ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. {#1ଦେଶୀୟଗଣଙ୍କ ବିଚାର } [PS]ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ।
2. କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି।
3. ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ।
4. ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।
5. କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
6. ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ।
7. ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ।
8. କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।
9. ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
10. ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ।
11. ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ।
12. ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ।
13. ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକ ଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ।
14. ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ।
15. ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ।
16. ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ’ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି।
17. ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ। [PE]
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 34 / 66
ଦେଶୀୟଗଣଙ୍କ ବିଚାର 1 ହେ ଦେଶୀୟଗଣ, ନିକଟକୁ ଆସି ଶ୍ରବଣ କର, ହେ ଗୋଷ୍ଠୀଗଣ, ତୁମ୍ଭେମାନେ ମନୋଯୋଗ କର; ପୃଥିବୀ ଓ ତତ୍ପୂର୍ଣ୍ଣତା ଶ୍ରବଣ କରୁ; ଜଗତ ଓ ତଦୁତ୍ପନ୍ନ ସକଳ ପଦାର୍ଥ ଶ୍ରବଣ କରୁ। 2 କାରଣ ଦେଶୀୟ ସମସ୍ତଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କର କ୍ରୋଧ ଓ ସେମାନଙ୍କର ସମସ୍ତ ସୈନ୍ୟସାମନ୍ତର ପ୍ରତିକୂଳରେ ତାହାଙ୍କର ପ୍ରଚଣ୍ଡ କୋପ ଅଛି; ସେ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛନ୍ତି, ସେ ସେମାନଙ୍କୁ ହତ ହେବା ନିମନ୍ତେ ସମର୍ପଣ କରିଅଛନ୍ତି। 3 ସେମାନଙ୍କର ହତ ଲୋକମାନେ ବାହାରେ ନିକ୍ଷିପ୍ତ ହେବେ, ସେମାନଙ୍କ ଶବରୁ ଦୁର୍ଗନ୍ଧ ଉଠିବ ଓ ସେମାନଙ୍କ ରକ୍ତରେ ପର୍ବତମାନ ତରଳି ଯିବ। 4 ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ। 