2. “ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ,
ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ। |
3. ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର,
ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି। PEPS |
5. ସଦାପ୍ରଭୁ ଏହି କଥା କହନ୍ତି,
‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି ? |
6. ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ,
ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ। |
7. ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ,
ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ। |
8. “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ,
ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। |
9. ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା
ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା। |
10. ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ,
ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି ? |
11. ଦେବତାମାନେ ଈଶ୍ୱର ନୋହିଲେ ହେଁ
କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।” |
13. କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି;
ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ। |
15. ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି
ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି। |
17. ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ
ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ ? |
18. ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ
ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ? |
19. ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ
ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ। |
20. ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ;
ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ। |
21. ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ
ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ? |
22. ପ୍ରଭୁ, ସଦାପ୍ରଭୁ କହନ୍ତି,
ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି। |
23. ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ
ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର ? ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ; |
24. ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ;
ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ ? ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ। |
25. ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ;
ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି। |
26. ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ,
ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି; PEPS |
27. ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା”
ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।” |
28. ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି ?
ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି। |
29. “ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ ?”
ସଦାପ୍ରଭୁ କହନ୍ତି, “ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।” |
30. ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ;
ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି। |
31. ହେ ବର୍ତ୍ତମାନ କାଳର ଲୋକମାନେ,
ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ? |
32. କନ୍ୟା କି ଆପଣା ଅଳଙ୍କାର
ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି। |
33. ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ !
ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ। |
34. ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ;
ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। |
35. ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ;
ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା। |
36. ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ
କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ। |
37. ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ;
କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ। PE |