ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିଶାଇୟ
1. {#1ଅଶୂରର ରାଜାର ଆକ୍ରମଣ } [PS]ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି)
2. ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି।
3. ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।
4. କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।”
5. ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ,
6. “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍‍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି;
7. ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ;
8. ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”
9. ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ।
10. ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି। [PE]
11. {#1ପରମେଶ୍ୱରଙ୍କ ଆଦେଶ } [PS]କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ,
12. ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ।
13. ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ।
14. ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
15. ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ।
16. ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋ’ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର।
17. ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି।
18. ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
19. ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ?
20. ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
21. ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
22. ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ। [PE]
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 66
ଅଶୂରର ରାଜାର ଆକ୍ରମଣ 1 ପୁଣି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏକ ଖଣ୍ଡ ବୃହତ ଫଳକ ନେଇ ପ୍ରଚଳିତ ଅକ୍ଷରରେ ତହିଁ ଉପରେ ଏହି କଥା ଲେଖ, ମହେର-ଶାଲଲହାଶ୍‍-ବସ୍‍ (ଲୁଟିତ ଶୀଘ୍ର ଆସୁଅଛି, ଲୁଟିତ ଦ୍ରବ୍ୟ ଶୀଘ୍ର ଗମନ କରୁଅଛି) 2 ଆଉ, ମୁଁ ପ୍ରମାଣର ନିମନ୍ତେ ଊରୀୟ ଯାଜକ ଓ ଯିବୋରିଖୀୟର ପୁତ୍ର ଜିଖରୀୟକୁ ଆପଣାର ବିଶ୍ୱସ୍ତ ସାକ୍ଷୀ କରିବି। 3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ। 4 କାରଣ ବାଳକ ମୋହର ପିତା ଓ ମୋହର ମାତା ବୋଲି ଡାକିବା ପାଇଁ ଜ୍ଞାନ ପାଇବା ପୂର୍ବେ ଦମ୍ମେଶକ ଧନ ଓ ଶମରୀୟାର ଲୁଟିତ ଅଶୂର ରାଜାର ଆଗେ ଆଗେ ବହି ନିଆଯିବ।” 5 ଏଥିଉତ୍ତାରେ ସଦାପ୍ରଭୁ ମୋତେ ପୁନର୍ବାର କହିଲେ, 6 “ଏହି ଲୋକମାନେ ଶୀଲୋହର ମନ୍ଦଗାମୀ ସ୍ରୋତ ଅଗ୍ରାହ୍ୟ କରି ରତ୍‍ସୀନ ଓ ରମଲୀୟର ପୁତ୍ରଠାରେ ଆନନ୍ଦ କରୁଅଛନ୍ତି; 7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ; 8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।” 9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ। 10 ଏକତ୍ର ମନ୍ତ୍ରଣା କର, ମଧ୍ୟ ତାହା ନିଷ୍ଫଳ ହେବ; କଥା କୁହ, ମଧ୍ୟ ତାହା ସ୍ଥିର ହେବ ନାହିଁ; ଯେହେତୁ ପରମେଶ୍ୱର ଆମ୍ଭମାନଙ୍କ ସହିତ ଅଛନ୍ତି। ପରମେଶ୍ୱରଙ୍କ ଆଦେଶ 11 କାରଣ ସଦାପ୍ରଭୁ ପ୍ରବଳ ହସ୍ତରେ ଧରି ମୋତେ ଏହିପରି କହିଲେ ଓ ମୁଁ ଯେପରି ଏହି ଲୋକମାନଙ୍କ ପଥରେ ଗମନ ନ କରିବି, ଏଥିପାଇଁ ମୋତେ ଆଦେଶ ଦେଇ କହିଲେ, 12 ଏହି ଲୋକମାନେ ଯେଉଁ ସବୁ ବିଷୟକୁ ଚକ୍ରାନ୍ତ ବୋଲି କହିବେ; ତୁମ୍ଭେମାନେ ସେହି ସବୁକୁ ଚକ୍ରାନ୍ତ ବୋଲି କୁହ ନାହିଁ; କିଅବା ସେମାନଙ୍କର ଭୟ ବିଷୟକୁ ତୁମ୍ଭେମାନେ ଭୟ କର ନାହିଁ, ଅବା ତହିଁ ବିଷୟରେ ତ୍ରାସଯୁକ୍ତ ହୁଅ ନାହିଁ। 13 ସୈନ୍ୟାଧିପତି ସଦାପ୍ରଭୁଙ୍କୁ ହିଁ ତୁମ୍ଭେମାନେ ପବିତ୍ର ରୂପେ ମାନ୍ୟ କରିବ, ପୁଣି, ସେ ତୁମ୍ଭମାନଙ୍କର ଭୟସ୍ଥାନ ହେଉନ୍ତୁ ଓ ସେ ତୁମ୍ଭମାନଙ୍କର ତ୍ରାସଭୂମି ହେଉନ୍ତୁ। 14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ। 15 ଆଉ, ଅନେକ ଲୋକ ତଦ୍ଦ୍ୱାରା ବିଘ୍ନ ପାଇ ପତିତ ଓ ଭଗ୍ନ ହେବେ ଓ ଫାନ୍ଦରେ ପଡ଼ି ଧରାଯିବେ। 16 ତୁମ୍ଭେ ଏହି ପ୍ରମାଣ-ବାକ୍ୟ ବାନ୍ଧ, ମୋ’ ଶିଷ୍ୟମାନଙ୍କ ମଧ୍ୟରେ ବ୍ୟବସ୍ଥା ମୁଦ୍ରାଙ୍କିତ କର। 17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି। 18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ। 19 ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି, ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) ଲୋକମାନେ କ’ଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ ? ସେମାନେ କ’ଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ ? 20 ବ୍ୟବସ୍ଥା ଓ ପ୍ରମାଣ-ବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ। 21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ; 22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ।
Total 66 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 8 / 66
×

Alert

×

Oriya Letters Keypad References