ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. {ସଦାପ୍ରଭୁ ଏବଂ ବାବିଲର ଦେବତା} [PS] ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି। [QBR]
2. ସେମାନେ ନତ ହୁଅନ୍ତି, [QBR] ସେମାନେ ଏକତ୍ର ନତ ହୁଅନ୍ତି; [QBR] ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, [QBR] ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। [QBR]
3. ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; [QBR] ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ; [QBR]
4. ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; [QBR] ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। [QBR]
5. ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ? [QBR]
6. ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି। [QBR]
7. ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; [QBR] ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ। [QBR]
8. ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। [QBR]
9. ପୁରାତନ ବିଷୟସବୁ ସ୍ମରଣ କର; [QBR] କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; [QBR]
10. ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, [QBR] ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,” [QBR]
11. ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; [QBR] ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। [QBR]
12. ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ। [QBR]
13. ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; [QBR] ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା। [PE]

Notes

No Verse Added

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 66
ଯିଶାଇୟ 46:3
ସଦାପ୍ରଭୁ ଏବଂ ବାବିଲର ଦେବତା 1 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି। 2 ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। 3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ; 4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ? 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି। 7 ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ। 8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। 9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,” 11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। 12 ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ। 13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 66
Common Bible Languages
West Indian Languages
×

Alert

×

oriya Letters Keypad References