ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯିଶାଇୟ
1. {#1ଇଫ୍ରୟିମ ଓ ଯିରୂଶାଲମ ପ୍ରତି ବିଚାର } [PS]ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !
2. ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
3. ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ;
4. ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ୱିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବା ମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ।
5. ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ;
6. ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ।
7. ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
8. କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ।
9. ସେ କାହାକୁ ଜ୍ଞାନ ଶିକ୍ଷା ଦେବ ? ସେ କାହାକୁ ସମାଚାର ବୁଝାଇ ଦେବ ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ ?
10. କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।
11. ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ୱାରା ଏହି ଲୋକମାନଙ୍କୁ କଥା କହିବେ;
12. ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ।
13. ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ। [PE]
14. {#1ସିୟୋନର କୋଣ ପଥର } [PS]ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
15. ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
16. ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ।
17. ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।
18. ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।
19. ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।
20. କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର।
21. ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ।
22. ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ।
23. ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର।
24. କୃଷକ ବୀଜ ବୁଣିବା ପାଇଁ କ’ଣ ନିତ୍ୟ ହଳ ବୁଲାଏ ? ସେ କ’ଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ ?
25. ସେ କ’ଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କ’ଣ ଜହ୍ନା ବୁଣେ ନାହିଁ ?
26. କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।
27. ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ।
28. ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ।
29. ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ। [PE]

