ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
1. {#1ଦୁର୍ଭିକ୍ଷ, ଖଡ୍ଗ ଓ ମୃତ୍ୟୁୁ } [PS]ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋ’ ନିକଟରେ ଉପସ୍ଥିତ ହେଲା,
2. ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।”
3. କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି।
4. “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।” [PE]
5. [PS]କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ।
6. ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ;
7. କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।” [PE]
8. [PS]ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ।
9. କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।” [PE]
10. [PS]ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି ? ଅବା ଆମ୍ଭମାନଙ୍କର ଅପରାଧ କି ? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ ?
11. ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। [PE]
12. [PS]ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ;
13. ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।” [PE]
14. {#1ଇସ୍ରାଏଲର ପୁନଃସ୍ଥାପନର ପ୍ରତିଜ୍ଞା } [PS]ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ,” ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ;
15. ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା। [PE]
16. [PS]ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।
17. କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।
18. ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।” [PE]
19. [QS]ହେ ମୋର ବଳ, ମୋର ଦୃଢ଼ ଦୁର୍ଗ [QE][QS]ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, [QE][QS]ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, [QE][QS]“ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, [QE][QS]ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।” [QE]
20. [QS]ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ ? ସେ ତ ଈଶ୍ୱର ନୁହେଁ। [QE]
21. [QS]ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, [QE][QS]ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; [QE][QS]ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ। [QE]

