ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ହୋଶେୟ
1. {#1ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ଶାସ୍ତି } [QS]ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; [QE][QS]କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, [QE][QS]ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। [QE]
2. [QS]ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ [QE][QS]ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ। [QE]
3. [QS]ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; [QE][QS]ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। [QE]
4. [QS]ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, [QE][QS]କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। [QE][QS]ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; [QE][QS]ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; [QE][QS]କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; [QE][QS]ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ। [QE]
5. [PS]ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ? [QE]
6. [QS]କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, [QE][QS]ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। [QE][QS]ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; [QE][QS]ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ। [QE]
7. [QS]ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। [QE][QS]ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, [QE][QS]କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼। [QE]
8. [QS]ଇଫ୍ରୟିମ ମୋ’ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; [QE][QS]ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ [QE][QS]ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି। [QE]
9. [QS]ଗିବୀୟାର ସମୟରେ ଯେପରି, [QE][QS]ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; [QE][QS]ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। [QE]
10. [QS]ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; [QE][QS]ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; [QE][QS]ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି [QE][QS]ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ [QE][QS]ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। [QE]
11. [PS]ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; [QE][QS]ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ। [QE]
12. [QS]ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, [QE][QS]ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, [QE][QS]ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; [QE][QS]ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, [QE][QS]ସେତେବେଳେ ସେମାନଙ୍କର ସନ୍ତାପ ହେବ ! [QE]
13. [QS]ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; [QE][QS]ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।” [QE]
14. [QS]ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ ? [QE][QS]ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ। [QE]
15. [QS]ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; [QE][QS]କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; [QE][QS]ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; [QE][QS]ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; [QE][QS]ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। [QE]
16. [QS]ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; [QE][QS]ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, [QE][QS]ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। [QE]
17. [QS]ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, [QE][QS]କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; [QE][QS]ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ। [QE]

