ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ହୋଶେୟ
1. {#1ଇସ୍ରାଏଲ ଓ ଯିହୁଦାର ଶାସ୍ତି } [QS]ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, [QE][QS]ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; [QE][QS]ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ। [QE]
2. [QS]ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; [QE][QS]ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ। [QE]
3. [QS]ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; [QE][QS]କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି। [QE]
4. [QS]ସେମାନଙ୍କର କ୍ରିୟାସକଳ ସେମାନଙ୍କୁ [QE][QS]ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; [QE][QS]କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି [QE][QS]ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। [QE]
5. [QS]ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; [QE][QS]ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ। [QE]
6. [QS]ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; [QE][QS]ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; [QE][QS]କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି। [QE]
7. [QS]ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି; [QE][QS]କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; [QE][QS]ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ। [QE]
8. [QS]ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, [QE][QS]ରାମାରେ ତୂରୀ ବଜାଅ; [QE][QS]ବେଥ୍-ଆବନରେ ଭୟାନକ ସିଂହନାଦ କର; [QE][QS]ତୁମ୍ଭ ପଛେ, ହେ ବିନ୍ୟାମୀନ୍, [QE]
9. [QS]ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, [QE][QS]ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। [QE]
10. [QS]ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; [QE][QS]ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା। [QE]
11. [QS]ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ [QE][QS]ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି। [QE]
12. [QS]ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ [QE][QS]ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ। [QE]
13. [QS]ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, [QE][QS]ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା [QE][QS]ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; [QE][QS]ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, [QE][QS]କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ। [QE]
14. [QS]କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ [QE][QS]ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। [QE][QS]ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; [QE][QS]ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ। [QE]
15. [QS]ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି [QE][QS]ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; [QE][QS]ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ। [QE]

ରେକର୍ଡଗୁଡିକ

Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 14
1 2 3 4 5 6 7 8 9 10 11 12 13 14
ଇସ୍ରାଏଲ ଓ ଯିହୁଦାର ଶାସ୍ତି 1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ। 2 ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ। 3 ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି। 4 ସେମାନଙ୍କର କ୍ରିୟାସକଳ ସେମାନଙ୍କୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। 5 ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ। 6 ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି। 7 ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି; କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ। 8 ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍, 9 ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। 10 ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା। 11 ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି। 12 ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ। 13 ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ। 14 କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ। 15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 5 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References