1. {ସମୂଦାୟ ପୃଥିବୀର ବିଚାର} PS ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
|
2. ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।
|
5. ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
|
6. ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।
|
7. ନୂତନ ଦ୍ରାକ୍ଷାରସ ଶୋକ କରୁଅଛି, ଦ୍ରାକ୍ଷାଲତା ମ୍ଳାନ ହେଉଅଛି, ପ୍ରଫୁଲ୍ଲଚିତ୍ତ ସମସ୍ତେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି।
|
10. ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
|
13. କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।
|
14. ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚ ଧ୍ୱନି କରିବେ।
|
15. ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।
|
16. ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି ! ମୁଁ ସନ୍ତାପର ପାତ୍ର !” ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”
|
18. ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରା ଯିବ; କାରଣ ଉର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।
|
20. ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
|
21. ପୁଣି, ସେହି ଦିନ ସଦାପ୍ରଭୁ ଉର୍ଦ୍ଧ୍ୱରେ ଉର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।
|
22. ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।
|
23. ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ। PE
|