ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ହୋଶେୟ
1. [QS]ଇଫ୍ରୟିମ ବାୟୁ ଭୋଜନ କରେ [QE][QS]ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; [QE][QS]ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ [QE][QS]ଓ ସେମାନେ ଅଶୂରର ସହିତ ନିୟମ କରନ୍ତି [QE][QS]ଓ ମିସରକୁ ତୈଳ ପଠାନ୍ତି। [QE]
2. {#1ଯିହୁଦା ଏବଂ ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ } [QS]ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, [QE][QS]ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; [QE][QS]ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ। [QE]
3. [QS]ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା [QE][QS]ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା; [QE]
4. [QS]ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; [QE][QS]ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; [QE][QS]ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, [QE][QS]ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ। [QE]
5. [QS]ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; [QE][QS]ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ। [QE]
6. [QS]ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; [QE][QS]ଦୟା ଓ ନ୍ୟାୟ ବିଚାର ପାଳନ କର [QE][QS]ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ। [QE]
7. [QS]ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; [QE][QS]ସେ ଉପଦ୍ରବ କରିବାକୁ ଭଲ ପାଏ। [QE]
8. [QS]ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, [QE][QS]ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; [QE][QS]ମୋ’ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ’ଠାରେ ପାଇବେ ନାହିଁ।” [QE]
9. [PS]ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; [QE][QS]ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା। [QE]
10. [QS]ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ [QE][QS]ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; [QE][QS]ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ। [QE]
11. [QS]ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର; [QE][QS]ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; [QE][QS]ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି। [QE]
12. [QS]ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା [QE][QS]ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା [QE][QS]ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା। [QE]
13. [QS]ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା [QE][QS]ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ [QE][QS]ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା। [QE]
14. [QS]ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; [QE][QS]ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ [QE][QS]ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ। [QE]

ରେକର୍ଡଗୁଡିକ

Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 14
1 2 3 4 5 6 7 8 9 10 11 12 13 14
1 ଇଫ୍ରୟିମ ବାୟୁ ଭୋଜନ କରେ ଓ ପୂର୍ବୀୟ ବାୟୁର ପଛେ ପଛେ ଗମନ କରେ; ସେ ସର୍ବଦା ମିଥ୍ୟା କଥା ଓ ଉପଦ୍ରବ ବୃଦ୍ଧି କରେ ଓ ସେମାନେ ଅଶୂରର ସହିତ ନିୟମ କରନ୍ତି ଓ ମିସରକୁ ତୈଳ ପଠାନ୍ତି। ଯିହୁଦା ଏବଂ ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ 2 ଆହୁରି, ସଦାପ୍ରଭୁଙ୍କ ଓ ଯିହୁଦା ମଧ୍ୟରେ ବିବାଦ ଅଛି, ସେ ଯାକୁବକୁ ତାହାର ଆଚରଣ ଅନୁଯାୟୀ ଦଣ୍ଡ ଦେବେ; ତାହାର କ୍ରିୟାନୁସାରେ ସେ ତାହାକୁ ପ୍ରତିଫଳ ଦେବେ। 3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା; 4 ହଁ, ସେ ଦୂତ ଉପରେ ବଳବାନ ହୋଇ ଜୟ କଲା; ସେ କ୍ରନ୍ଦନ କରି ତାହାଙ୍କ ନିକଟରେ ବିନତି କଲା; ସେ ବେଥେଲ୍‍ରେ ତାହାଙ୍କ ଉଦ୍ଦେଶ୍ୟ ପାଇଲା, ଆଉ ସେଠାରେ ସେ ଆମ୍ଭମାନଙ୍କ ସହିତ କଥା କହିଲେ। 5 ସେହି ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର; ସଦାପ୍ରଭୁ ତାହାଙ୍କର ସ୍ମରଣୀୟ ନାମ। 6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ। 7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ। 8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ’ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ’ଠାରେ ପାଇବେ ନାହିଁ।” 9 ମାତ୍ର ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ; ଆମ୍ଭେ ମହାପର୍ବ ଦିନର ନ୍ୟାୟ ତୁମ୍ଭକୁ ପୁନର୍ବାର ତମ୍ବୁରେ ବାସ କରାଇବା। 10 ଆହୁରି, ଆମ୍ଭେ ଭବିଷ୍ୟଦ୍‍ବକ୍ତାଗଣ ନିକଟରେ କଥା କହିଅଛୁ ଓ ଆମ୍ଭେ ନାନା ଦର୍ଶନର ବୃଦ୍ଧି କରିଅଛୁ; ଆଉ ଭବିଷ୍ୟଦ୍‍ବକ୍ତାଗଣ ଦ୍ୱାରା ଦୃଷ୍ଟାନ୍ତର କଥା ବ୍ୟବହାର କରିଅଛୁ। 11 ଯଦି ଗିଲୀୟଦରେ କିଛି ଅଧର୍ମ ଅଛି, ତେବେ ସେମାନେ ସର୍ବତୋଃ ଭାବେ ଅସାର; ଗିଲ୍‍ଗଲ୍‍ରେ ସେମାନେ ବୃଷ ବଳିଦାନ କରନ୍ତି; ହଁ, କ୍ଷେତ୍ରସ୍ଥ ଶିଆରର ଢିପି ପରି ସେମାନଙ୍କର ଯଜ୍ଞବେଦି ଅଛି। 12 ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା। 13 ସଦାପ୍ରଭୁ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ଇସ୍ରାଏଲକୁ ମିସରରୁ ବାହାର କରି ଆଣିଲେ ଓ ଏକ ଜଣ ଭବିଷ୍ୟଦ୍‍ବକ୍ତା ଦ୍ୱାରା ସେ ରକ୍ଷିତ ହେଲା। 14 ଇଫ୍ରୟିମ ଅତିଶୟ ବିରକ୍ତ କରାଇଅଛି; ଏଥିପାଇଁ ତାହାର ରକ୍ତର ଦୋଷ ତାହା ଉପରେ ରହିବ ଓ ତାହାର ପ୍ରଭୁ ତାହା ଉପରେ ତାହାର ଅପମାନ ବର୍ତ୍ତାଇବେ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 12 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References