ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯିରିମିୟ
1. {#1ଯିହୁଦାର ସର୍ବନାଶ ସୁନିଶ୍ଚିତ } [PS]ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।
2. ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, [PE][QS]‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, [QE][QS]ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, [QE][QS]ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ [QE][QS]ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।’ ” [QE]
3. [PS]ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।
4. ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା। [QE]
5. [QS]କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ ? [QE][QS]ଅବା କିଏ ତୁମ୍ଭ ଲାଗି ବିଳାପ କରିବ ? [QE][QS]ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ ?” [QE]
6. [QS]ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; [QE][QS]ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; [QE][QS]ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ। [QE]
7. [QS]ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; [QE][QS]ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତନ୍ତି ବିହୀନ କରିଅଛୁ, [QE][QS]ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; [QE][QS]ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। [QE]
8. [QS]ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ [QE][QS]ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, [QE][QS]ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ [QE][QS]ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; [QE][QS]ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ। [QE]
9. [QS]ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; [QE][QS]ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; [QE][QS]ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ [QE][QS]ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି। [QE]
10. {#1ଯିରିମୀୟଙ୍କ ଅଭିଯୋଗ } [QS]ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, [QE][QS]ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! [QE][QS]ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; [QE][QS]ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି। [QE]
11. [QS]ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; [QE][QS]ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା। [QE]
12. [QS]ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ ? [QE]
13. [QS]ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା [QE][QS]ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା। [QE]
14. [QS]ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; [QE][QS]କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ। [QE]
15. [QS]ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; [QE][QS]ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, [QE][QS]ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; [QE][QS]ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; [QE][QS]ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ। [QE]
16. [QS]ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; [QE][QS]ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; [QE][QS]କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ। [QE]
17. [QS]ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, [QE][QS]କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; [QE][QS]କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ। [QE]
18. [QS]ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ [QE][QS]ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି ? [QE][QS]ତୁମ୍ଭେ କି ମୋ’ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ ? [QE]
19. [QS]ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ [QE][QS]ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; [QE][QS]ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, [QE][QS]ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; [QE][QS]ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, [QE][QS]ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।” [QE]
20. [QS]ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ [QE][QS]ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀରସ୍ୱରୂପ କରିବା; [QE][QS]ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; [QE][QS]କାରଣ ସଦାପ୍ରଭୁ କହନ୍ତି, [QE][QS]“ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ [QE][QS]ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ। [QE]
21. [QS]ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା [QE][QS]ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।” [QE]
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 52
ଯିହୁଦାର ସର୍ବନାଶ ସୁନିଶ୍ଚିତ 1 ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ। 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।’ ” 3 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା। 4 ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା। 5 କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ ?” 6 ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ। 7 ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତନ୍ତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି। 8 ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍‍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ। 9 ସାତ ସନ୍ତାନପ୍ରସୂତା ସ୍ତ୍ରୀ କ୍ଷୀଣା ହେଉଅଛି; ସେ ପ୍ରାଣତ୍ୟାଗ କରିଅଛି; ଦିନ ଥାଉ ଥାଉ ତାହାର ସୂର୍ଯ୍ୟ ଅସ୍ତ ହୋଇଅଛି; ସେ ଲଜ୍ଜିତା ଓ ହତାଶା ହୋଇଅଛି; ପୁଣି, ସେମାନଙ୍କର ଅବଶିଷ୍ଟ ଲୋକମାନଙ୍କୁ ଆମ୍ଭେ ସେମାନଙ୍କ ଶତ୍ରୁଗଣର ସମ୍ମୁଖରେ ଖଡ୍ଗରେ ସମର୍ପଣ କରିବା,” ଏହା ସଦାପ୍ରଭୁ କହନ୍ତି। ଯିରିମୀୟଙ୍କ ଅଭିଯୋଗ 10 ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି। 11 ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା। 12 ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ ? 13 ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା। 14 ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ। 15 ହେ ସଦାପ୍ରଭୁ, ତୁମ୍ଭେ ଜାଣୁଅଛ; ମୋତେ ସ୍ମରଣ କର ଓ ମୋହର ତତ୍ତ୍ୱାନୁସନ୍ଧାନ କର, ପୁଣି ମୋର ତାଡ଼ନାକାରୀମାନଙ୍କଠାରୁ ପରିଶୋଧ ନିଅ; ତୁମ୍ଭର ଦୀର୍ଘ ସହିଷ୍ଣୁତା ସକାଶୁ ମୋତେ ସଂହାର କର ନାହିଁ; ମୁଁ ତୁମ୍ଭ ସକାଶୁ ନିନ୍ଦାଭୋଗ କରିଅଛି, ଏହା ଜ୍ଞାତ ହୁଅ। 16 ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ। 17 ମୁଁ ଆମୋଦପ୍ରମୋଦକାରୀମାନଙ୍କ ସଭାରେ ବସିଲି ନାହିଁ, କିଅବା ଆନନ୍ଦ କଲି ନାହିଁ; ତୁମ୍ଭର ହସ୍ତ ସକାଶୁ ମୁଁ ଏକାକୀ ବସିଲି; କାରଣ ତୁମ୍ଭେ ମୋତେ କ୍ରୋଧରେ ପୂର୍ଣ୍ଣ କରିଅଛ। 18 ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି ? ତୁମ୍ଭେ କି ମୋ’ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ ? 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।” 20 ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀରସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ। 21 ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 52
×

Alert

×

Oriya Letters Keypad References