1. {ଶଣବସ୍ତ୍ରର କଟିବନ୍ଧ} PS ସଦାପ୍ରଭୁ ମୋତେ ଏହି କଥା କହିଲେ, “ତୁମ୍ଭେ ଯାଇ ମସିନା ନିର୍ମିତ ଏକ ପଟୁକା କିଣି ତାହା ଆପଣା କଟିଦେଶରେ ବାନ୍ଧ ଓ ଜଳରେ ତାହା ରଖ ନାହିଁ।”
|
4. “ଯଥା, ଉଠ, ତୁମ୍ଭ କଟିଦେଶରେ ଥିବା ଯେଉଁ ପଟୁକା ତୁମ୍ଭେ କିଣିଅଛ, ତାହା ନେଇ ଫରାତ୍ ନଦୀ ନିକଟକୁ ଯାଇ, ସେଠାସ୍ଥିତ ଏକ ଶୈଳ ଛିଦ୍ରରେ ଲୁଚାଇ ରଖ।” PEPS
|
6. ପୁଣି, ଅନେକ ଦିନ ଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଉଠି ଫରାତ୍ ନଦୀ ନିକଟକୁ ଯାଅ ଓ ଯେଉଁ ପଟୁକା ସେଠାରେ ଲୁଚାଇ ରଖିବା ପାଇଁ ଆମ୍ଭେ ଆଜ୍ଞା କଲୁ, ତାହା ସେଠାରୁ ନିଅ।”
|
7. ତେବେ ମୁଁ ଫରାତ୍ ନଦୀ ନିକଟକୁ ଯାଇ ସେହି ପଟୁକା ଲୁଚାଇ ରଖିଥିବା ସ୍ଥାନ ଖୋଳି ତାହା ନେଲି; ଆଉ ଦେଖ, ସେ ପଟୁକା ନଷ୍ଟ ହୋଇଅଛି, ତାହା ଆଉ କୌଣସି କର୍ମର ଯୋଗ୍ୟ ନୁହେଁ। PEPS
|
10. ଏହି ଯେଉଁ ଦୁଷ୍ଟ ଲୋକମାନେ ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହୋଇ ଆପଣା ଆପଣା ଅନ୍ତଃକରଣର ଅବାଧ୍ୟତାନୁସାରେ ଚାଲନ୍ତି ଓ ଅନ୍ୟ ଦେବଗଣର ସେବା ଓ ପୂଜା କରିବା ନିମନ୍ତେ ସେମାନଙ୍କର ପଶ୍ଚାଦ୍ଗମନ କରିଅଛନ୍ତି, ସେମାନେ ଏହି ଅକର୍ମଣ୍ୟ ପଟୁକା ତୁଲ୍ୟ ହେବେ।”
|
11. କାରଣ ସଦାପ୍ରଭୁ କହନ୍ତି, “ମନୁଷ୍ୟର କଟିଦେଶରେ ପଟୁକା ଯେରୂପ ସଂଲଗ୍ନ ଥାଏ, ତଦ୍ରୂପ ଆମ୍ଭେ ସମୁଦାୟ ଇସ୍ରାଏଲ ଓ ସମୁଦାୟ ଯିହୁଦା ବଂଶକୁ ଆମ୍ଭର ଲୋକ, କୀର୍ତ୍ତି, ପ୍ରଶଂସା ଓ ଗୌରବ ସ୍ୱରୂପ କରିବା ପାଇଁ ଆମ୍ଭଠାରେ ସଂଲଗ୍ନ କରାଇଲୁ; ମାତ୍ର ସେମାନେ ଆମ୍ଭ କଥା ଶୁଣିବାକୁ ଅସମ୍ମତ ହେଲେ।” PS
|
12. {ଦ୍ରାକ୍ଷାକଳଶ} PS ଏହେତୁ ତୁମ୍ଭେ ସେମାନଙ୍କୁ ଏହି କଥା କହିବ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ପ୍ରତ୍ୟେକ କଳଶ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ;’ ତହିଁରେ ସେମାନେ ତୁମ୍ଭକୁ କହିବେ, ‘ପ୍ରତ୍ୟେକ କଳଶ ଯେ ଦ୍ରାକ୍ଷାରସରେ ପୂର୍ଣ୍ଣ କରାଯିବ, ଏହା କ’ଣ ଆମ୍ଭେମାନେ ଜାଣୁ ନାହୁଁ ?’
|
13. ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ଏହି ଦେଶନିବାସୀ ସମସ୍ତ ଲୋକଙ୍କୁ, ଅର୍ଥାତ୍ ଦାଉଦର ସିଂହାସନୋପବିଷ୍ଟ ରାଜାଗଣଙ୍କୁ ଓ ଯାଜକମାନଙ୍କୁ, ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଯିରୂଶାଲମ ନିବାସୀ ସମସ୍ତଙ୍କୁ ମତ୍ତତାରେ ପୂର୍ଣ୍ଣ କରିବା।’
|
14. ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’ ”
|
15. {ଅହଂକାରୀଙ୍କୁ ସତର୍କବାଣୀ} PS ତୁମ୍ଭେମାନେ ଶୁଣ ଓ କର୍ଣ୍ଣପାତ କର; ଅହଙ୍କାର କର ନାହିଁ;
କାରଣ ସଦାପ୍ରଭୁ କଥା କହିଅଛନ୍ତି। |
16. ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅନ୍ଧକାର ଉପସ୍ଥିତ କରିବା ପୂର୍ବେ
ଓ ଅନ୍ଧକାରମୟ ପର୍ବତରେ ତୁମ୍ଭମାନଙ୍କ ଚରଣ ଝୁଣ୍ଟିବା ପୂର୍ବେ; ପୁଣି, ତୁମ୍ଭେମାନେ ଆଲୁଅର ଅପେକ୍ଷା କରୁ କରୁ ସେ ତାହା ମୃତ୍ୟୁୁଛାୟାରେ ଓ ଘୋର ଅନ୍ଧକାରରେ ପରିଣତ କରିବା ପୂର୍ବେ, ତୁମ୍ଭେମାନେ ତାହାଙ୍କୁ ଗୌରବ ଦିଅ। |
17. ମାତ୍ର ଯଦି ତୁମ୍ଭେମାନେ ଏକଥା ଶୁଣିବ ନାହିଁ,
ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ। |
18. ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ;
କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍, ଗୌରବ ମୁକୁଟ ତଳେ ପଡ଼ିଅଛି। |
19. ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି
ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି। |
20. ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ;
ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ ? |
21. ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ,
ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ ? |
22. ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ,
ମୋ’ ପ୍ରତି ଏପରି ଦଶା କାହିଁକି ଘଟିଲା ? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି। |
23. କୂଶୀୟ ଲୋକ କି ଆପଣା ଚର୍ମ
ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ ? |
25. ସଦାପ୍ରଭୁ କହନ୍ତି, “ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ;
କାରଣ ତୁମ୍ଭେ ଆମ୍ଭକୁ ପାସୋରି ଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ। |
27. ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟକର୍ମ, ତୁମ୍ଭର ବ୍ୟଭିଚାର,
ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର ! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ ? PE |