1. {#1ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ କଠୋର ବିଚାର } [QS]ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; [QE][QS]ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; [QE][QS]ମାତ୍ର ବାଲ୍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, [QE][QS]ସେତେବେଳେ ସେ ମଲା। [QE]
2. [QS]ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି [QE][QS]ଓ ରୂପାର ଢଳା ପ୍ରତିମା, ଅର୍ଥାତ୍, [QE][QS]ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। [QE][QS]ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, [QE][QS]ଯେଉଁ ଲୋକମାନେ ବଳିଦାନ କରନ୍ତି, [QE][QS]ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ। [QE]
3. [QS]ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର [QE][QS]ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ। [QE]
4. [QS]ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ [QE][QS]ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ [QE][QS]ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ। [QE]
5. [QS]ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ। [QE]
6. [QS]ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; [QE][QS]ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; [QE][QS2]ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି। [QE]
7. [PS]ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; [QE][QS]ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା; [QE]
8. [QS]ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା [QE][QS]ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; [QE][QS]ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; [QE][QS]ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। [QE]
9. [QS]ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, [QE][QS]ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ। [QE]
10. [QS]ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ? [QE][QS]ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, [QE][QS]ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ? [QE]
11. [QS]ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ [QE][QS]ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ। [QE]
12. [QS]ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି। [QE]
13. [QS]ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; [QE][QS]ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ [QE][QS]ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ। [QE]
14. [QS]ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; [QE][QS]ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; [QE][QS]ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? [QE][QS]ହେ ପାତାଳ, ତୁମ୍ଭର ସଂହାର କାହିଁ ? [QE][QS]ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। [QE]
15. [QS]ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, [QE][QS]ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, [QE][QS]ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; [QE][QS]ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ। [QE]
16. [QS]ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; [QE][QS]କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; [QE][QS]ସେମାନେ ଖଡ୍ଗରେ ପତିତ ହେବେ; [QE][QS]ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; [QE][QS]ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। [QE]