1. {ପ୍ରତିମା ପୂଜା ଓ ସତ୍ୟ ଈଶ୍ୱରଙ୍କ ପୂଜା} PS ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;
|
2. ସଦାପ୍ରଭୁ ଏହି କଥା କହନ୍ତି,
“ତୁମ୍ଭେମାନେ ଅନ୍ୟ ଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।” |
3. ଅନ୍ୟ ଦେଶୀୟମାନଙ୍କର ବିଧିସକଳ ଅସାର;
ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ। |
4. ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି;
ପୁଣି, ତାହା ଯେପରି ଟଳ ଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି। |
5. ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ;
ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରି ପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ। |
7. ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ ?
କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ। |
9. ତର୍ଶୀଶ୍ରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ,
ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତ ନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତକର୍ମ। |
10. ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି;
ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ। |
11. ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ,
ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ। |
12. ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି,
ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି; |
13. ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି,
ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି। |
14. ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି;
ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ। |
16. ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି;
କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ। |
18. କାରଣ ସଦାପ୍ରଭୁ ଏହି କଥା କହନ୍ତି,
“ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।” |
19. ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ;
ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।” |
20. ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି;
ମୋର ବାଳକମାନେ ମୋ’ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ। |
21. କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି
ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି। |
22. କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି,
ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି। |
23. ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ;
ନିଜ ପାଦ ବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ। |
25. ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ
ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି। PE |