1. ଆମୋସର ପୁତ୍ର ଯିଶାଇୟଙ୍କର ଦର୍ଶନ, ସେ ଯିହୁଦା ରାଜାଗଣ ଉଷୀୟ, ଯୋଥମ୍, ଆହସ୍ ଓ ହିଜକୀୟର ରାଜତ୍ଵ ସମୟରେ ଯିହୁଦା ଓ ଯିରୂଶାଲମ ବିଷୟରେ ଏହି ଦର୍ଶନ ପାଇଲେ।
|
2. {ଈଶ୍ୱରଙ୍କ ଅନୁଯୋଗ} PS ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି;
“ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।” |
3. ଗୋରୁ ଆପଣା ଖାଉନ୍ଦକୁ ଓ ଗର୍ଦ୍ଦଭ ଆପଣା କର୍ତ୍ତାର କୁଣ୍ଡକୁ ଚିହ୍ନେ;
ମାତ୍ର ଇସ୍ରାଏଲ ଜାଣେ ନାହିଁ, ଆମ୍ଭର ଲୋକମାନେ ବିବେଚନା କରନ୍ତି ନାହିଁ। |
4. ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ,
ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି। |
5. ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ?
ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି। |
6. ପାଦର ତଳଠାରୁ ମସ୍ତକ ପର୍ଯ୍ୟନ୍ତ କିଛି ସ୍ୱାସ୍ଥ୍ୟ ନାହିଁ;
କେବଳ କ୍ଷତ, ଦାଗ ଓ ପୂଜପୂର୍ଣ୍ଣ ଘା; ସେହିସବୁ ଟିପା କିମ୍ବା ବନ୍ଧା ଯାଇ ନାହିଁ, କିଅବା ତୈଳ ଦ୍ୱାରା କୋମଳ କରାଯାଇ ନାହିଁ। |
7. ତୁମ୍ଭମାନଙ୍କର ଦେଶ ଧ୍ୱଂସସ୍ଥାନ; ତୁମ୍ଭମାନଙ୍କର ନଗରସବୁ ଅଗ୍ନିରେ ଦଗ୍ଧ;
ତୁମ୍ଭମାନଙ୍କର ଭୂମି ବିଦେଶୀମାନେ ତୁମ୍ଭମାନଙ୍କର ସାକ୍ଷାତରେ ଗ୍ରାସ କରନ୍ତି, ତାହା ବିଦେଶୀମାନଙ୍କ ଦ୍ୱାରା ବିନଷ୍ଟ ହେବା ତୁଲ୍ୟ ଧ୍ୱଂସସ୍ଥାନ ହୋଇଅଛି। |
9. ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ଅତି ଅଳ୍ପ ଲୋକ ଅବଶିଷ୍ଟ ରଖି ନ ଥିଲେ,
ଆମ୍ଭେମାନେ ସଦୋମର ତୁଲ୍ୟ ହୋଇଥା’ନ୍ତୁ, ଆମ୍ଭେମାନେ ହମୋରାର ତୁଲ୍ୟ ହୋଇଥା’ନ୍ତୁ। |
10. ହେ ସଦୋମର ଶାସନକର୍ତ୍ତାମାନେ, ସଦାପ୍ରଭୁଙ୍କର ବାକ୍ୟ ଶୁଣ,
ହେ ହମୋରାର ଲୋକମାନେ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବ୍ୟବସ୍ଥାରେ କର୍ଣ୍ଣପାତ କର। |
11. ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?”
“ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ। |
12. ତୁମ୍ଭେମାନେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବା ବେଳେ
ଆମ୍ଭର ପ୍ରାଙ୍ଗଣସକଳ ପଦ ତଳେ ଦଳିବା ପାଇଁ କିଏ ତୁମ୍ଭମାନଙ୍କଠାରୁ ଚାହିଁଅଛି ? |
13. ଅସାର ନୈବେଦ୍ୟ ଆଉ ଆଣ ନାହିଁ; ଧୂପଦାହ ଆମ୍ଭର ଘୃଣିତ;
ତୁମ୍ଭର ଅମାବାସ୍ୟା ଓ ବିଶ୍ରାମବାର, ସଭାର ଘୋଷଣା ଏହି ଅଧର୍ମ ଓ ମହାସଭା ଆମ୍ଭେ ସହି ପାରୁ ନାହୁଁ। |
14. ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ;
ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହିସବୁ ବହିବାକୁ କ୍ଳାନ୍ତ ହୋଇଅଛୁ। |
15. ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା;
ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ। |
16. ତୁମ୍ଭେମାନେ ଆପଣାମାନଙ୍କୁ ଧୌତ କର, ଆପଣାମାନଙ୍କୁ ଶୁଚି କର;
ଆମ୍ଭ ଦୃଷ୍ଟିରୁ ଆପଣାମାନଙ୍କର କ୍ରିୟାର ମନ୍ଦତା ଦୂର କର; କୁକ୍ରିୟା କରିବାରୁ ନିବୃତ୍ତ ହୁଅ; |
17. ସୁକ୍ରିୟା କରିବାକୁ ଶିଖ;
ନ୍ୟାୟବିଚାର ଚେଷ୍ଟା କର, ଉପଦ୍ରବଗ୍ରସ୍ତମାନଙ୍କର ସାହାଯ୍ୟ କର, ପିତୃହୀନମାନଙ୍କର ନ୍ୟାୟ ବିଚାର କର, ବିଧବାମାନଙ୍କ ପକ୍ଷରେ ପ୍ରତିବାଦ କର।” |
18. ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ;
ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ। |
20. ମାତ୍ର ଯଦି ତୁମ୍ଭେମାନେ ଅସମ୍ମତ ଓ ବିରୁଦ୍ଧାଚାରୀ ହେବ, ତେବେ ଖଡ୍ଗଭୁକ୍ତ ହେବ;
କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି। PS |
21. {ପାପପୂର୍ଣ୍ଣ ନଗରୀ} PS ବିଶ୍ୱସ୍ତ ନଗରୀ କିପରି ବେଶ୍ୟା ହୋଇଅଛି ! ସେ ନ୍ୟାୟବିଚାରରେ ପୂର୍ଣ୍ଣା ଥିଲା। ଧର୍ମ ତାହା ମଧ୍ୟରେ ବାସ କଲା, ମାତ୍ର ଏବେ ହତ୍ୟାକାରୀମାନେ ଅଛନ୍ତି।
|
23. ତୁମ୍ଭର ଅଧିପତିମାନେ ବିଦ୍ରୋହୀ ଓ ଚୋରମାନଙ୍କର ସଖା; ପ୍ରତ୍ୟେକେ ଲାଞ୍ଚ ଭଲ ପା’ନ୍ତି ଓ ପାରିତୋଷିକର ପଶ୍ଚାଦ୍ବର୍ତ୍ତୀ ହୁଅନ୍ତି; ସେମାନେ ପିତୃହୀନମାନଙ୍କର ବିଚାର କରନ୍ତି ନାହିଁ, କିଅବା ବିଧବାର ଗୁହାରି ସେମାନଙ୍କ ନିକଟକୁ ଆସେ ନାହିଁ।
|
24. ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ବଳଦାତା କହନ୍ତି, ଶୁଣ, ଆମ୍ଭେ ଆପଣା ବିପକ୍ଷଗଣ ବିଷୟରେ ଆରାମ ପାଇବା ଓ ଆମ୍ଭେ ଆପଣା ଶତ୍ରୁଗଣଠାରୁ ପରିଶୋଧ ନେବା;
|
25. ପୁଣି, ଆମ୍ଭେ ତୁମ୍ଭଆଡ଼େ ଆପଣା ହସ୍ତ ଫେରାଇ ତୁମ୍ଭର ଖାଦ ସମ୍ପୂର୍ଣ୍ଣ ରୂପେ ପରିଷ୍କାର କରିବା ଓ ତୁମ୍ଭର ସୀସାସବୁ କାଢ଼ି ନେବା;
|
26. ଆଉ, ଆମ୍ଭେ ପୂର୍ବ କାଳ ପରି ତୁମ୍ଭର ବିଚାରକର୍ତ୍ତୃଗଣଙ୍କୁ ଓ ଆଦ୍ୟ ସମୟ ପରି ତୁମ୍ଭ ମନ୍ତ୍ରୀଗଣଙ୍କୁ ପୁନଃସ୍ଥାପନ କରିବା; ତହିଁ ଉତ୍ତାରୁ ତୁମ୍ଭେ ଧର୍ମପୁରୀ, ବିଶ୍ୱସ୍ତ ନଗରୀ ବୋଲି ବିଖ୍ୟାତ ହେବ।
|
28. ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
|
29. କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ।
|
31. ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ। PE
|