5 କାରଣ ଆମ୍ଭର ଖଡ୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ। 6 ସଦାପ୍ରଭୁଙ୍କ ଖଡ୍ଗ ରକ୍ତରେ ପରିତୃପ୍ତ, ମେଦରେ ଓ ଛାଗଗଣର ଗୁର୍ଦାର ମେଦରେ ପୁଷ୍ଟ ହୋଇଅଛି; କାରଣ ବସ୍ରାରେ ସଦାପ୍ରଭୁଙ୍କର ଏକ ଯଜ୍ଞ ଓ ଇଦୋମ ଦେଶରେ ଏକ ମହାହତ୍ୟାକାଣ୍ଡ ହେବ। 7 ପୁଣି, ସେମାନଙ୍କ ସଙ୍ଗେ ବନ୍ୟଗୋରୁ, ବୃଷଭ ସଙ୍ଗେ ଯୁବା ବୃଷ ଆସିବେ; ତହିଁରେ ସେମାନଙ୍କ ଦେଶ ରକ୍ତରେ ମତ୍ତ ଓ ସେମାନଙ୍କ ଧୂଳି ମେଦରେ ପୁଷ୍ଟ ହେବ। 8 କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ। 9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ। 10 ତାହା ଦିବାରାତ୍ର ନିର୍ବାଣ ହେବ ନାହିଁ; ତହିଁର ଧୂମ ସଦାକାଳ ଉଠିବ; ପୁରୁଷାନୁକ୍ରମେ ତାହା ମରୁଭୂମି ହୋଇ ରହିବ; ଅନନ୍ତ କାଳ ତାହାର ମଧ୍ୟ ଦେଇ କେହି ଗମନ କରିବ ନାହିଁ। 11 ମାତ୍ର ପାଣିଭେଳା ଓ ଝିଙ୍କ ତାହା ଅଧିକାର କରିବେ; ଆଉ, ପେଚା ଓ ଡାମରା କାଉ ତହିଁ ମଧ୍ୟରେ ବାସ କରିବେ; ପୁଣି, ସେ ତହିଁ ଉପରେ ଅବସ୍ତୁତାରୂପ ମାନରଜ୍ଜୁ ଓ ଶୂନ୍ୟତାରୂପ ଓଳମ ଟାଣିବେ। 12 ସେମାନେ ତହିଁର କୁଳୀନମାନଙ୍କୁ ରାଜତ୍ୱ କରିବାକୁ ଡାକିବେ; ମାତ୍ର କେହି ସେଠାରେ ନ ଥିବେ ଓ ତହିଁର ଅଧିପତି ସମସ୍ତେ ଲୁପ୍ତ ହେବେ। 13 ତହିଁର ଅଟ୍ଟାଳିକାସକଳରେ କଣ୍ଟକ ଓ ତହିଁର ଦୁର୍ଗସବୁରେ ବିଛୁଆତି, କଣ୍ଟକ ଲତା ବଢ଼ିବ, ତାହା ଶୃଗାଳଗଣର ବାସସ୍ଥାନ ଓ ଓଟପକ୍ଷୀଗଣର ଚରାସ୍ଥାନ ହେବ। 14 ପୁଣି, ସେଠାରେ ବନ୍ୟ ପଶୁଗଣ କେନ୍ଦୁଆମାନଙ୍କ ସଙ୍ଗେ ମିଳିବେ ଓ ଛାଗ ଦେବତା ଆପଣା ସଙ୍ଗୀକୁ ଡାକିବ; ଆହୁରି, ନିଶାଚର ସେଠାରେ ବାସ କରି ବିଶ୍ରାମ ସ୍ଥାନ ପାଇବ। 15 ସେହି ସ୍ଥାନରେ ଡିଆଁ ସର୍ପ ଆପଣା ବସା କରି ଡିମ୍ବ ଦେବ ଓ ଛୁଆ ଫୁଟାଇ ଆପଣା ଛାୟା ତଳେ ଏକତ୍ର କରିବ; ଆହୁରି, ଚିଲମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗିନୀ ସହିତ ସେଠାରେ ଏକତ୍ର ହେବେ। 16 ତୁମ୍ଭେମାନେ ସଦାପ୍ରଭୁଙ୍କ ନଳାକାର ପୁସ୍ତକରୁ ଅନୁସନ୍ଧାନ କରି ପାଠ କର; ଏମାନଙ୍କ ମଧ୍ୟରୁ କେହି ଅନୁପସ୍ଥିତ ହେବ ନାହିଁ, କେହି ଆପଣା ସଙ୍ଗିନୀବିହୀନ ହେବ ନାହିଁ; କାରଣ ମୋ’ ମୁଖ ଦ୍ୱାରା ସେ ଏହା ଆଜ୍ଞା କରିଅଛନ୍ତି ଓ ତାହାଙ୍କର ଆତ୍ମା ସେମାନଙ୍କୁ ସଂଗ୍ରହ କରିଅଛି। 17 ପୁଣି, ସେ ସେମାନଙ୍କ ନିମନ୍ତେ ଗୁଲିବାଣ୍ଟ କରିଅଛନ୍ତି ଓ ତାହାଙ୍କର ହସ୍ତ ପରିମାପକ ରଜ୍ଜୁ ଦ୍ୱାରା ତାହା ବିଭାଗ କରି ସେମାନଙ୍କୁ ଦେଇଅଛି; ସେମାନେ ତାହା ସଦା କାଳ ଅଧିକାର କରିବେ, ସେମାନେ ପୁରୁଷାନୁକ୍ରମେ ତହିଁ ମଧ୍ୟରେ ବାସ କରିବେ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 34 / 66
×

Alert

×

Oriya Letters Keypad References