ରେକର୍ଡଗୁଡିକ

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 66
ଇଫ୍ରୟିମ ଓ ଯିରୂଶାଲମ ପ୍ରତି ବିଚାର 1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର ! 2 ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ। 3 ଇଫ୍ରୟିମର ମତ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ ପଦ ତଳେ ଦଳିତ ହେବ; 4 ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟପକ୍ୱ ଡିମ୍ୱିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବା ମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବା ମାତ୍ର ଗ୍ରାସ କରେ। 5 ସେହି ଦିନରେ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଲୋକମାନଙ୍କ ଅବଶିଷ୍ଟାଂଶ ନିମନ୍ତେ ସୁନ୍ଦର ମୁକୁଟ ଓ ଶୋଭାକର କିରୀଟ ସ୍ୱରୂପ ହେବେ; 6 ପୁଣି, ବିଚାର କରିବା ନିମନ୍ତେ ଉପବିଷ୍ଟ ଲୋକ ପ୍ରତି ବିଚାରଜନକ ଆତ୍ମା ଓ ଯେଉଁମାନେ ନଗର ଦ୍ୱାରରେ ଯୁଦ୍ଧ ଫେରାଇ ଦିଅନ୍ତି, ସେମାନଙ୍କ ପ୍ରତି ବଳ ସ୍ୱରୂପ ହେବେ। 7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍‍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି। 8 କାରଣ, ମେଜସବୁ ବାନ୍ତି ଓ ମଳରେ ପରିପୂର୍ଣ୍ଣ, କୌଣସି ପରିଷ୍କୃତ ସ୍ଥାନ ନାହିଁ। 9 ସେ କାହାକୁ ଜ୍ଞାନ ଶିକ୍ଷା ଦେବ ? ସେ କାହାକୁ ସମାଚାର ବୁଝାଇ ଦେବ ? କି ଦୁଗ୍ଧତ୍ୟାଗୀ ଓ ସ୍ତନ୍ୟପାନରୁ ନିବୃତ୍ତ ଶିଶୁମାନଙ୍କୁ ? 10 କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ। 11 ନା, ମାତ୍ର ସେ ବିଦେଶୀୟ ଓଷ୍ଠାଧର ଓ ପରଭାଷା ଦ୍ୱାରା ଏହି ଲୋକମାନଙ୍କୁ କଥା କହିବେ; 12 ସେ ସେମାନଙ୍କୁ କହିଲେ, “ଏହି ବିଶ୍ରାମ, ତୁମ୍ଭେମାନେ କ୍ଳାନ୍ତ ଲୋକମାନଙ୍କୁ ବିଶ୍ରାମ ଦିଅନ୍ତି, ପୁଣି, ଏହି ତ ଆରାମ,” ମାତ୍ର ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ। 13 ଏହେତୁ ସେମାନେ ଯେପରି ଯାଇ ପଶ୍ଚାତ୍‍ ପଡ଼ି ଭଗ୍ନ ହେବେ, ଫାନ୍ଦରେ ପଡ଼ିବେ ଓ ଧୃତ ହେବେ, ଏଥିପାଇଁ ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ହେବ। ସିୟୋନର କୋଣ ପଥର 14 ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; 15 ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,” 16 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଭିତ୍ତିମୂଳ ନିମନ୍ତେ ସିୟୋନରେ ଏକ ପ୍ରସ୍ତର, ପରୀକ୍ଷାସିଦ୍ଧ ପ୍ରସ୍ତର, ଦୃଢ଼ ଭିତ୍ତିମୂଳ ସ୍ୱରୂପ ବହୁମୂଲ୍ୟ କୋଣପ୍ରସ୍ତର ସ୍ଥାପନ କରୁଅଛୁ; ଯେ ବିଶ୍ୱାସ କରେ, ସେ ଚଞ୍ଚଳ ହେବ ନାହିଁ। 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ। 18 ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ। 19 ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ। 20 କାରଣ, ଆପଣାକୁ ଲମ୍ବାଇବା ପାଇଁ ମନୁଷ୍ୟର ଶଯ୍ୟା ସାନ ଓ ଆପଣାକୁ ଘୋଡ଼ାଇବା ପାଇଁ ବସ୍ତ୍ର ଅଣଓସାର। 21 ଯେହେତୁ ସଦାପ୍ରଭୁ, ଯେପରି ପରାସୀମ ପର୍ବତରେ, ସେହିପରି ଉଠିବେ, ଯେପରି ଗିବୀୟୋନ୍‍ର ତଳଭୂମିରେ, ସେହିପରି ସେ କ୍ରୋଧ କରିବେ; ତହିଁରେ ସେ ଆପଣାର କାର୍ଯ୍ୟ, ଆପଣାର ଅଦ୍ଭୁତ କାର୍ଯ୍ୟ ସିଦ୍ଧ କରିବେ ଓ ଆପଣାର ବ୍ୟାପାର ଓ ଆପଣାର ଅଦ୍ଭୁତ ବ୍ୟାପାର ସମ୍ପନ୍ନ କରିବେ। 22 ଏହେତୁ ଏବେ ତୁମ୍ଭେମାନେ ନିନ୍ଦକ ହୁଅ ନାହିଁ, ପଛେ ଅବା ତୁମ୍ଭମାନଙ୍କର ବନ୍ଧନ ଦୃଢ଼ ହୁଏ; କାରଣ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଆମ୍ଭେ ସମୁଦାୟ ପୃଥିବୀ ଉପରେ ଉଚ୍ଛିନ୍ନତାର, ନିରୂପିତ ଉଚ୍ଛିନ୍ନତାର କଥା ଶୁଣିଅଛୁ। 23 ତୁମ୍ଭେମାନେ କର୍ଣ୍ଣ ଦେଇ ଆମ୍ଭର ରବ ଶୁଣ; ମନୋଯୋଗ କରି ଆମ୍ଭର ବାକ୍ୟ ଶ୍ରବଣ କର। 24 କୃଷକ ବୀଜ ବୁଣିବା ପାଇଁ କ’ଣ ନିତ୍ୟ ହଳ ବୁଲାଏ ? ସେ କ’ଣ ନିତ୍ୟ ଶିଆର କରି ଆପଣାର ଭୂମିର ଟେଳା ଭାଙ୍ଗେ ? 25 ସେ କ’ଣ ଭୂମିର ଉପରଭାଗ ସମାନ କଲା ଉତ୍ତାରେ କଳାଜୀରା ବିଞ୍ଚି ଦିଏ ନାହିଁ ଓ ଜୀରା ବୁଣେ ନାହିଁ ଓ ଧାଡ଼ି ଧାଡ଼ି କରି ଗହମ, ନିରୂପିତ ସ୍ଥାନରେ ଯବ ଓ କ୍ଷେତ୍ରର ସୀମାରେ କ’ଣ ଜହ୍ନା ବୁଣେ ନାହିଁ ? 26 କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି। 27 ଯେହେତୁ କଳାଜୀରା କୌଣସି ତୀକ୍ଷ୍ଣ ଅସ୍ତ୍ରରେ ମର୍ଦ୍ଦିତ ହୁଏ ନାହିଁ, କିଅବା ଜୀରା ଉପରେ ଶକଟ ଚକ୍ର ବୁଲାଯାଏ ନାହିଁ; ମାତ୍ର କଳାଜୀରା ଯଷ୍ଟିରେ ଓ ଜୀରା ଦଣ୍ଡରେ ପିଟାଯାଏ। 28 ରୁଟିର ଶସ୍ୟ ଚୂର୍ଣ୍ଣ କରାଯାଏ; କାରଣ ସେ ଚିରକାଳ ତାହା ମର୍ଦ୍ଦନ କରିବ ନାହିଁ; ଆଉ, ଯଦ୍ୟପି ତାହାର ଶକଟ ଚକ୍ର ଓ ତାହାର ଅଶ୍ୱଗଣ ତାହା ଛିନ୍ନଭିନ୍ନ କରି ପକାନ୍ତି, ତଥାପି ସେ ତାହା ଚୂର୍ଣ୍ଣ କରେ ନାହିଁ। 29 ଏହା ହିଁ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ହୁଏ, ସେ ମନ୍ତ୍ରଣାରେ ଆଶ୍ଚର୍ଯ୍ୟ ଓ ଜ୍ଞାନରେ ମହାନ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 28 / 66
×

Alert

×

Oriya Letters Keypad References