ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. {#1ମୋୟାବ ପ୍ରତି ଭାବବାଣୀ } [PS]ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।
2. ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।
3. ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।
4. ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍‍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।
5. ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍‍ ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।
6. କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।
7. ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ।
8. କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।
9. କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା। [PE]
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 66
ମୋୟାବ ପ୍ରତି ଭାବବାଣୀ 1 ମୋୟାବ ବିଷୟକ ଭବିଷ୍ୟତ ବାଣୀ। ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା; ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା। 2 ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକୁ ଯାଇଅଛି; ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି; ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି। 3 ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି। 4 ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ୍‍ ପର୍ଯ୍ୟନ୍ତ ଶୁଣା ଯାଉଅଛି; ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି। 5 ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର୍‍ ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉ ଅଛନ୍ତି; କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି; ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି। 6 କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ। 7 ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇ ଯିବେ। 8 କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି; ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି। 9 କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 66
×

Alert

×

Oriya Letters Keypad References