1. {#1ଇସ୍ରାଏଲ ବିରୁଦ୍ଧରେ ପରମେଶ୍ୱରଙ୍କ ଅଭିଯୋଗ } [QS]ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; [QE][QS]କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ [QE][QS]ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି। [QE]
2. [QS]ଅଭିଶାପ ଦେବା, ବିଶ୍ୱାସଲଙ୍ଘନ, ବଧ, ଚୋରି ଓ ବ୍ୟଭିଚାର ବିନା ସେଠାରେ ଆଉ କିଛି ନାହିଁ; [QE][QS]ଲୋକମାନେ ବିଦ୍ରୋହୀ ହୋଇ ଉଠନ୍ତି ଓ ରକ୍ତପାତ ଉପରେ ରକ୍ତପାତ କରାଯାଏ। [QE]
3. [QS]ଏଥିପାଇଁ ଦେଶ ବିଳାପ କରିବ ଓ ତହିଁର ନିବାସୀ ପ୍ରତ୍ୟେକ ଲୋକ, [QE][QS]କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀଗଣ ସହିତ ଦୁର୍ବଳ ହେବେ; [QE][QS]ହଁ, ସମୁଦ୍ରର ମତ୍ସ୍ୟଗଣ ମଧ୍ୟ ଦୂରୀକୃତ ହେବେ। [QE]
4. [QS]ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; [QE][QS]କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି। [QE]
5. [QS]ପୁଣି, ତୁମ୍ଭେ ଦିନବେଳେ ଝୁଣ୍ଟି ପଡ଼ିବ [QE][QS]ଓ ଭବିଷ୍ୟଦ୍ବକ୍ତା ମଧ୍ୟ ରାତ୍ରିକାଳରେ ତୁମ୍ଭ ସଙ୍ଗେ ଝୁଣ୍ଟି ପଡ଼ିବ; [QE][QS]ଆଉ, ଆମ୍ଭେ ତୁମ୍ଭର ମାତାକୁ ବିନାଶ କରିବା। [QE]
6. [QS]ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; [QE][QS]କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, [QE][QS]ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; [QE][QS]ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ [QE][QS]ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା। [QE]
7. [QS]ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ [QE][QS]ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; [QE][QS]ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା। [QE]
8. [QS]ସେମାନେ ଆମ୍ଭ ଲୋକମାନଙ୍କ ପାପରେ ପ୍ରତିପୋଷିତ ହୁଅନ୍ତି, [QE][QS]ଆଉ ସେମାନଙ୍କ ଅଧର୍ମରେ ଆପଣା ଆପଣା ଅନ୍ତଃକରଣକୁ ଆସକ୍ତ କରନ୍ତି। [QE]
9. [QS]ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; [QE][QS]ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା [QE][QS]ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। [QE]
