ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହବକକୂକ
1.
2. [PS]ଏହି ବାର୍ତ୍ତା ଯାହା ହବକ୍‍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ। [PE]{ହବକ୍‍କୂକଙ୍କ ପ୍ରଥମ ଅଭିଯୋଗ } [PS]ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ।
3. ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ ? କାରଣ ମୋ’ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ।
4. ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ। [PE]
5. {#1ପରମେଶ୍ୱରଙ୍କ ଉତ୍ତର } [PS]ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ।
6. କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ[* କଲ୍‍ଦୀୟ ଲୋକମାନେ ଅର୍ଥାତ୍ ବାବିଲୀୟ ଲୋକମାନେ ] ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି।
7. ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ।
8. ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି।
9. ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି।
10. ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୁପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ।
11. ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ। [PE]
12. {ହବକ୍‍କୂକଙ୍କ ଦ୍ୱିତୀୟ ଅଭିଯୋଗ } [PS]ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ।
13. ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ?
14. ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ ?
15. ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ।
16. ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ।
17. ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ ? [PE]
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 3
1 2 3
1 2 ଏହି ବାର୍ତ୍ତା ଯାହା ହବକ୍‍କୂକ ଭବିଷ୍ୟଦ୍‍ବକ୍ତା ଦର୍ଶନରେ ପାଇଥିଲେ। {ହବକ୍‍କୂକଙ୍କ ପ୍ରଥମ ଅଭିଯୋଗ } ହେ ସଦାପ୍ରଭୁ, ମୁଁ କେତେ କାଳ ଆର୍ତ୍ତନାଦ କରିବି, ଆଉ ତୁମ୍ଭେ ଶୁଣିବ ନାହିଁ ? ମୁଁ ଦୌରାତ୍ମ୍ୟ ବିଷୟରେ ତୁମ୍ଭ ନିକଟରେ ଆର୍ତ୍ତନାଦ କରୁଅଛି ଓ ତୁମ୍ଭେ ଉଦ୍ଧାର କରିବ ନାହିଁ। 3 ତୁମ୍ଭେ କାହିଁକି ମୋତେ ଅଧର୍ମ ଦେଖାଉଅଛ ଓ କୁଟିଳତା ପ୍ରତି ଦୃଷ୍ଟିପାତ କରୁଅଛ ? କାରଣ ମୋ’ ସମ୍ମୁଖରେ ଧନାପହାର ଓ ଦୌରାତ୍ମ୍ୟ ଥାଏ; ପୁଣି, ବିବାଦ ହୁଏ ଓ ବିରୋଧ ବଢ଼ି ଉଠେ। 4 ଏଥିପାଇଁ ବ୍ୟବସ୍ଥା ନିସ୍ତେଜ ହୋଇଅଛି ଓ ବିଚାର କେବେ ନିଷ୍ପନ୍ନ ହେଉ ନାହିଁ; କାରଣ ଦୁର୍ଜ୍ଜନମାନେ ଧାର୍ମିକକୁ ଘେରନ୍ତି; ଏଥିପାଇଁ ବିଚାର ବିପରୀତ ହୋଇପଡ଼େ। ପରମେଶ୍ୱରଙ୍କ ଉତ୍ତର 5 ତୁମ୍ଭେମାନେ ଗୋଷ୍ଠୀଗଣ ମଧ୍ୟରେ ଦେଖି ମନୋଯୋଗ କର ଓ ଅତିଶୟ ଚମତ୍କୃତ ହୁଅ; କାରଣ ତୁମ୍ଭମାନଙ୍କ ସମୟରେ ଆମ୍ଭେ ଏକ କର୍ମ କରୁଅଛୁ, ସେ ବିଷୟ ତୁମ୍ଭମାନଙ୍କୁ କୁହା ଗଲେ ହେଁ ତୁମ୍ଭେମାନେ ତାହା ବିଶ୍ୱାସ କରିବ ନାହିଁ। 