ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏବ୍ରୀମାନଙ୍କ ନିକଟକୁ ପତ୍ର
1. {#1ଯୀଶୁ ମୋଶାଙ୍କଠାରୁ ମହାନ } [PS]ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;
2. ମୋଶା ଯେପରି ଈଶ୍ୱରଙ୍କ ଗୃହ ମଧ୍ୟରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ ।
3. ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି ।
4. ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ୱର ।
5. ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ ।
6. କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ । [PE]
7. {#1ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମ } [PS]ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, "ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ''
8. ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କରନ୍ତି
9. ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ ।
10. ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାଁନ୍ତି ।
11. ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
12. ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ ।
13. କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
14. କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।
15. ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର ।
16. ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କ'ଣ ନୁହଁନ୍ତି ?
17. ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କ'ଣ ସେମାନଙ୍କ ଉପରେ ନୁହେଁ ?
18. ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ ?
19. ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ । [PE]
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 13
1 2 3 4 5 6 7 8 9 10 11 12 13
ଯୀଶୁ ମୋଶାଙ୍କଠାରୁ ମହାନ 1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର; 2 ମୋଶା ଯେପରି ଈଶ୍ୱରଙ୍କ ଗୃହ ମଧ୍ୟରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ । 3 ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି । 4 ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ୱର । 5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ । 6 କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ । ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମ 7 ଅତଏବ ପବିତ୍ର ଆତ୍ମା ଯେପରି କହନ୍ତି, "ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ'' 8 ପ୍ରାନ୍ତରରେ ପରୀକ୍ଷା ଦିନରେ ଓ ବିରକ୍ତି ଜନ୍ମାଇବା ସ୍ଥାନରେ ଯେପରି ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କରନ୍ତି 9 ସେହି ପ୍ରାନ୍ତରରେ ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରୀକ୍ଷା କରି ଆମ୍ଭର ଅନୁସନ୍ଧାନ କଲେ, ଆଉ ଚାଳିଶ ବର୍ଷ ପର୍ଯ୍ୟନ୍ତ ଆମ୍ଭର କାର୍ଯ୍ୟ ଦେଖିଲେ । 10 ତେଣୁ ଆମ୍ଭେ ଏହି ବଂଶ ପ୍ରତି ବିରକ୍ତ ହୋଇ କହିଲୁ, ସେମାନେ ସର୍ବଦା ହୃଦୟରେ ଭ୍ରାନ୍ତ ଅଟନ୍ତି, ସେମାନେ ଆମ୍ଭର ମାର୍ଗସବୁ ଜାଣି ନାହାଁନ୍ତି । 11 ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । 12 ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ । 13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ; 14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ । 15 ଉକ୍ତ ଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଯେପରି ବିରକ୍ତି ଜନ୍ମାଇବା ସ୍ଥାନରେ ଘଟିଥିଲା, ସେପରି ଆପଣା ଆପଣା ହୃଦୟ କଠିନ ନ କର । 16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କ'ଣ ନୁହଁନ୍ତି ? 17 ଆଉ କେଉଁମାନଙ୍କ ଉପରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେ ବିରକ୍ତ ହୋଇଥିଲେ ? ଯେଉଁମାନେ ପାପ କରିଥିଲେ, ଯେଉଁମାନଙ୍କ ଶବ ପ୍ରାନ୍ତରରେ ପଡ଼ି ରହିଥିଲା, କ'ଣ ସେମାନଙ୍କ ଉପରେ ନୁହେଁ ? 18 ଯେଉଁମାନେ ଅବାଧ୍ୟ ହୋଇଥିଲେ, ସେମାନଙ୍କ ବିନା ଆଉ କେଉଁମାନଙ୍କ ବିରୁଦ୍ଧରେ ସେ ଶପଥ କରିଥିଲେ ଯେ, ସେମାନେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବେ ନାହିଁ ? 19 ଆମ୍ଭେମାନେ ଦେଖୁ ଯେ, ଅବିଶ୍ୱାସ ହେତୁ ସେମାନେ ବିଶ୍ରାମରେ ପ୍ରବେଶ କରି ପାରିଲେ ନାହିଁ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 3 / 13
1 2 3 4 5 6 7 8 9 10 11 12 13
×

Alert

×

Oriya Letters Keypad References