10. [QS]ତହିଁରେ ସେମାନେ ଭୋଜନ କଲେ ମଧ୍ୟ ତୃପ୍ତ ହେବେ ନାହିଁ; [QE][QS]ବ୍ୟଭିଚାର କଲେ ମଧ୍ୟ ବହୁବଂଶ ହେବେ ନାହିଁ; [QE][QS]କାରଣ ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି। [QE]
11. [QS]ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ। [QE]
12. [QS]ଆମ୍ଭର ଲୋକମାନେ ଆପଣା କାଷ୍ଠଖଣ୍ଡର ନିକଟରେ ମନ୍ତ୍ରଣା ଚାହାନ୍ତି [QE][QS]ଓ ସେମାନଙ୍କର ଯଷ୍ଟି ସେମାନଙ୍କ ପ୍ରତି (କଥା) ପ୍ରକାଶ କରେ; [QE][QS]କାରଣ ବ୍ୟଭିଚାରର ଆତ୍ମା ସେମାନଙ୍କୁ ଭ୍ରାନ୍ତ କରିଅଛି, [QE][QS]ପୁଣି ସେମାନେ ପରମେଶ୍ୱରଙ୍କ ଅଧୀନତାରୁ ଯାଇ ବ୍ୟଭିଚାର କରିଅଛନ୍ତି। [QE]
13. [QS]ସେମାନେ ପର୍ବତମାନର ଶୃଙ୍ଗରେ ବଳିଦାନ କରନ୍ତି [QE][QS]ଓ ଉପପର୍ବତଗଣର ଉପରେ ଅଲୋନ, ଲିବ୍ନି [QE][QS]ଓ ଏଲା ବୃକ୍ଷ ତଳେ ଧୂପ ଜଳାନ୍ତି, କାରଣ ତହିଁର ଛାୟା ଉତ୍ତମ; [QE][QS]ଏଥିପାଇଁ ତୁମ୍ଭର କନ୍ୟାଗଣ ବେଶ୍ୟାଚାର କରନ୍ତି ଓ ତୁମ୍ଭର ବଧୂଗଣ ବ୍ୟଭିଚାର କରନ୍ତି। [QE]
14. [QS]ତୁମ୍ଭର କନ୍ୟାଗଣ ବେଶ୍ୟାଚାର କଲା ବେଳେ [QE][QS]ଓ ତୁମ୍ଭର ବଧୂଗଣ ବ୍ୟଭିଚାର କଲା ବେଳେ [QE][QS]ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା ନାହିଁ; [QE][QS]କାରଣ ସେମାନେ ଆପେ ବେଶ୍ୟାମାନଙ୍କ ସଙ୍ଗେ ଦେବଗଣର ମନ୍ଦିରକୁ ଯାଆନ୍ତି [QE][QS]ଓ ମାହାରୀମାନଙ୍କ ସଙ୍ଗେ ବଳିଦାନ କରନ୍ତି; [QE][QS]ଯେଉଁ ଲୋକମାନେ ବୁଝନ୍ତି ନାହିଁ, ସେମାନେ ଉତ୍ପାଟିତ ହେବେ। [QE]
15. [QS]ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, [QE][QS]ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; [QE][QS]ଆଉ, ତୁମ୍ଭେମାନେ ଗିଲ୍ଗଲ୍ରେ ଉପସ୍ଥିତ ହୁଅ ନାହିଁ, [QE][QS]କିଅବା ବେଥ୍-ଆବନକୁ ଯାଅ ନାହିଁ; [QE][QS]ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ। [QE]
16. [QS]କାରଣ ସ୍ଵେଚ୍ଛାଚାରିଣୀ ଗାଭୀ ତୁଲ୍ୟ ଇସ୍ରାଏଲ ଆପେ ସ୍ଵେଚ୍ଛାଚାରୀ ହୋଇଅଛି; [QE][QS]ଏବେ ସଦାପ୍ରଭୁ ସେମାନଙ୍କୁ ମେଷଶାବକ ପରି ପ୍ରଶସ୍ତ ସ୍ଥାନରେ ଚରାଇବେ। [QE]
17. [QS]ଇଫ୍ରୟିମ ପ୍ରତିମାଗଣ ପ୍ରତି ଆସକ୍ତ ହୋଇଅଛି; ତାକୁ ଛାଡ଼ି ଦିଅ। [QE]
18. [QS]ସେମାନଙ୍କର ପେୟ ଦ୍ରବ୍ୟ ଅମ୍ଳ ହୋଇଅଛି; [QE][QS]ସେମାନେ ଅବିରତ ବେଶ୍ୟାଗମନ କରନ୍ତି; [QE][QS]ତାହାର ଶାସନକର୍ତ୍ତାମାନେ ଅପମାନକୁ ଅତିଶୟ ଭଲ ପାଆନ୍ତି। [QE]
19. [QS]ବାୟୁ ତାହାକୁ ଆପଣା ପକ୍ଷରେ ଆଚ୍ଛାଦନ କରିଅଛି [QE][QS]ଓ ସେମାନେ ଆପଣାମାନଙ୍କର ବଳିଦାନ ସକାଶୁ ଲଜ୍ଜିତ ହେବେ। [QE]