1.
2. [PS]ଯିହୁଦାର ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ୱ ସମୟରେ ଯୋୟାଶ୍ର ପୁତ୍ର ଇସ୍ରାଏଲର ରାଜା ଯାରବୀୟାମର ସମୟରେ ସଦାପ୍ରଭୁଙ୍କର ଏହି ବାକ୍ୟ ବେରିଙ୍କ ପୁତ୍ର ହୋଶେୟଙ୍କର ନିକଟରେ ଉପସ୍ଥିତ ହେଲା। [PE]{#1ହୋଶେୟଙ୍କ ଭାର୍ଯ୍ୟା ଏବଂ ସନ୍ତାନଗଣ } [QS]ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, [QE][QS]“ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ [QE][QS]ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; [QE][QS]କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।” [QE]
3. [QS]ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା। [QE]
4. [QS]ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, [QE][QS]“ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; [QE][QS]କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ [QE][QS]ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା [QE][QS]ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା। [QE]
5. [QS]ପୁଣି, ସେହି ସମୟରେ ଆମ୍ଭେ ଯିଷ୍ରିୟେଲର ଉପତ୍ୟକାରେ [QE][QS]ଇସ୍ରାଏଲର ଧନୁ ଭଗ୍ନ କରିବା।” [QE]
6. [PS]ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। [QE][QS]ଆଉ, ସଦାପ୍ରଭୁ ତାହାକୁ କହିଲେ, [QE][QS]“ତୁମ୍ଭେ ତାହାର ନାମ ଲୋ-ରୁହାମା[* ଲୋ-ରୁହାମା ଅର୍ଥାତ୍ ଅଦୟା ପାତ୍ରୀ ] ରଖ; [QE][QS]କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ [QE][QS]ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ। [QE]
7. [QS]ମାତ୍ର ଆମ୍ଭେ ଯିହୁଦା ବଂଶ ପ୍ରତି ଦୟା କରିବା [QE][QS]ଓ ଧନୁ, ଖଡ୍ଗ, ଯୁଦ୍ଧ କି ଅଶ୍ୱଗଣ କିଅବା [QE][QS]ଅଶ୍ୱାରୋହୀଗଣ ଦ୍ୱାରା ସେମାନଙ୍କୁ ଉଦ୍ଧାର ନ କରି [QE][QS]ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଉଦ୍ଧାର କରିବା।” [QE]
8. [PS]ସେହି ସ୍ତ୍ରୀ ଲୋ-ରୁହାମାକୁ ସ୍ତନ୍ୟପାନ ତ୍ୟାଗ କରାଇଲା ଉତ୍ତାରେ ଗର୍ଭଧାରଣ କରି ଏକ ପୁତ୍ର ପ୍ରସବ କଲା। [QE]
9. [QS]ତହିଁରେ ସଦାପ୍ରଭୁ କହିଲେ, [QE][QS]“ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; [QE][QS]କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ [QE][QS]ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।” [QE]
10. [QS]ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା [QE][QS]ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; [QE][QS]ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, [QE][QS]“ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, [QE][QS]ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, [QE][QS]“ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।” [QE]
11. [PS]ଆଉ, ଯିହୁଦାର ସନ୍ତାନଗଣ ଓ ଇସ୍ରାଏଲର ସନ୍ତାନଗଣ [QE][QS]ଏକତ୍ର ସଂଗ୍ରହ କରାଯିବେ ଓ ସେମାନେ ଆପଣାମାନଙ୍କ ଉପରେ [QE][QS]ଏକ ଜଣକୁ ପ୍ରଧାନ ରୂପେ ନିଯୁକ୍ତ କରି ଦେଶରୁ ଯାତ୍ରା କରିବେ; [QE][QS]କାରଣ ଯିଷ୍ରିୟେଲର ଦିନ ମହତ୍ ଦିନ ହେବ। [QE]