ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. {ପବିତ୍ରତାର ପଥ} [PS] ପ୍ରାନ୍ତର ଓ ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
2. ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
3. ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଓ ଥର ଥର ଆଣ୍ଠୁକୁ ସୁସ୍ଥିର କର।
4. ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
5. ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ଓ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
6. ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
7. ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
8. ପୁଣି, ସେଠାରେ ଏକ ରାଜଦାଣ୍ଡ ଓ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଓ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
9. ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
10. ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଓ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ଓ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଓ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଓ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ। [PE]

Notes

No Verse Added

Total 66 Chapters, Current Chapter 35 of Total Chapters 66
ଯିଶାଇୟ 35:12
1. {ପବିତ୍ରତାର ପଥ} PS ପ୍ରାନ୍ତର ଶୂନ୍ୟସ୍ଥାନ ଆନନ୍ଦିତ ହେବ; ଆଉ, ମରୁଭୂମି ଉଲ୍ଲସିତ ହୋଇ ଗୋଲାପ ତୁଲ୍ୟ ପ୍ରଫୁଲ୍ଲ ହେବ।
2. ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ୍‍ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।
3. ତୁମ୍ଭେମାନେ ଦୁର୍ବଳ ହସ୍ତକୁ ସବଳ କର ଥର ଥର ଆଣ୍ଠୁକୁ ସୁସ୍ଥିର କର।
4. ଭୀତାନ୍ତଃକରଣମାନଙ୍କୁ କୁହ, ସାହସିକ ହୁଅ, ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରମେଶ୍ୱର ପ୍ରତିଶୋଧ ସହିତ, ପରମେଶ୍ୱରଙ୍କର ପ୍ରତିଫଳ ସହିତ ଆସିବେ; ସେ ଆସି ତୁମ୍ଭମାନଙ୍କର ପରିତ୍ରାଣ କରିବେ।
5. ସେତେବେଳେ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ ହେବ ବଧିରମାନଙ୍କର କର୍ଣ୍ଣ ମୁକ୍ତ ହେବ।
6. ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ମରୁଭୂମିରେ ସ୍ରୋତ ବାହାରିବ।
7. ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ତଣ୍ଡିବଣ ହେବ।
8. ପୁଣି, ସେଠାରେ ଏକ ରାଜଦାଣ୍ଡ ପଥ ହେବ, ତାହା ପବିତ୍ରତାର ପଥ ବୋଲି ବିଖ୍ୟାତ ହେବ; ତାହା କେବଳ ସେମାନଙ୍କ ନିମନ୍ତେ ହେବ, ମାତ୍ର କୌଣସି ଅଶୁଚି ଲୋକ ତହିଁ ଉପରେ ଗମନ କରିବ ନାହିଁ; ପଥିକମାନେ ଅଜ୍ଞାନମାନେ ମଧ୍ୟ ତହିଁରେ ଭ୍ରାନ୍ତ ହେବେ ନାହିଁ।
9. ସେଠାରେ କୌଣସି ସିଂହ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
10. ପୁଣି, ସଦାପ୍ରଭୁଙ୍କ ନିସ୍ତାରିତ ଲୋକମାନେ ଫେରି ଆସିବେ ଗାନ କରୁ କରୁ ସିୟୋନରେ ଉପସ୍ଥିତ ହେବେ ନିତ୍ୟସ୍ଥାୟୀ ଆନନ୍ଦ ସେମାନଙ୍କର ମସ୍ତକର ଭୂଷଣ ହେବ; ସେମାନେ ଆନନ୍ଦ ଆହ୍ଲାଦପ୍ରାପ୍ତ ହେବେ, ପୁଣି ଶୋକ ଆର୍ତ୍ତସ୍ୱର ଦୂରକୁ ପଳାଇ ଯିବ। PE
Total 66 Chapters, Current Chapter 35 of Total Chapters 66
×

Alert

×

oriya Letters Keypad References