାପ୍ତା ଆପଣା ପାଦ ରଖିବାର ସ୍ଥାନ ନ ପାଇ ଜାହାଜରେ ତାଙ୍କ ନିକଟକୁ ନେଉଟି ଆସିଲା; ତହୁଁ ସେ ହାତ ବଢ଼ାଇ ତାକୁ ଧରି ଜାହାଜ ଭିତରେ ଆପଣା ନିକଟକୁ ଆଣିଲେ।
|
11. ତହିଁରେ କାପ୍ତା ସନ୍ଧ୍ୟା ବେଳେ ତାଙ୍କ ନିକଟକୁ ଫେରି ଆସିଲା; ଆଉ ଦେଖ, ତାହାର ଚଞ୍ଚୁରେ ଜୀତ ବୃକ୍ଷର ନବୀନ ପଲ୍ଲବ ଥିଲା; ଏଣୁ ପୃଥିବୀର ଜଳ ହ୍ରାସ ହୋଇଅଛି, ଏହା ନୋହ ଜାଣିଲେ।
|
12. ଆଉ ସାତ ଦିନ ବିଳମ୍ବ କରି ସେ ସେହି କାପ୍ତାକୁ ପୁନର୍ବାର ଉଡ଼ାଇ ଦେଲେ, ମାତ୍ର ସେ ଆଉ ଥରେ ତାଙ୍କ ନିକଟକୁ ନେଉଟି ଆସିଲା ନାହିଁ।
|
13. (ନୋହଙ୍କ ବୟସର) ଛଅଶହ ଏକ ବର୍ଷ ପ୍ରଥମ ମାସର ପ୍ରଥମ ଦିନରେ ପୃଥିବୀ ଉପରୁ ଜଳ ଶୁଷ୍କ ହେଲା; ସେତେବେଳେ ନୋହ ଜାହାଜର ଛାତ ଉଠାଇ ଅନାନ୍ତେ, ଭୂମିକୁ ଶୁଷ୍କ ଦେଖିଲେ।
|
17. ପୁଣି, ଆପଣା ସଙ୍ଗେ ଥିବା ପଶୁ, ପକ୍ଷୀ ଓ ଭୂଚର, ଉରୋଗାମୀ ଆଦି ସବୁ ଜୀବଜନ୍ତୁ ବାହାରକୁ ଘେନି ଯାଅ; ସେମାନେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ, ପୁଣି, ପୃଥିବୀରେ ପ୍ରଜାବନ୍ତ ଓ ବହୁବଂଶ ହେଉନ୍ତୁ।”
|
19. ପୁଣି, ସ୍ୱ ସ୍ୱ ଜାତି ଅନୁସାରେ ପ୍ରତ୍ୟେକ ପଶୁ, ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ପକ୍ଷୀ ପ୍ରଭୃତି ସମସ୍ତ ଭୂଚର ପ୍ରାଣୀ ଜାହାଜରୁ ବାହାରି ଆସିଲେ। PS
|
20. {ନୋହଙ୍କ ହୋମବଳି ଉତ୍ସର୍ଗ} PS ଏଥିଉତ୍ତାରେ ନୋହ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଜ୍ଞବେଦି ନିର୍ମାଣ କଲେ, ପୁଣି, ସର୍ବପ୍ରକାର ଶୁଚି ପଶୁ ଓ ଶୁଚି ପକ୍ଷୀଗଣ ମଧ୍ୟରୁ କେତେକ ନେଇ ବେଦି ଉପରେ ହୋମବଳି ଉତ୍ସର୍ଗ କଲେ।
|
21. ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
|
22. ପୁଣି, ଯେପର୍ଯ୍ୟନ୍ତ ପୃଥିବୀ ଥିବ, ସେପର୍ଯ୍ୟନ୍ତ ବୁଣାକଟାର ସମୟ, ଶୀତ ଓ ଗ୍ରୀଷ୍ମ, ପୁଣି, ଗ୍ରୀଷ୍ମ ଓ ଶୀତ କାଳ, ଆଉ ଦିବସ ଓ ରାତ୍ରି, ଏହିସବୁର ନିବୃତ୍ତି ହେବ ନାହିଁ।” PE
|