6 କାରଣ ଦେଖ, ଯେଉଁ କଲ୍‍ଦୀୟ ଲୋକମାନେ[* କଲ୍‍ଦୀୟ ଲୋକମାନେ ଅର୍ଥାତ୍ ବାବିଲୀୟ ଲୋକମାନେ ] ନିଷ୍ଠୁର ଓ ଚଞ୍ଚଳ ଗୋଷ୍ଠୀ, ସେମାନଙ୍କୁ ଆମ୍ଭେ ଉଠାଉଅଛୁ; ଯେଉଁ ନିବାସ-ସ୍ଥାନସକଳ ସେମାନଙ୍କର ନୁହେଁ, ତାହା ଅଧିକାର କରିବା ପାଇଁ ସେମାନେ ପୃଥିବୀର ବିସ୍ତାରର ସର୍ବତ୍ର ଯାତ୍ରା କରନ୍ତି। 7 ସେମାନେ ତ୍ରାସଜନକ ଓ ଭୟଙ୍କର ଅଟନ୍ତି; ସେମାନଙ୍କର ଶାସନ ଓ ଗୌରବ ସେମାନଙ୍କର ନିଜଠାରୁ ନିର୍ଗତ ହୁଅଇ। 8 ଆହୁରି, ସେମାନଙ୍କର ଅଶ୍ୱଗଣ ଚିତାବାଘଠାରୁ ବେଗଗାମୀ ଓ ସନ୍ଧ୍ୟାକାଳରେ କେନ୍ଦୁଆଗଣଠାରୁ ଦୂରନ୍ତ; ଆଉ, ସେମାନଙ୍କର ଅଶ୍ୱାରୋହୀମାନେ ଆପଣାମାନଙ୍କୁ ବ୍ୟାପ୍ତ କରୁଅଛନ୍ତି; ହଁ, ସେମାନଙ୍କର ଅଶ୍ୱାରୋହୀଗଣ ଦୂରରୁ ଆସୁଅଛନ୍ତି; ଗ୍ରାସ କରିବା ପାଇଁ ଦ୍ରୁତଗାମୀ ଉତ୍କ୍ରୋଶ ପକ୍ଷୀ ପରି ସେମାନେ ଉଡ଼ୁଅଛନ୍ତି। 9 ସେମାନେ ସମସ୍ତେ ଦୌରାତ୍ମ୍ୟ କରିବା ପାଇଁ ଆସୁଅଛନ୍ତି; ପୂର୍ବୀୟ ବାୟୁ ତୁଲ୍ୟ ସେମାନଙ୍କ ମୁଖ ବ୍ୟଗ୍ର ଭାବରେ ରଖାଯାଇଅଛି ଓ ସେମାନେ ବନ୍ଦୀଗଣକୁ ବାଲୁକାର ନ୍ୟାୟ ଏକତ୍ର କରୁଅଛନ୍ତି। 10 ପୁଣି, ସେ ରାଜାଗଣକୁ ଉପହାସ କରେ ଓ ଅଧିପତିଗଣ ତାହାର ବିଦ୍ରୁପର ପାତ୍ର; ସେ ପ୍ରତ୍ୟେକ ଦୃଢ଼ ଦୁର୍ଗକୁ ତୁଚ୍ଛଜ୍ଞାନ କରେ; କାରଣ ସେ ଧୂଳି ଗଦା କରି ତାହା ହସ୍ତଗତ କରେ। 11 ଏଉତ୍ତାରେ ସେ ବାୟୁ ତୁଲ୍ୟ ବହି ବ୍ୟାପି ଯିବ ଓ ସେ, ଅର୍ଥାତ୍‍, ଯାହାର ଶକ୍ତି ତାହାର ଦେବତା, ସେ ଦଣ୍ଡନୀୟ ହେବ। 12 {ହବକ୍‍କୂକଙ୍କ ଦ୍ୱିତୀୟ ଅଭିଯୋଗ } ହେ ସଦାପ୍ରଭୁ, ମୋର ପରମେଶ୍ୱର, ମୋର ଧର୍ମସ୍ୱରୂପ, ତୁମ୍ଭେ କି ଅନାଦି କାଳଠାରୁ ନୁହଁ ? ଆମ୍ଭେମାନେ ବିନଷ୍ଟ ନୋହିବା। ହେ ସଦାପ୍ରଭୁ, ତୁମ୍ଭେ ଶାସନାର୍ଥେ ତାହାକୁ ନିରୂପଣ କରିଅଛ, ପୁଣି ହେ ଶୈଳସ୍ୱରୂପ, ତୁମ୍ଭେ ଶାସ୍ତି ନିମନ୍ତେ ତାହାକୁ ସ୍ଥାପନ କରିଅଛ। 13 ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ ? 14 ଓ ମନୁଷ୍ୟକୁ ସମୁଦ୍ରର ମତ୍ସ୍ୟ ପରି ଓ ଯେଉଁମାନଙ୍କର ଅଧ୍ୟକ୍ଷ କେହି ନାହିଁ, ଏପରି ଉରୋଗାମୀ କୀଟ ପରି କାହିଁକି କରୁଅଛ ? 15 ସେ ସମସ୍ତଙ୍କୁ ବନଶୀରେ ଧରି ନିଏ, ସେ ଆପଣା ଜାଲରେ ସେମାନଙ୍କୁ ଧରେ ଓ ଆପଣା ଟଣା ଜାଲରେ ସେମାନଙ୍କୁ ଏକତ୍ର କରେ; ତହିଁ ସକାଶୁ ସେ ଆନନ୍ଦିତ ଓ ଉଲ୍ଲସିତ ହୁଏ। 16 ଏଥିପାଇଁ ସେ ଆପଣା ଜାଲ ଉଦ୍ଦେଶ୍ୟରେ ବଳିଦାନ କରେ ଓ ଆପଣା ଟଣା ଜାଲ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଏ; କାରଣ ତାହା ଦ୍ୱାରା ତାହାର ବାଣ୍ଟ ପୁଷ୍ଟ ହୁଏ ଓ ତାହାର ଖାଦ୍ୟ ଯଥେଷ୍ଟ ହୁଏ। 17 ଏନିମନ୍ତେ ସେ କି ଆପଣା ଜାଲ ଖାଲି କରୁଥିବ ଓ ଦୟା ନ କରି କି ଗୋଷ୍ଠୀଗଣକୁ ନିରନ୍ତର ବଧ କରୁଥିବ ?
Total 3 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 1 / 3
1 2 3
×

Alert

×

Oriya Letters Keypad References