Notes

No Verse Added

Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 52
ଯିରିମିୟ 16:25
#1ଦୁର୍ଭିକ୍ଷ, ଖଡ୍ଗ ଓ ମୃତ୍ୟୁୁ 1 ସଦାପ୍ରଭୁଙ୍କର ବାକ୍ୟ ଆହୁରି ମୋ’ ନିକଟରେ ଉପସ୍ଥିତ ହେଲା, 2 ଯଥା, “ତୁମ୍ଭେ ଏହି ସ୍ଥାନରେ ବିବାହ କରିବ ନାହିଁ, କିଅବା ପୁତ୍ରକନ୍ୟା ଜାତ କରିବ ନାହିଁ।” 3 କାରଣ ଏହି ସ୍ଥାନରେ ଜାତ ପୁତ୍ର ଓ କନ୍ୟାଗଣ ବିଷୟରେ ଓ ଏହି ଦେଶରେ ସେମାନଙ୍କର ପ୍ରସବକାରିଣୀ ମାତାମାନଙ୍କ ବିଷୟରେ, ଆଉ ସେମାନଙ୍କ ଜନ୍ମଦାତା ପିତୃଗଣ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି। 4 “ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।” 5 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଶୋକ ଗୃହରେ ପ୍ରବେଶ କର ନାହିଁ, କିଅବା ସେମାନଙ୍କ ପାଇଁ ବିଳାପ ଅଥବା କ୍ରନ୍ଦନ କରିବା ପାଇଁ ଯାଅ ନାହିଁ;” କାରଣ ସଦାପ୍ରଭୁ କହନ୍ତି “ଆମ୍ଭେ ଏହି ଲୋକମାନଙ୍କଠାରୁ ଆମ୍ଭର ଶାନ୍ତି ଓ ସ୍ନେହପୂର୍ଣ୍ଣ କରୁଣା ଓ ଦୟା ହରଣ କରିଅଛୁ। 6 ଏହି ଦେଶରେ ମହାନ ଓ କ୍ଷୁଦ୍ର ଉଭୟ ଲୋକ ମରିବେ; ସେମାନଙ୍କୁ କବର ଦିଆଯିବ ନାହିଁ, ଅଥବା ଲୋକେ ସେମାନଙ୍କ ନିମନ୍ତେ ବିଳାପ କରିବେ ନାହିଁ, କିଅବା ସେମାନଙ୍କ ନିମନ୍ତେ ଆପଣା ଆପଣା ଅଙ୍ଗରେ ଅସ୍ତ୍ରାଘାତ ଅଥବା ମସ୍ତକ ମୁଣ୍ଡନ କରିବେ ନାହିଁ; 7 କିଅବା ମୃତ ଲୋକମାନଙ୍କ ନିମନ୍ତେ ଶୋକକାରୀମାନଙ୍କୁ ସାନ୍ତ୍ୱନା କରିବା ପାଇଁ ଲୋକେ ରୁଟି ଭାଙ୍ଗିବେ ନାହିଁ; ଅଥବା ଆପଣା ଆପଣା ପିତା ଓ ମାତା ନିମନ୍ତେ ପାନ କରିବା ପାଇଁ ସାନ୍ତ୍ୱନାସୂଚକ ପାତ୍ର ଦେବେ ନାହିଁ।” 8 ପୁଣି, ତୁମ୍ଭେ ଭୋଜନ ପାନ କରିବା ନିମନ୍ତେ ସେମାନଙ୍କ ସଙ୍ଗେ ବସିବା ପାଇଁ କୌଣସି ଭୋଜି ଗୃହକୁ ଯିବ ନାହିଁ। 9 କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ଦେଖ, ଆମ୍ଭେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ଓ ତୁମ୍ଭମାନଙ୍କ ସମୟରେ ଏହି ସ୍ଥାନରୁ ଆମୋଦପ୍ରମୋଦର ଧ୍ୱନି ଓ ଆନନ୍ଦର ଧ୍ୱନି, ବରର ରବ ଓ କନ୍ୟାର ରବ ନିବୃତ୍ତ କରାଇବା।” 10 ଆଉ, ତୁମ୍ଭେ ଏହିସବୁ କଥା ଏ ଲୋକମାନଙ୍କ ନିକଟରେ ଯେତେବେଳେ ପ୍ରକାଶ କରିବ ଓ ସେମାନେ ତୁମ୍ଭକୁ କହିବେ, ସଦାପ୍ରଭୁ କାହିଁକି ଏହିସବୁ ମହା ଅମଙ୍ଗଳର କଥା ଆମ୍ଭମାନଙ୍କ ବିରୁଦ୍ଧରେ କହିଅଛନ୍ତି ? ଅବା ଆମ୍ଭମାନଙ୍କର ଅପରାଧ କି ? ଅବା ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱରଙ୍କ ବିରୁଦ୍ଧରେ କି ପାପ କରିଅଛୁ ? 11 ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପିତୃପୁରୁଷମାନେ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଅନ୍ୟ ଦେବଗଣର ପଶ୍ଚାଦ୍‍ଗମନ କରି ସେମାନଙ୍କର ସେବା କରିଅଛନ୍ତି ଓ ସେମାନଙ୍କର ପୂଜା କରିଅଛନ୍ତି, ଆଉ ଆମ୍ଭକୁ ପରିତ୍ୟାଗ କରି ଆମ୍ଭର ବ୍ୟବସ୍ଥା ପାଳନ କରି ନାହାନ୍ତି। 12 ପୁଣି, ତୁମ୍ଭେମାନେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣର ଅପେକ୍ଷା ଅଧିକ ମନ୍ଦ ଆଚରଣ କରିଅଛ; କାରଣ ଦେଖ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଦୁଷ୍ଟାନ୍ତଃକରଣର ଅବାଧ୍ୟତାନୁସାରେ ଆଚରଣ କରୁଅଛ, ଆମ୍ଭ ବାକ୍ୟରେ ଅବଧାନ କରୁନାହଁ; 13 ଏହେତୁ ଆମ୍ଭେ ତୁମ୍ଭମାନଙ୍କୁ ଏହି ଦେଶରୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଦେଶରେ ନିକ୍ଷେପ କରିବା; ଆଉ, ସେଠାରେ ତୁମ୍ଭେମାନେ ଦିବାରାତ୍ର ଅନ୍ୟ ଦେବଗଣର ସେବା କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ କିଛିମାତ୍ର ଅନୁଗ୍ରହ କରିବା ନାହିଁ।” #1ଇସ୍ରାଏଲର ପୁନଃସ୍ଥାପନର ପ୍ରତିଜ୍ଞା 14 ଏନିମନ୍ତେ ସଦାପ୍ରଭୁ କହନ୍ତି, “ଦେଖ, ଇସ୍ରାଏଲ ସନ୍ତାନଗଣକୁ ଯେ ମିସର ଦେଶରୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ,” ଯେଉଁ ସମୟରେ ଲୋକମାନେ ଏହି କଥା କହିବେ ନାହିଁ; 15 ମାତ୍ର “ଇସ୍ରାଏଲ ସନ୍ତାନଗଣକୁ ଉତ୍ତର ଦେଶରୁ ଓ ଯେଉଁ ଯେଉଁ ସ୍ଥାନରେ ସେ ସେମାନଙ୍କୁ ତଡ଼ି ଦେଇଥିଲେ, ସେହିସବୁ ଦେଶରୁ ଯେ ସେମାନଙ୍କୁ ବାହାର କରି ଆଣିଲେ, ସେହି ଜୀବିତ ସଦାପ୍ରଭୁ” ବୋଲି କହିବେ, ଏପରି ସମୟ ଆସୁଅଛି; ପୁଣି, ଆମ୍ଭେ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଇଥିଲୁ, ସେମାନଙ୍କର ସେହି ଦେଶକୁ ସେମାନଙ୍କୁ ପୁନର୍ବାର ଆଣିବା। 16 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ। 17 କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ। 18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।” 19 ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।” 20 ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ ? ସେ ତ ଈଶ୍ୱର ନୁହେଁ। 21 ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 16 / 52
Common Bible Languages
West Indian Languages
×

Alert

×

oriya Letters Keypad References