ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ହୋଶେୟ
1. {#1ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଆହ୍ୱାନ } [QS]ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; [QE][QS]କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ। [QE]
2. [QS]ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; [QE][QS]ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; [QE][QS]ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା। [QE]
3. [QS]ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; [QE][QS]ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; [QE][QS]କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି [QE][QS]ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; [QE][QS]କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ। [QE]
4. [QS]ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, [QE][QS]ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; [QE][QS]କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି। [QE]
5. [QS]ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; [QE][QS]ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ। [QE]
6. [QS]ତାହାର ଶାଖାସବୁ ବିସ୍ତାରିତ ହେବ [QE][QS]ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ [QE][QS]ଓ ତାହାର ସୁବାସ ଲିବାନୋନ ପରି ହେବ। [QE]
7. [QS]ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; [QE][QS]ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; [QE][QS]ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ। [QE]
8. [QS]ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? [QE][QS]ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; [QE][QS]ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ। [QE]
9. [QS]ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। [QE][QS]ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, [QE][QS]କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; [QE][QS]ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।[QE]
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 14
1 2 3 4 5 6 7 8 9 10 11 12 13 14
ପରମେଶ୍ୱରଙ୍କ ନିକଟକୁ ଫେରି ଆସିବାକୁ ଆହ୍ୱାନ 1 ହେ ଇସ୍ରାଏଲ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ତୁମ୍ଭେ ଆପଣା ଅଧର୍ମରେ ପତିତ ହୋଇଅଛ। 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା। 3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ। 4 ଆମ୍ଭେ ସେମାନଙ୍କ ବିପଥଗମନର ପ୍ରତିକାର କରିବା, ଆମ୍ଭେ ସ୍ୱଚ୍ଛନ୍ଦରେ ସେମାନଙ୍କୁ ପ୍ରେମ କରିବା; କାରଣ ଆମ୍ଭ କ୍ରୋଧ ତାହାଠାରୁ ନିବୃତ୍ତ ହୋଇଅଛି। 5 ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ। 6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ। 7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ। 8 ଇଫ୍ରୟିମ କହିବ, ପ୍ରତିମାଗଣରେ ମୋର ଆଉ କି କାର୍ଯ୍ୟ ? ଆମ୍ଭେ ଉତ୍ତର ଦେଇଅଛୁ ଓ ତାହା ବିଷୟରେ ମନୋଯୋଗ କରିବା; ଆମ୍ଭେ ସତେଜ ଦେବଦାରୁ ବୃକ୍ଷ ତୁଲ୍ୟ; ଆମ୍ଭଠାରୁ ତୁମ୍ଭର ଫଳପ୍ରାପ୍ତି ହୁଏ। 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା-ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References