1. {ନୋହଙ୍କ ସହିତ ପରମେଶ୍ୱରଙ୍କ ଚୁକ୍ତି} PS ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର।
|
2. ପୃଥିବୀସ୍ଥ ସମସ୍ତ ପଶୁ ଓ ଖେଚର ପକ୍ଷୀ ଓ ଭୂଚର ଓ ଉରୋଗାମୀ ଜନ୍ତୁ ଓ ସମୁଦ୍ରର ମତ୍ସ୍ୟ, ସମସ୍ତେ ତୁମ୍ଭମାନଙ୍କଠାରୁ ଭୀତ ଓ ଶଙ୍କାଯୁକ୍ତ ହେବେ; ସେହି ସମସ୍ତ ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଟନ୍ତି।
|
5. ପୁଣି, ଆମ୍ଭେ ତୁମ୍ଭମାନଙ୍କ ଜୀବନରୂପ ରକ୍ତପାତର ପରିଶୋଧ ନିତାନ୍ତ ନେବା; ପ୍ରତ୍ୟେକ ପଶୁଠାରୁ ହେଉ କି ମନୁଷ୍ୟଠାରୁ ହେଉ, ତାହାରି ପରିଶୋଧ ନେବା; ଆମ୍ଭେ ପ୍ରତ୍ୟେକ ମନୁଷ୍ୟର ଭ୍ରାତାଠାରୁ ମନୁଷ୍ୟର ପ୍ରାଣର ପରିଶୋଧ ନେବା।
|
6. ଯେକେହି ମନୁଷ୍ୟର ରକ୍ତପାତ କରିବ, ମନୁଷ୍ୟ ଦ୍ୱାରା ତାହାର ରକ୍ତପାତ କରାଯିବ; ଯେହେତୁ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ନିର୍ମାଣ କରିଅଛନ୍ତି।
|
10. ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ।
|
11. ଆମ୍ଭେ ତୁମ୍ଭମାନଙ୍କ ସହିତ ଏହି ନିୟମ ସ୍ଥିର କରିବୁ, ସମସ୍ତ ପ୍ରାଣୀ ଜଳପ୍ଳାବନ ଦ୍ୱାରା ଆଉ ଉଚ୍ଛିନ୍ନ ହେବେ ନାହିଁ; ପୁଣି, ପୃଥିବୀକୁ ବିନାଶ କରିବା ପାଇଁ ଆଉ ଜଳପ୍ଳାବନ ହେବ ନାହିଁ।”
|
12. ପୁନଶ୍ଚ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳ ପର୍ଯ୍ୟନ୍ତ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି;
|
15. ତହିଁରେ ତୁମ୍ଭମାନଙ୍କ ସହିତ ଓ ମାଂସବିଶିଷ୍ଟ ସମୁଦାୟ ପ୍ରାଣୀ ସହିତ ଆମ୍ଭର ଯେଉଁ ନିୟମ ଅଛି, ତାହା ଆମ୍ଭର ସ୍ମରଣ ହେବ, ତହିଁରେ ସବୁ ପ୍ରାଣୀର ବିନାଶାର୍ଥେ ଜଳପ୍ଳାବନ ଆଉ ହେବ ନାହିଁ।
|
16. ପୁଣି, ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା, ତହିଁରେ ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ଆମ୍ଭେ ସ୍ମରଣ କରିବା।”
|
17. ପରମେଶ୍ୱର ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ନିୟମ ସ୍ଥିର କରିଅଛୁ, ତହିଁର ଏହି ଚିହ୍ନ ହେବ।” PS
|
18. {ନୋହ ଓ ତାଙ୍କ ପୁତ୍ରମାନେ} PS ନୋହଙ୍କର ଯେଉଁ ପୁତ୍ରମାନେ ଜାହାଜରୁ ବହିର୍ଗତ ହେଲେ, ସେମାନଙ୍କ ନାମ ଶେମ ଓ ହାମ ଓ ଯେଫତ୍; ହାମ କିଣାନର ପିତା।
|
23. ସେତେବେଳେ ଶେମ ଓ ଯେଫତ୍ ସ୍କନ୍ଧରେ ବସ୍ତ୍ର ଘେନି ପଶ୍ଚାଦ୍ଗତି କରି ଆପଣାମାନଙ୍କ ପିତାଙ୍କର ଉଲଙ୍ଗତା ଆଚ୍ଛାଦନ କଲେ; ସେମାନେ ପଛଆଡ଼କୁ ମୁଖ ରଖି ଯିବାରୁ ପିତାଙ୍କର ଉଲଙ୍ଗତା ଦେଖିଲେ ନାହିଁ।
|