ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏବ୍ରୀମାନଙ୍କ ନିକଟକୁ ପତ୍ର
1. [PS]ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ ।
2. କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ ।
3. ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;
4. କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ କୌଣସି ଏକ ସ୍ଥାନରେ ଏହି ପ୍ରକାରେ କହିଅଛନ୍ତି, ଈଶ୍ୱର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ;
5. ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।
6. ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର
7. ଆଉ ଗୋଟିଏ ଦିନ, ଅର୍ଥାତ୍‍, ଆଜି ଦିନ ନିରୂପଣ କରି ଏତେକାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର ।
8. କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ ।
9. ଅତଏବ ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି ।
10. ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ୱର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି ।
11. ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ ।
12. କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।
13. ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ । [PE]
14. {#1ପ୍ରଧାନ ମହାଯାଜକ ଯୀଶୁ } [PS]ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ ।
15. କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।
16. ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ । [PE]
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 13
1 2 3 4 5 6 7 8 9 10 11 12 13
1 ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ । 2 କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ । 3 ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା; 4 କାରଣ ସପ୍ତମ ଦିନ ସମ୍ବନ୍ଧରେ ସେ କୌଣସି ଏକ ସ୍ଥାନରେ ଏହି ପ୍ରକାରେ କହିଅଛନ୍ତି, ଈଶ୍ୱର ସପ୍ତମ ଦିନରେ ଆପଣାର ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ; 5 ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । 6 ଅତଏବ, କେତେକଙ୍କର ସେଥିରେ ପ୍ରବେଶ କରିବାର ବାକି ଥିବାରୁ, ପୁଣି, ଯେଉଁମାନଙ୍କ ନିକଟରେ ସୁସମାଚାର ପୂର୍ବରେ ପ୍ରଚାରିତ ହୋଇଥିଲା, ସେମାନେ ଅବାଧ୍ୟତା ହେତୁ ପ୍ରବେଶ ନ କରିବାରୁ ସେ ପୁନର୍ବାର 7 ଆଉ ଗୋଟିଏ ଦିନ, ଅର୍ଥାତ୍‍, ଆଜି ଦିନ ନିରୂପଣ କରି ଏତେକାଳ ପରେ ଦାଉଦଙ୍କ ଗ୍ରନ୍ଥରେ କହନ୍ତି, ଯେପରି ପୂର୍ବରେ କୁହାଯାଇଅଛି, ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ, ଆପଣା ଆପଣା ହୃଦୟ କଠିନ ନ କର । 8 କାରଣ ଯଦି ଯିହୋଶୂୟ ସେମାନଙ୍କୁ ବିଶ୍ରାମ ଦେଇଥାଆନ୍ତେ, ତେବେ ସେ ପରେ ଅନ୍ୟ ଦିନର କଥା କହି ନ ଥାଆନ୍ତେ । 9 ଅତଏବ ଈଶ୍ୱରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି । 10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ୱର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି । 11 ଏଣୁ ଆସ, ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବାକୁ ଯତ୍ନ କରୁ, ଯେପରି କୌଣସି ଲୋକ ଅବାଧ୍ୟତାର ସେହି ଦୃଷ୍ଟାନ୍ତ ଅନୁସାରେ ପତିତ ନ ହୁଏ । 12 କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ । 13 ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ । ପ୍ରଧାନ ମହାଯାଜକ ଯୀଶୁ 14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ୱରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ । 15 କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ । 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 13
1 2 3 4 5 6 7 8 9 10 11 12 13
×

Alert

×

Oriya Letters Keypad References