ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1.
2. [PS]ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।” [PE]{#1ସଦାପ୍ରଭୁଙ୍କ ଗୌରବାନ୍ୱିତ ଶାଖା } [PS]ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ।
3. ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;
4. ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
5. ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ।
6. ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ। [PE]

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 66
ଯିଶାଇୟ 4:11
1 2 ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, “ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର।” #1ସଦାପ୍ରଭୁଙ୍କ ଗୌରବାନ୍ୱିତ ଶାଖା ସେହି ଦିନ ଇସ୍ରାଏଲ ମଧ୍ୟରେ ବଞ୍ଚିଥିବା ଲୋକମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ଶାଖା ମନୋରମ ଓ ଗୌରବାନ୍ୱିତ ହେବ, ଆଉ ଦେଶର ଫଳ ଉତ୍ତମ ଓ ମନୋହର ହେବ। 3 ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ; 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍‍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ। 5 ଆଉ, ସଦାପ୍ରଭୁ ସିୟୋନ ପର୍ବତସ୍ଥ ସମୁଦାୟ ଆବାସ ଓ ତାହାର ସକଳ ସଭା ଉପରେ ଦିବସରେ ମେଘ ଓ ଧୂମ ଓ ରାତ୍ରିରେ ପ୍ରଜ୍ୱଳିତ ଅଗ୍ନିର ତେଜ ସୃଷ୍ଟି କରିବେ; କାରଣ ସମୁଦାୟ ପ୍ରତାପ ଉପରେ ଚନ୍ଦ୍ରାତପ ବିସ୍ତୃତ ହେବ। 6 ପୁଣି, ଦିବସରେ ଗ୍ରୀଷ୍ମରୁ ଛାୟା ନିମନ୍ତେ, ଆଉ ଝଡ଼ ଓ ବୃଷ୍ଟିରୁ ଆଶ୍ରୟ ଓ ଆଚ୍ଛାଦନ ସ୍ଥାନ ସ୍ୱରୂପ ହେବା ନିମନ୍ତେ ଏକ ଆବାସ ହେବ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 4 / 66
Common Bible Languages
West Indian Languages
×

Alert

×

oriya Letters Keypad References