1. {ଧନ୍ୟବାଦର ଗୀତ} PS ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।
|
2. ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”
|
4. ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର।
|
6. ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚ ସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।” PE
|