ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯିଶାଇୟ
1. {#1ସଦାପ୍ରଭୁ ଏବଂ ବାବିଲର ଦେବତା }
2. [PS]ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି। [PE][QS]ସେମାନେ ନତ ହୁଅନ୍ତି, [QE][QS]ସେମାନେ ଏକତ୍ର ନତ ହୁଅନ୍ତି; [QE][QS]ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, [QE][QS]ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। [QE]
3. [QS]ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; [QE][QS]ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ; [QE]
4. [QS]ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; [QE][QS]ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। [QE]
5. [QS]ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ? [QE]
6. [QS]ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି। [QE]
7. [QS]ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; [QE][QS]ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ। [QE]
8. [QS]ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। [QE]
9. [QS]ପୁରାତନ ବିଷୟସବୁ ସ୍ମରଣ କର; [QE][QS]କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; [QE]
10. [QS]ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, [QE][QS]ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,” [QE]
11. [QS]ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; [QE][QS]ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। [QE]
12. [QS]ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ। [QE]
13. [QS]ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; [QE][QS]ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା। [QE]

ରେକର୍ଡଗୁଡିକ

Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 66
ସଦାପ୍ରଭୁ ଏବଂ ବାବିଲର ଦେବତା 1 2 ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି। ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି। 3 ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ; ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ; 4 ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱ କେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା; ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା। 5 ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା ? 6 ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି। 7 ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ; ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ। 8 ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର। 9 ପୁରାତନ ବିଷୟସବୁ ସ୍ମରଣ କର; କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ; 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,” 11 ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ; ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା। 12 ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ। 13 ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 46 / 66
×

Alert

×

Oriya Letters Keypad References