ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ
1. {ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ କଠୋର ବିଚାର} [PS] ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; [QBR] ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; [QBR] ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, [QBR] ସେତେବେଳେ ସେ ମଲା। [QBR]
2. ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି [QBR] ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, [QBR] ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। [QBR] ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, [QBR] ଯେଉଁ ଲୋକମାନେ ବଳିଦାନ କରନ୍ତି, [QBR] ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ। [QBR]
3. ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର [QBR] ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ। [QBR]
4. ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ [QBR] ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ [QBR] ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ। [QBR]
5. ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ। [QBR]
6. ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; [QBR] ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; [QBR2] ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି। [PE][PS]
7. ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; [QBR] ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା; [QBR]
8. ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା [QBR] ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; [QBR] ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; [QBR] ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। [QBR]
9. ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, [QBR] ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ। [QBR]
10. ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ? [QBR] ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, [QBR] ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ? [QBR]
11. ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ [QBR] ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ। [QBR]
12. ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି। [QBR]
13. ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; [QBR] ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ [QBR] ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ। [QBR]
14. ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; [QBR] ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; [QBR] ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? [QBR] ହେ ପାତାଳ, ତୁମ୍ଭର ସଂହାର କାହିଁ ? [QBR] ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। [QBR]
15. ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, [QBR] ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, [QBR] ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; [QBR] ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ। [QBR]
16. ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; [QBR] କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; [QBR] ସେମାନେ ଖଡ୍ଗରେ ପତିତ ହେବେ; [QBR] ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; [QBR] ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। [PE]

Notes

No Verse Added

Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 14
1 2 3 4 5 6 7 8 9 10 11 12 13 14
ହୋଶେୟ 13:8
ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ କଠୋର ବିଚାର 1 ଇଫ୍ରୟିମ କଥା କହିବା ବେଳେ ଲୋକମାନେ କମ୍ପିତ ହେଲେ; ସେ ଇସ୍ରାଏଲ ମଧ୍ୟରେ ଆପଣାକୁ ଉନ୍ନତ କଲା; ମାତ୍ର ବାଲ୍‍ଦେବ ବିଷୟରେ ଯେତେବେଳେ ସେ ଦୋଷ କଲା, ସେତେବେଳେ ସେ ମଲା। 2 ପୁଣି, ଏବେ ସେମାନେ ଅଧିକ ଅଧିକ ପାପ କରନ୍ତି ଓ ରୂପାର ଢଳା ପ୍ରତିମା, ଅର୍ଥାତ୍‍, ଆପଣା ଆପଣା ବୁଦ୍ଧି ଅନୁସାରେ ଦେବତା ନିର୍ମାଣ କରିଅଛନ୍ତି। ସେସବୁ କାରିଗରର କର୍ମ; ସେହି ସବୁର ବିଷୟରେ ସେମାନେ କହନ୍ତି, ଯେଉଁ ଲୋକମାନେ ବଳିଦାନ କରନ୍ତି, ସେମାନେ ଗୋବତ୍ସ ପ୍ରତିମାଗଣକୁ ଚୁମ୍ବନ କରନ୍ତୁ। 3 ଏଥିପାଇଁ ସେମାନେ ପ୍ରାତଃକାଳରେ ମେଘ ଓ ପ୍ରତ୍ୟୁଷର ବହିଯିବା କାକର ଓ ଘୂର୍ଣ୍ଣିବାୟୁରେ ଖଳାରୁ ଉଡ଼ିଯିବା ତୁଷ ଓ ନଳ ଦେଇ ବାହାରି ଯିବା ଧୂଆଁ ପରି ହେବେ। 4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ। 5 ଆମ୍ଭେ ପ୍ରାନ୍ତରରେ ଓ ମହାମରୁଭୂମିରେ ତୁମ୍ଭକୁ ଜାଣିଲୁ। 6 ସେମାନେ ଆମ୍ଭମାନଙ୍କ ଚରାଣି ସ୍ଥାନ ଅନୁସାରେ ପରିତୃପ୍ତ ହେଲେ; ସେମାନେ ପରିତୃପ୍ତ ହୋଇ ଅନ୍ତଃକରଣରେ ଗର୍ବିତ ହେଲେ; ଏଥିପାଇଁ ସେମାନେ ଆମ୍ଭକୁ ପାସୋରି ଅଛନ୍ତି। 7 ସେଥିପାଇଁ ଆମ୍ଭେ ସେମାନଙ୍କ ପ୍ରତି ସିଂହ ତୁଲ୍ୟ ହେବୁ; ଆମ୍ଭେ ଚିତାବାଘ ପରି ପଥ ପାର୍ଶ୍ୱରେ ଛକି ବସିବା; 8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ। 9 ହେ ଇସ୍ରାଏଲ, ତୁମ୍ଭେ ଯେ ଆମ୍ଭର ବିପକ୍ଷ, ତୁମ୍ଭ ସହାୟର ବିପକ୍ଷ ହୋଇଅଛ, ଏହା ତୁମ୍ଭର ସର୍ବନାଶର କାରଣ। 10 ତୁମ୍ଭର ନଗରସମୂହରେ ତୁମ୍ଭକୁ ରକ୍ଷା କରିବା ପାଇଁ ଏବେ ତୁମ୍ଭର ରାଜା କାହିଁ ? ମୋତେ ରାଜା ଓ ଅଧିପତିଗଣ ଦିଅ ବୋଲି ଯେଉଁମାନଙ୍କ ବିଷୟରେ ତୁମ୍ଭେ କହିଲ, ତୁମ୍ଭର ସେହି ବିଚାରକର୍ତ୍ତାଗଣ କାହାନ୍ତି ? 11 ଆମ୍ଭେ ଆପଣା କ୍ରୋଧରେ ତୁମ୍ଭକୁ ରାଜା ଦେଇଅଛୁ ଓ ଆପଣା କୋପରେ ତାହାକୁ ନେଇ ଯାଇଅଛୁ। 12 ଇଫ୍ରୟିମର ଅଧର୍ମ ବନ୍ଧା ଯାଇଅଛି; ତାହାର ପାପ ସଞ୍ଚିତ ହୋଇଅଛି। 13 ପ୍ରସବକାରିଣୀ ସ୍ତ୍ରୀର ବେଦନା ତାହାକୁ ଆକ୍ରାନ୍ତ କରିବ; ସେ ଅଜ୍ଞାନ ଶିଶୁ; କାରଣ ଶିଶୁମାନଙ୍କର ପ୍ରସବ ଦ୍ୱାରରେ ତାହାର ବିଳମ୍ବ କରି ରହିବାର ଉଚିତ୍ ନୁହେଁ। 14 ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ। 15 ଯଦ୍ୟପି ସେ ଆପଣା ଭ୍ରାତୃଗଣ ମଧ୍ୟରେ ଫଳବାନ ହୁଏ, ତଥାପି ପୂର୍ବୀୟ ବାୟୁ ସଦାପ୍ରଭୁଙ୍କର ଶ୍ୱାସ ପ୍ରାନ୍ତରରୁ ଆସିବ, ତହିଁରେ ତାହାର ନିର୍ଝର ଶୁଷ୍କ ହେବ ଓ ତାହାର ଜଳାକାର ଶୁଖିଯିବ; ସେ ତାହାର ଯାବତୀୟ ମନୋହର ପାତ୍ରର ଭଣ୍ଡାର ଲୁଟ କରିବେ। 16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 14
1 2 3 4 5 6 7 8 9 10 11 12 13 14
Common Bible Languages
West Indian Languages
×

Alert

×

oriya Letters Keypad References