1. {ଯିହୁଦାର ପାପ} PS ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି;
ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି। |
2. ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପର୍ଣ୍ଣ ବୃକ୍ଷ ନିକଟରେ
ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି। |
3. ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ
ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା। |
4. ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ।
ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ। PS |
5. {ପରମେଶ୍ୱରଙ୍କ ଉପରେ ନିର୍ଭର} PS ସଦାପ୍ରଭୁ ଏହି କଥା କହନ୍ତି;
“ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ। |
6. ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ,
ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ। |
8. କାରଣ ସେ ଜଳ ନିକଟରେ ରୋପିତ ଓ ନଦୀକୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ
ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ। |
10. ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ
ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ। |
11. ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ,
ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ। |
13. ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ,
ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି। |
14. {ସଦାପ୍ରଭୁଙ୍କ ସାହାଯ୍ୟ ଭିକ୍ଷା} PS ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି,
ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି। |
16. ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ
ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋ’ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା। |
18. ଯେଉଁମାନେ ମୋତେ ତାଡ଼ନା କରନ୍ତି,
ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର। PS |
19. {ବିଶ୍ରାମବାର ବିଧି ପାଳନ} PS ସଦାପ୍ରଭୁ ମୋତେ ଏହି କଥା କହିଲେ, “ଯିହୁଦାର ରାଜାଗଣ ଯେଉଁ ଦ୍ୱାର ଦେଇ ଭିତରେ ଯାଆନ୍ତି ଓ ବାହାରେ ଆସନ୍ତି, ଲୋକମାନଙ୍କ ସନ୍ତାନଗଣର ସେହି ଦ୍ୱାରରେ ଓ ଯିରୂଶାଲମର ସକଳ ଦ୍ୱାରରେ ଯାଇ ଠିଆ ହୁଅ;
|
20. ଆଉ, ସେମାନଙ୍କୁ କୁହ, ହେ ଯିହୁଦାର ରାଜାଗଣ, ହେ ସମୁଦାୟ ଯିହୁଦା ଓ ହେ ଯିରୂଶାଲମର ନିବାସୀ ସମସ୍ତେ, ତୁମ୍ଭେମାନେ ଯେତେ ଲୋକ ଏହିସବୁ ଦ୍ୱାର ଦେଇ ପ୍ରବେଶ କରିଥାଅ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; PEPS
|
21. ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୁଅ ଓ ବିଶ୍ରାମ ଦିନରେ କୌଣସି ଭାର ବହ ନାହିଁ, କିଅବା ଯିରୂଶାଲମର ଦ୍ୱାର ଦେଇ ତାହା ଭିତରକୁ ଆଣ ନାହିଁ;
|
22. ଅଥବା ବିଶ୍ରାମ ଦିନରେ ଆପଣା ଆପଣା ଗୃହରୁ କୌଣସି ବୋଝ ବାହାର କରି ନିଅ ନାହିଁ, କିଅବା ତୁମ୍ଭେମାନେ କୌଣସି କାର୍ଯ୍ୟ କର ନାହିଁ; ମାତ୍ର ତୁମ୍ଭେମାନେ ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର, ଆମ୍ଭେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ଏହିରୂପେ ଆଜ୍ଞା କରିଥିଲୁ।
|
23. ମାତ୍ର ସେମାନେ ମନୋଯୋଗ କଲେ ନାହିଁ, କିଅବା କର୍ଣ୍ଣପାତ କଲେ ନାହିଁ, ବରଞ୍ଚ ନ ଶୁଣିବା ପାଇଁ ଓ ଶିକ୍ଷା ଗ୍ରହଣ ନ କରିବା ପାଇଁ ଆପଣା ଆପଣା ଗ୍ରୀବା ଶକ୍ତ କଲେ।’ PEPS
|
24. ପୁଣି, ସଦାପ୍ରଭୁ କହନ୍ତି, ‘ତୁମ୍ଭେମାନେ ଯେବେ ଯତ୍ନପୂର୍ବକ ଆମ୍ଭ କଥାରେ ମନୋଯୋଗ କରି ବିଶ୍ରାମବାରରେ ଏହି ନଗର ଦ୍ୱାର ଦେଇ କୌଣସି ବୋଝ ଭିତରକୁ ନ ଆଣ ଓ ସେହିଦିନ କୌଣସି କାର୍ଯ୍ୟ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ କର;
|
25. ତେବେ ଦାଉଦଙ୍କ ସିଂହାସନରେ ଉପବିଷ୍ଟ ରାଜାଗଣ ଓ ଅଧିପତିଗଣ ରଥରେ ଓ ଅଶ୍ୱରେ ଚଢ଼ି, ସେମାନେ ଓ ସେମାନଙ୍କର ଅଧିପତିମାନେ, ଯିହୁଦାର ଲୋକମାନେ ଓ ଯିରୂଶାଲମର ନିବାସୀମାନେ ଏହି ନଗର ଦ୍ୱାର ଦେଇ ପ୍ରବେଶ କରିବେ ଓ ଏହି ନଗର ସଦାକାଳ ରହିବ। PEPS
|
26. ପୁଣି, ଲୋକମାନେ ଯିହୁଦାର ନଗରସମୂହରୁ, ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ଅଞ୍ଚଳରୁ, ବିନ୍ୟାମୀନ୍ ଦେଶରୁ ଓ ନିମ୍ନ ଭୂମିରୁ ଓ ପାର୍ବତୀୟ ଦେଶରୁ ଓ ଦକ୍ଷିଣ ଦେଶରୁ ହୋମବଳି, ନୈବେଦ୍ୟ ଓ କୁନ୍ଦୁରୁ ନେଇ, ଆଉ ପ୍ରଶଂସାର୍ଥକ ବଳି ଘେନି ସଦାପ୍ରଭୁଙ୍କ ଗୃହକୁ ଆସିବେ।
|
27. ମାତ୍ର ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ଅବଧାନ ନ କରି ବିଶ୍ରାମ ଦିନକୁ ପବିତ୍ର ରୂପେ ପାଳନ ନ କର ଓ ବିଶ୍ରାମ ଦିନରେ ବୋଝ ବହି ଯିରୂଶାଲମର ଦ୍ୱାରରେ ପ୍ରବେଶ କର, ତେବେ ଆମ୍ଭେ ତହିଁର ଦ୍ୱାରସମୂହରେ ଅଗ୍ନି ଜ୍ୱଳାଇବା, ପୁଣି ତାହା ଯିରୂଶାଲମର ଅଟ୍ଟାଳିକାସବୁ ଗ୍ରାସ କରିବ ଓ ତାହା ନିର୍ବାଣ ହେବ ନାହିଁ।’ ” PE
|