1. {#1ଇସ୍ରାଏଲ ବର୍ଦ୍ଧିଷ୍ଣୁ ଦ୍ରାକ୍ଷାଲତା, ସେ ଆପଣା ଫଳ ଉତ୍ପନ୍ନ କରେ; } [QS]ଇସ୍ରାଏଲ ଆପଣା ଦ୍ରାକ୍ଷାଫଳର ବାହୁଲ୍ୟାନୁସାରେ ଆପଣା ଯଜ୍ଞବେଦିର ସଂଖ୍ୟା ବୃଦ୍ଧି କରିଅଛି; [QE][QS]ତାହାର ଦେଶର ଉନ୍ନତି ଅନୁସାରେ ଲୋକମାନେ ମନୋହର ସ୍ତମ୍ଭ ନିର୍ମାଣ କରିଅଛନ୍ତି। [QE]
2. [QS]ସେମାନଙ୍କର ଅନ୍ତଃକରଣ ବିଭକ୍ତ ହୋଇଅଛି; [QE][QS]ଏବେ ସେମାନେ ଦୋଷୀ ଗଣାଯିବେ; [QE][QS]ସେ ସେମାନଙ୍କର ଯଜ୍ଞବେଦିସବୁକୁ ଆଘାତ କରିବେ, [QE][QS]ସେ ସେମାନଙ୍କର ସ୍ତମ୍ଭସବୁକୁ ନଷ୍ଟ କରିବେ। [QE]
3. [QS]ଅବଶ୍ୟ ଏବେ ସେମାନେ କହିବେ, “ଆମ୍ଭମାନଙ୍କର ରାଜା ନାହିଁ; [QE][QS]କାରଣ ଆମ୍ଭେମାନେ ତ ସଦାପ୍ରଭୁଙ୍କୁ ଭୟ କରୁ ନାହୁଁ, [QE][QS]ଏଣୁ ରାଜା ଆମ୍ଭମାନଙ୍କ ପାଇଁ କଅଣ କରି ପାରିବ ?” [QE]
4. [QS]ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; [QE][QS]ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, [QE][QS]ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ। [QE]
5. [QS]ଶମରୀୟା ନିବାସୀଗଣ ବେଥ୍-ଆବନର ଗୋବତ୍ସ ପ୍ରତିମା ସକାଶୁ ତ୍ରାସଯୁକ୍ତ ହେବେ; [QE][QS]କାରଣ ତହିଁର ଲୋକମାନେ ତାହା ପାଇଁ ବିଳାପ କରିବେ [QE][QS]ଓ ତହିଁର ଯେଉଁ ପୁରୋହିତମାନେ ତାହାର ଗୌରବ ସକାଶୁ ଆନନ୍ଦ କରିଥିଲେ, [QE][QS]ସେମାନେ ବିଳାପ କରିବେ; କାରଣ ତାହାର ଗୌରବ ତାହାକୁ ଛାଡ଼ି ଯାଇଅଛି। [QE]
6. [QS]ତାହା ମଧ୍ୟ ଯାରେବ ରାଜାର ଭେଟୀ ନିମନ୍ତେ ଅଶୂରକୁ ନୀତ ହେବ; [QE][QS]ଇଫ୍ରୟିମ ଲଜ୍ଜାପ୍ରାପ୍ତ ହେବ ଓ ଇସ୍ରାଏଲ ନିଜ ମନ୍ତ୍ରଣା ବିଷୟରେ ଲଜ୍ଜିତ ହେବ। [QE]
7. [QS]ଶମରୀୟାର ରାଜା ଜଳ ଉପରିସ୍ଥ ଫେଣ ତୁଲ୍ୟ ଉଚ୍ଛିନ୍ନ ହେଲା। [QE]
8. [QS]ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; [QE][QS]କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; [QE][QS]ଆଉ, ସେମାନେ ପର୍ବତଗଣକୁ କହିବେ, “ଆମ୍ଭମାନଙ୍କୁ ଘୋଡ଼ାଅ [QE][QS]ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।” [QE]
9. [QS]ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; [QE][QS]ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, [QE][QS]ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ। [QE]
10. [QS]ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ [QE][QS]ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ [QE][QS]ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ। [QE]
11. [QS]ଆଉ ଇଫ୍ରୟିମ ଶିକ୍ଷିତା ଗାଭୀ, ସେ ଶସ୍ୟ ମର୍ଦ୍ଦନ କରିବାକୁ ଭଲ ପାଏ; [QE][QS]ମାତ୍ର ଆମ୍ଭେ ତାହାର ସୁନ୍ଦର ଗ୍ରୀବାରେ ହସ୍ତାର୍ପଣ କରିଅଛୁ; [QE][QS]ଆମ୍ଭେ ଇଫ୍ରୟିମ ଉପରେ ଏକ ଆରୋହୀକୁ ବସାଇବା; [QE][QS]ଯିହୁଦା ହଳ ବୁଲାଇବ, ଯାକୁବ ତାହାର ଟେଳା ଭାଙ୍ଗିବ। [QE]
12. [QS]ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଧାର୍ମିକତାରେ ବିହନ ବୁଣ, [QE][QS]ଦୟାନୁଯାୟୀ ଶସ୍ୟ କାଟ; ଆପଣାମାନଙ୍କର ପଡ଼ିଆ ଭୂମି ଭାଙ୍ଗ; [QE][QS]କାରଣ ଯେପର୍ଯ୍ୟନ୍ତ ସଦାପ୍ରଭୁ ଆସି ତୁମ୍ଭମାନଙ୍କ ଉପରେ ଧାର୍ମିକତା ନ ବର୍ଷାନ୍ତି, [QE][QS]ସେପର୍ଯ୍ୟନ୍ତ ତାହାଙ୍କର ଅନ୍ଵେଷଣ କରିବାର ସମୟ ଅଛି। [QE]
13. [QS]ତୁମ୍ଭେମାନେ ଦୁଷ୍ଟତାରୂପ ଚାଷ କରି ଅଧର୍ମ ସ୍ୱରୂପ ଶସ୍ୟ କାଟିଅଛ; [QE][QS]ତୁମ୍ଭେମାନେ ମିଥ୍ୟା କଥାର ଫଳ ଭୋଜନ କରିଅଛ; [QE][QS]କାରଣ ତୁମ୍ଭେ ଆପଣା ପଥରେ, ଆପଣାର ବୀରସମୂହରେ ବିଶ୍ୱାସ କରିଅଛ। [QE]
14. [QS]ଏଥିନିମନ୍ତେ ତୁମ୍ଭ ଲୋକମାନଙ୍କ ମଧ୍ୟରେ ଏକ କୋଳାହଳ ଉଠିବ [QE][QS]ଓ ଯୁଦ୍ଧ ଦିନରେ ଯେପରି ଶଲମନ ବେଥ୍-ଅରବେଲକୁ ବିନାଶ କରିଥିଲା, [QE][QS]ସେପରି ତୁମ୍ଭ ଦୁର୍ଗସକଳ ବିନଷ୍ଟ ହେବ; [QE][QS]ମାତା ଆପଣା ସନ୍ତାନଗଣ ସହିତ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହୋଇଥିଲା। [QE]
15. [QS]ତୁମ୍ଭର ମହା ଦୁଷ୍ଟତା ସକାଶୁ ବେଥେଲ୍ ତୁମ୍ଭ ପ୍ରତି ସେହି ପ୍ରକାର କରିବ; [QE][QS]ଇସ୍ରାଏଲର ରାଜା ଅରୁଣୋଦୟ ସମୟରେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହେବ। [QE]