1. {ଜଣେ ଧାର୍ମିକ ରାଜା} PS ଦେଖ, ଏକ ରାଜା ଧର୍ମାନୁସାରେ ରାଜତ୍ୱ କରିବେ ଓ ଅଧିପତିମାନେ ନ୍ୟାୟାନୁସାରେ ଶାସନ କରିବେ।
|
2. ପୁଣି, ପ୍ରତ୍ୟେକେ ବତାସରୁ ଆଶ୍ରୟ ସ୍ଥାନ ଓ ଝଡ଼ରୁ ଆଶ୍ରୟ, ଶୁଷ୍କ ସ୍ଥାନରେ ଜଳସ୍ରୋତ, ଶ୍ରାନ୍ତିଜନକ ଭୂମିରେ ବୃହତ ଶୈଳର ଛାୟା ସ୍ୱରୂପ ହେବେ।
|
6. କାରଣ ପାଷାଣ୍ଡତା ବ୍ୟବହାର କରିବା ପାଇଁ ଓ ସଦାପ୍ରଭୁଙ୍କ ପ୍ରତିକୂଳରେ ଭ୍ରାନ୍ତିର କଥା କହିବା ପାଇଁ, କ୍ଷୁଧିତର ପ୍ରାଣ ଶୂନ୍ୟ କରିବା ପାଇଁ ଓ ତୃଷିତର ଜଳ ବାରଣ କରିବା ପାଇଁ ମୂଢ଼ ଲୋକ ଦୁଷ୍ଟତାର କଥା କହିବ ଓ ତାହାର ହୃଦୟ ଅଧର୍ମ କଳ୍ପନା କରିବ।
|
7. ଆହୁରି, ଖଳ ଲୋକର ଉପାୟସବୁ ମନ୍ଦ; ସେ ନମ୍ର ଲୋକକୁ, ଅର୍ଥାତ୍, ଯଥାର୍ଥ କଥା କହିବା ବେଳେ ଦୀନହୀନକୁ ମିଥ୍ୟା କଥା ଦ୍ୱାରା ନାଶ କରିବା ପାଇଁ କୁସଂକଳ୍ପ କଳ୍ପନା କରେ।
|
9. {ସୁଖିନୀ ନାରୀଗଣଙ୍କ ବିପଦ} PS ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ ଉଠି ମୋହର ରବ ଶୁଣ, ହେ ନିଶ୍ଚିନ୍ତା କନ୍ୟାଗଣ, ମୋ’ ବାକ୍ୟରେ କର୍ଣ୍ଣପାତ କର।
|
10. ହେ ନିଶ୍ଚିନ୍ତା ନାରୀଗଣ, ତୁମ୍ଭେମାନେ ଏକ ବର୍ଷର ଉପରେ କେତେକ ଦିନ ଉଦ୍ବିଗ୍ନା ହେବ; କାରଣ ଦ୍ରାକ୍ଷାଫଳର ଅଭାବ ହେବ, ଫଳ ଅମଳର ସମୟ ଆସିବ ନାହିଁ।
|
11. ହେ ସୁଖିନୀ ନାରୀଗଣ, ତୁମ୍ଭେମାନେ କମ୍ପିତା ହୁଅ; ହେ ନିଶ୍ଚିନ୍ତାମାନେ, ଉଦ୍ବିଗ୍ନା ହୁଅ; ବସ୍ତ୍ର କାଢ଼ି ବିବସ୍ତ୍ରା ହୁଅ ଓ ତୁମ୍ଭମାନଙ୍କ କଟିଦେଶରେ ଚଟ ବାନ୍ଧ।
|
13. ମୋ’ ଲୋକମାନଙ୍କ ଭୂମି କଣ୍ଟକ ଓ କାନକୋଳି ବୃକ୍ଷମୟ ହେବ; ହଁ, ଉଲ୍ଲାସପ୍ରିୟ ନଗରର ଯାବତୀୟ ଆନନ୍ଦ-ଗୃହ ତାହା ହିଁ ହେବ;
|
14. କାରଣ, ରାଜପୁରୀ ପରିତ୍ୟକ୍ତ ହେବ ଓ ଜନପୂର୍ଣ୍ଣ ନଗର ଜନଶୂନ୍ୟ ହେବ; ଗିରି ଓ ପ୍ରହରୀଦୁର୍ଗ ଚିରକାଳ ଗୁହାମୟ, ବନଗର୍ଦ୍ଦଭମାନଙ୍କର ଉଲ୍ଲାସ ଭୂମି ଓ ପଶୁପଲର ଚରାସ୍ଥାନ ହେବ;
|
15. ଶେଷରେ ଉର୍ଦ୍ଧ୍ୱରୁ ଆମ୍ଭମାନଙ୍କ ଉପରେ ଆତ୍ମା ଢଳା ଗଲେ ପ୍ରାନ୍ତର ଉର୍ବରା କ୍ଷେତ୍ର ହେବ ଓ ଉର୍ବରା କ୍ଷେତ୍ର ଅରଣ୍ୟ ବୋଲି ଗଣାଯିବ।
|