1. {ଇସ୍ରାଏଲ ଓ ଯିହୁଦାର ଶାସ୍ତି} [PS] ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, [QBR] ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; [QBR] ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ। [QBR]
2. ପୁଣି, ଅତ୍ୟାଚାରୀମାନେ ହତ୍ୟା କରିବାରେ ଗଭୀରକୁ ଯାଇଅଛନ୍ତି; [QBR] ମାତ୍ର ଆମ୍ଭେ ସେହି ସମସ୍ତଙ୍କର ଅନୁଯୋଗକାରୀ ଅଟୁ। [QBR]
3. ଆମ୍ଭେ ଇଫ୍ରୟିମକୁ ଜାଣୁ ଓ ଇସ୍ରାଏଲ ଆମ୍ଭର ଅଗୋଚର ନୁହେଁ; [QBR] କାରଣ ହେ ଇଫ୍ରୟିମ, ତୁମ୍ଭେ ଏବେ ବେଶ୍ୟାବୃତ୍ତି କରିଅଛ, ଇସ୍ରାଏଲ ଅଶୁଚି ହୋଇଅଛି। [QBR]
4. ସେମାନଙ୍କର କ୍ରିୟାସକଳ ସେମାନଙ୍କୁ [QBR] ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ଦେବ ନାହିଁ; [QBR] କାରଣ ସେମାନଙ୍କ ଅନ୍ତରରେ ବ୍ୟଭିଚାରର ଆତ୍ମା ଅଛି [QBR] ଓ ସେମାନେ ସଦାପ୍ରଭୁଙ୍କୁ ଜାଣନ୍ତି ନାହିଁ। [QBR]
5. ପୁଣି, ଇସ୍ରାଏଲର ଦର୍ପ ତାହାର ମୁଖ ଆଗରେ ସାକ୍ଷ୍ୟ ଦିଏ; [QBR] ଏଥିପାଇଁ ଇସ୍ରାଏଲ ଓ ଇଫ୍ରୟିମ ଆପଣାମାନଙ୍କ ଅଧର୍ମରେ ଝୁଣ୍ଟି ପଡ଼ିବେ। [QBR]
6. ସେମାନେ ଆପଣାମାନଙ୍କର ମେଷପଲ ଓ ଗୋପଲ ଘେନି ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଯିବେ; [QBR] ମାତ୍ର ତାହାଙ୍କର ଉଦ୍ଦେଶ୍ୟ ପାଇବେ ନାହିଁ; [QBR] କାରଣ ସେ ସେମାନଙ୍କ ନିକଟରୁ ଚାଲି ଯାଇଅଛନ୍ତି। [QBR]
7. ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି; [QBR] କାରଣ ସେମାନେ ଅବୈଧ ସନ୍ତାନ ଉତ୍ପନ୍ନ କରିଅଛନ୍ତି; [QBR] ଏବେ ଅମାବାସ୍ୟା ସେମାନଙ୍କୁ ଓ ସେମାନଙ୍କ କ୍ଷେତ୍ରସବୁକୁ ଗ୍ରାସ କରିବ। [QBR]
8. ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, [QBR] ରାମାରେ ତୂରୀ ବଜାଅ; [QBR] ବେଥ୍-ଆବନରେ ଭୟାନକ ସିଂହନାଦ କର; [QBR] ତୁମ୍ଭ ପଛେ, ହେ ବିନ୍ୟାମୀନ୍, [QBR]
9. ଭର୍ତ୍ସନା ଦିନରେ ଇଫ୍ରୟିମ ଧ୍ୱଂସର ସ୍ଥାନ ହେବ; ଯାହା ନିଶ୍ଚୟ ଘଟିବ, [QBR] ତାହା ଆମ୍ଭେ ଇସ୍ରାଏଲ ଗୋଷ୍ଠୀମାନଙ୍କ ମଧ୍ୟରେ ଜ୍ଞାତ କରାଇଅଛୁ। [QBR]
10. ଯେଉଁମାନେ ସୀମାର ଚିହ୍ନ ଘୁଞ୍ଚାନ୍ତି, ଯିହୁଦାର ଅଧିପତିଗଣ ସେମାନଙ୍କ ତୁଲ୍ୟ ହୋଇଅଛନ୍ତି; [QBR] ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଜଳ ପରି ଢାଳିବା। [QBR]
11. ଇଫ୍ରୟିମ ସନ୍ତୁଷ୍ଟ ହୋଇ ମନୁଷ୍ୟର ଆଜ୍ଞାନୁସାରେ ଚାଲିଥିବାରୁ [QBR] ସେ ଉପଦ୍ରବଗ୍ରସ୍ତ ହୋଇଅଛି ଓ ବିଚାରରେ କଷ୍ଟ ପାଇଅଛି। [QBR]
12. ଏଥିସକାଶୁ ଆମ୍ଭେ ଇଫ୍ରୟିମ ପକ୍ଷରେ କୀଟ ସ୍ୱରୂପ [QBR] ଓ ଯିହୁଦା ବଂଶ ପକ୍ଷରେ କ୍ଷୟ ସ୍ୱରୂପ ହୋଇଅଛୁ। [QBR]
13. ଯେତେବେଳେ ଇଫ୍ରୟିମ ଆପଣା ରୋଗ ଓ ଯିହୁଦା ଆପଣା କ୍ଷତ ଦେଖିଲା, [QBR] ସେତେବେଳେ ଇଫ୍ରୟିମ ଅଶୂରୀୟର ନିକଟକୁ ଗଲା [QBR] ଓ ଯାରେବ ରାଜା ନିକଟକୁ ଲୋକ ପଠାଇଲା; [QBR] ମାତ୍ର ସେ ତୁମ୍ଭମାନଙ୍କୁ ସୁସ୍ଥ କରିବାକୁ ସକ୍ଷମ ନୁହେଁ, [QBR] କିଅବା ସେ ତୁମ୍ଭମାନଙ୍କର କ୍ଷତ ଆରୋଗ୍ୟ କରିବ ନାହିଁ। [QBR]
14. କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ [QBR] ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। [QBR] ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲି ଯିବା; [QBR] ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇ ଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ। [QBR]
15. ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି [QBR] ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; [QBR] ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ। [PE]