ରେକର୍ଡଗୁଡିକ

Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 14
1 2 3 4 5 6 7 8 9 10 11 12 13 14
ଇସ୍ରାଏଲ ପ୍ରତି ପରମେଶ୍ୱରଙ୍କ ଶାସ୍ତି 1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। 2 ଶସ୍ୟ ଖଳା କିଅବା ଦ୍ରାକ୍ଷାପେଷଣ ଯନ୍ତ୍ର ସେମାନଙ୍କୁ ପ୍ରତିପୋଷଣ କରିବ ନାହିଁ ଓ ନୂତନ ଦ୍ରାକ୍ଷାରସରୁ ସେମାନେ ବଞ୍ଚିତ ହେବେ। 3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। 4 ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହିସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ। 5 ମହାସଭା ଦିନରେ ଓ ସଦାପ୍ରଭୁଙ୍କ ଉତ୍ସବ ଦିନରେ ତୁମ୍ଭେମାନେ କଅଣ କରିବ ? 6 କାରଣ ଦେଖ, ସେମାନେ ଧ୍ୱଂସ ସ୍ଥାନରୁ ଯାଇଅଛନ୍ତି, ତଥାପି ମିସର ସେମାନଙ୍କୁ ଏକତ୍ର କରିବ, ମେମ୍ଫିସ (ମିସରର ରାଜଧାନୀ) ସେମାନଙ୍କୁ କବର ଦେବ। ସେମାନଙ୍କର ରୂପାର ମନୋହର ପଦାର୍ଥ ସବୁ ବିଛୁଆତି ଗଛର ଅଧିକାର ହେବ; ସେମାନଙ୍କ ତମ୍ବୁସବୁରେ କଣ୍ଟକ ବୃକ୍ଷ ଉତ୍ପନ୍ନ ହେବ। 7 ପ୍ରତିଫଳର ଦିନ ଉପସ୍ଥିତ, ଦଣ୍ଡର ଦିନ ଉପସ୍ଥିତ; ଇସ୍ରାଏଲ ଏହା ଜାଣିବ। ଭବିଷ୍ୟଦ୍‍ବକ୍ତା ନିର୍ବୋଧ, ଆତ୍ମାପ୍ରାପ୍ତ ଲୋକ ଉତ୍ତେଜିତ, କାରଣ ତୁମ୍ଭର ଅଧର୍ମ ବହୁଳ ଓ ଶତ୍ରୁତାଭାବ ବଡ଼। 8 ଇଫ୍ରୟିମ ମୋ’ ପରମେଶ୍ୱରଙ୍କ ସହିତ ପ୍ରହରୀ ଥିଲା; ଭବିଷ୍ୟଦ୍‍ବକ୍ତାଙ୍କର ସକଳ ପଥରେ ଶିକାରୀର ଫାନ୍ଦ ଓ ତାହାର ପରମେଶ୍ୱରଙ୍କ ଗୃହରେ ଶତ୍ରୁତାଭାବ ଅଛି। 9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ। 10 ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍‍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ। 11 ଇଫ୍ରୟିମର ଗୌରବ ପକ୍ଷୀ ପରି ଉଡ଼ିଯିବ; ତାହାର କୌଣସି ଜନ୍ମ, ଗର୍ଭ କିଅବା ଗର୍ଭଧାରଣ ହେବ ନାହିଁ। 12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ ! 13 ଆମ୍ଭେ ସୋରକୁ ଯେପରି ଦେଖିଅଛୁ, ଇଫ୍ରୟିମ ସେପରି ମନୋହର ସ୍ଥାନରେ ରୋପିତ ହୋଇଅଛି; ମାତ୍ର ଇଫ୍ରୟିମ ଆପଣା ସନ୍ତାନଗଣକୁ ହତ୍ୟାକାରୀର ନିକଟକୁ ବାହାର କରି ଆଣିବ।” 14 ହେ ସଦାପ୍ରଭୁ, ସେମାନଙ୍କୁ ଦିଅ; ତୁମ୍ଭେ ସେମାନଙ୍କୁ କଅଣ ଦେବ ? ସେମାନଙ୍କୁ ଗର୍ଭସ୍ରାବ ଉଦର ଓ ଶୁଷ୍କ ସ୍ତନ ଦିଅ। 15 ସେମାନଙ୍କର ଦୁଷ୍ଟତାସକଳ ଗିଲ୍‍ଗଲ୍‍ରେ ଅଛି; କାରଣ ସେଠାରେ ଆମ୍ଭେ ସେମାନଙ୍କୁ ଘୃଣା କଲୁ; ଆମ୍ଭେ ସେମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ସେମାନଙ୍କୁ ଆମ୍ଭ ଗୃହରୁ ତଡ଼ିଦେବା; ଆମ୍ଭେ ସେମାନଙ୍କୁ ଆଉ ସ୍ନେହ କରିବା ନାହିଁ; ସେମାନଙ୍କର ଅଧିପତି ସମସ୍ତେ ବିଦ୍ରୋହୀ। 16 ଇଫ୍ରୟିମ ଆହତ ହୋଇଅଛି, ସେମାନଙ୍କର ମୂଳ ଶୁଷ୍କ ହୋଇଅଛି; ସେମାନେ ଫଳ ଧାରଣ କରିବେ ନାହିଁ; ହଁ, ଯଦ୍ୟପି ସେମାନେ ପ୍ରସବ କରିବେ, ତଥାପି ଆମ୍ଭେ ସେମାନଙ୍କ ଗର୍ଭର ପ୍ରିୟତମ ଫଳକୁ ସଂହାର କରିବା। 17 ମୋର ପରମେଶ୍ୱର ସେମାନଙ୍କୁ ଦୂର କରି ଦେବେ, କାରଣ ସେମାନେ ତାହାଙ୍କ ବାକ୍ୟରେ କର୍ଣ୍ଣପାତ କଲେ ନାହିଁ; ଆଉ, ସେମାନେ ନାନା ଗୋଷ୍ଠୀ ମଧ୍ୟରେ ଭ୍ରମଣକାରୀ ହେବେ।
Total 14 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 9 / 14
1 2 3 4 5 6 7 8 9 10 11 12 13 14
×

Alert

×

Oriya Letters Keypad References