ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. {ବାବିଲର ପତନର ଦର୍ଶନ} [PS] ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
2. ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
3. ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
4. ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ’ ପ୍ରତି ଥରହରର କାରଣ ହୋଇଅଛି।
5. ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।
6. କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
7. ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
8. ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,”
9. ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”
10. ହେ ମୋହର ମର୍ଦ୍ଦିତ ଓ ମୋ’ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି। [PE][PS]
11. ଦୂମା [* ଦୂମା ଅର୍ଥାତ୍ ଇଦୋମ] ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା ? ପ୍ରହରୀ, କେତେ ରାତ୍ର ହେଲା ?”
12. ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।” [PE][PS]
13. ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।
14. ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।
15. କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।
16. ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;
17. ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି। [PE]

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 66
ଯିଶାଇୟ 21:13
ବାବିଲର ପତନର ଦର୍ଶନ 1 ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି। 2 ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି। 3 ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ। 4 ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉ ଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋ’ ପ୍ରତି ଥରହରର କାରଣ ହୋଇଅଛି। 5 ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର। 6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ; 7 ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।” 8 ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନବେଳେ ନିରନ୍ତର ପ୍ରହରୀଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,” 9 ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି। ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।” 10 ହେ ମୋହର ମର୍ଦ୍ଦିତ ଓ ମୋ’ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି। 11 ଦୂମା * ଦୂମା ଅର୍ଥାତ୍ ଇଦୋମ ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା ? ପ୍ରହରୀ, କେତେ ରାତ୍ର ହେଲା ?” 12 ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।” 13 ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ। 14 ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ। 15 କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ। 16 ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ; 17 ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ” କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 66
Common Bible Languages
West Indian Languages
×

Alert

×

oriya Letters Keypad References