ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଏବ୍ରୀମାନଙ୍କ ନିକଟକୁ ପତ୍ର
1. {ମଲ୍‍କୀଷେଦକଙ୍କ ଯାଜକପଦ } [PS]ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ । ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
2. ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ମଲ୍‍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା ।
3. ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ୱରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି ।
4. ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ ।
5. ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି;
6. କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ ।
7. ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ ।
8. ଏ ସ୍ଥଳରେ ମରଣଶୀଳ ମନୁଷ୍ୟ ଯେ ଦଶମାଂଶ ଗ୍ରହଣ କରିଥାଆନ୍ତି, ଦିନେ ମୃତ୍ୟୁବରଣ କରିବ, କିନ୍ତୁ ସେ ସ୍ଥଳରେ ଯେ ଅବ୍ରହାମଙ୍କ ଦଶମାଂଶ ଗ୍ରହଣ କରିଥିଲେ ସେହି ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର ।
9. ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି;
10. କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ ।
11. ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ?
12. କାରଣ ଯାଜକତ୍ଵ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ ।
13. ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାଁନ୍ତି ।
14. କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାଁନ୍ତି । [PE]
15. {ମଲ୍‍କୀଷେଦକଙ୍କ ସଦୃଶ ଯୀଶୁ } [PS]ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,
16. ସେ ଶାରୀରିକ ମୋଶାଙ୍କ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି ।
17. କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।
18. ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;
19. (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ ।
20. ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ,
21. ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି;
22. ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି ।
23. ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,
24. କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ତ୍ୱ ପ୍ରାପ୍ତ ହୋଇଅଛନ୍ତି ।
25. ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ ।
26. କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ ।
27. ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି ।
28. ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ । [PE]
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 13
1 2 3 4 5 6 7 8 9 10 11 12 13
1 {ମଲ୍‍କୀଷେଦକଙ୍କ ଯାଜକପଦ } ଏହି ମଲ୍‍କୀଷେଦକ ଶାଲେମର ରାଜା ଓ ପରାତ୍ପର ଈଶ୍ୱରଙ୍କ ଯାଜକ ଥିଲେ । ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ; 2 ଅବ୍ରହାମ ମଧ୍ୟ ତାହାଙ୍କୁ ସମସ୍ତ ପଦାର୍ଥରୁ ଦଶମାଂଶ ଦେଇଥିଲେ । ଅନୁବାଦ କଲେ ମଲ୍‍କୀଷେଦକଙ୍କ ନାମର ଅର୍ଥ ଧାର୍ମିକତାର ରାଜା, ଏବଂ ଶାଲେମର ରାଜା, ଅର୍ଥାତ୍‍, ଶାନ୍ତିରାଜା । 3 ଏହାଙ୍କର ପିତା କି ମାତା କି ବଂଶାବଳୀ କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ୱରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି । 4 ଭାବି ଦେଖ, ଏହି ବ୍ୟକ୍ତି କିପରି ମହାନ। ପିତୃକୁଳପତି ଅବ୍ରହାମ ତାହାଙ୍କୁ ଯୁଦ୍ଧରୁ ଆଣିଥିବା ସର୍ବୋତ୍କୃଷ୍ଟ ଦ୍ରବ୍ୟର ଦଶମାଂଶ ସୁଦ୍ଧା ଦେଇଥିଲେ । 5 ଲେବୀଙ୍କ ସନ୍ତାନମାନଙ୍କ ମଧ୍ୟରୁ ଯେଉଁମାନେ ଯାଜକପଦ ପ୍ରାପ୍ତ ହୁଅନ୍ତି, ସେମାନେ ମୋଶାଙ୍କ ବ୍ୟବସ୍ଥାନୁସାରେ ଲୋକମାନଙ୍କଠାରୁ, ଅର୍ଥାତ୍‍, ସେମାନଙ୍କ ଭାଇମାନଙ୍କଠାରୁ ଦଶମାଂଶ ଗ୍ରହଣ କରିବାକୁ ଆଜ୍ଞା ପ୍ରାପ୍ତ ହୋଇଥାଆନ୍ତି ସେମାନେ ଅବ୍ରହାମଙ୍କ ଔରସଜାତ ହେଲେ ହେଁ ସେମାନଙ୍କଠାରୁ ଏହା ଗ୍ରହଣ କରନ୍ତି; 6 କିନ୍ତୁ ମଲ୍‍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ । 7 ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ । 8 ଏ ସ୍ଥଳରେ ମରଣଶୀଳ ମନୁଷ୍ୟ ଯେ ଦଶମାଂଶ ଗ୍ରହଣ କରିଥାଆନ୍ତି, ଦିନେ ମୃତ୍ୟୁବରଣ କରିବ, କିନ୍ତୁ ସେ ସ୍ଥଳରେ ଯେ ଅବ୍ରହାମଙ୍କ ଦଶମାଂଶ ଗ୍ରହଣ କରିଥିଲେ ସେହି ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର । 9 ପୁଣି, କହିବାକୁ ଗଲେ ଯେଉଁ ଲେବୀ ଦଶମାଂଶ ଗ୍ରହଣ କରନ୍ତି, ସେ ମଧ୍ୟ ଅବ୍ରହାମଙ୍କ ଦ୍ୱାରା ଦଶମାଂଶ ଦେଇଅଛନ୍ତି; 10 କାରଣ ଅବ୍ରହାମଙ୍କ ସହିତ ମଲ୍‍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ । 11 ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ? 12 କାରଣ ଯାଜକତ୍ଵ ଯଦି ପରିବର୍ତ୍ତିତ ହୁଏ, ତେବେ ମୋଶାଙ୍କ ବ୍ୟବସ୍ଥାର ମଧ୍ୟ ଅବଶ୍ୟ ପରିବର୍ତ୍ତନ ଘଟେ । 13 ଯେଣୁ ଯାହାଙ୍କ ସମ୍ବନ୍ଧରେ ଏହି ସମସ୍ତ କୁହାଯାଏ, ସେ ଅନ୍ୟ ଏକ ଗୋଷ୍ଠୀର ଲୋକ, ଯେଉଁ ଗୋଷ୍ଠୀର କେହି କେବେ ବେଦିର କର୍ମ କରି ନାହାଁନ୍ତି । 14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାଁନ୍ତି । 15 {ମଲ୍‍କୀଷେଦକଙ୍କ ସଦୃଶ ଯୀଶୁ } ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି, 16 ସେ ଶାରୀରିକ ମୋଶାଙ୍କ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି । 17 କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ । 18 ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି; 19 (କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ । 20 ଆଉ ଏହା ଯେପ୍ରକାରେ ବିନା ଶପଥରେ ହେଲା ନାହିଁ, 21 ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି; 22 ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି । 23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ, 24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ତ୍ୱ ପ୍ରାପ୍ତ ହୋଇଅଛନ୍ତି । 25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ । 26 କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ । 27 ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି । 28 ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ ।
Total 13 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 7 / 13
1 2 3 4 5 6 7 8 9 10 11 12 13
×

Alert

×

Oriya Letters Keypad References