ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. {ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ} [PS] ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍‍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା;
2. ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା।
3. ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି;
4. ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
5. ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
6. ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ? [PE]

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 66
ଯିଶାଇୟ 20:32
ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ 1 ଅଶୂରର ରାଜା ସର୍ଗୋନର ପ୍ରେରିତ ତର୍ତ୍ତାନ ସେନାଧ୍ୟକ୍ଷ ଯେଉଁ ବର୍ଷ ଅସ୍‍ଦୋଦକୁ ଆସି ତାହା ପ୍ରତିକୂଳରେ ଯୁଦ୍ଧ କରି ହସ୍ତଗତ କଲା; 2 ସେହି ସମୟରେ ଆମୋସର ପୁତ୍ର ଯିଶାଇୟ ଦ୍ୱାରା ସଦାପ୍ରଭୁ ଏହି କଥା କହିଲେ, “ଯାଅ, ତୁମ୍ଭ କଟିଦେଶରୁ ଚଟବସ୍ତ୍ର ଫିଟାଅ ଓ ତୁମ୍ଭ ପାଦରୁ ପାଦୁକା କାଢ଼,” ତହିଁରେ ସେ ତାହା କରି ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କଲା। 3 ତେବେ ସଦାପ୍ରଭୁ କହିଲେ, “ଆମ୍ଭର ଦାସ ଯିଶାଇୟ ମିସର ଓ କୂଶ ଦେଶ ପ୍ରତି ଏକ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ହେବା ପାଇଁ ଯେପରି ତିନି ବର୍ଷ ବିବସ୍ତ୍ର ଓ ଶୂନ୍ୟପଦ ହୋଇ ଭ୍ରମଣ କରିଅଛି; 4 ସେହିପରି ଅଶୂରର ରାଜା ମିସ୍ରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସ୍ରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ। 5 ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ। 6 ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା ?
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 66
Common Bible Languages
West Indian Languages
×

Alert

×

oriya Letters Keypad References