1. {#1ଇସ୍ରାଏଲ ଦ୍ୱାରା ଈଶ୍ୱର ପରିତ୍ୟକ୍ତ }
2. [PS]ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା, ଯଥା, [PE][QS]“ଯାଅ ଓ ଯିରୂଶାଲମର କର୍ଣ୍ଣଗୋଚରରେ ପ୍ରଚାର କରି କୁହ, [QE][QS]ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭ ଯୌବନାବସ୍ଥାର ଭକ୍ତି, ତୁମ୍ଭ ବିବାହ ସମୟର ପ୍ରେମ, [QE][QS]ତୁମ୍ଭେ ପ୍ରାନ୍ତରରେ ଅବୁଣା ଦେଶରେ କିରୂପେ ଆମ୍ଭ ପଶ୍ଚାଦ୍ଗମନ କଲ, [QE][QS]ଏହା ତୁମ୍ଭ ପକ୍ଷରେ ଆମ୍ଭେ ସ୍ମରଣ କରୁଅଛୁ। [QE]
3. [QS]ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, [QE][QS]ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। [QE][QS]ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; [QE][QS]ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି। [QE]
4. [PS]ହେ ଯାକୁବର ବଂଶ, ଆଉ ହେ ଇସ୍ରାଏଲ ବଂଶର ଗୋଷ୍ଠୀସବୁ, [QE][QS]ସଦାପ୍ରଭୁଙ୍କର ବାକ୍ୟ ଶୁଣ; [QE]
5. [QS]ସଦାପ୍ରଭୁ ଏହି କଥା କହନ୍ତି, [QE][QS]‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, [QE][QS]ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି [QE][QS]ଓ ଅସାର ପ୍ରତିମାଗଣର ପଶ୍ଚାଦ୍ଗମନ କରି ନିଜେ ଅସାର ହୋଇଅଛନ୍ତି ? [QE]
6. [QS]ଅଥବା ଯେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, [QE][QS]ଯେ ପ୍ରାନ୍ତରର, ମରୁଭୂମି ଓ ଗର୍ତ୍ତମୟ ଦେଶର, [QE][QS]ଆଉ ନିର୍ଜଳ ଓ ମୃତ୍ୟୁୁଚ୍ଛାୟାରୂପ ଦେଶର, [QE][QS]ପୁଣି ପଥିକବିହୀନ ଓ ନିବାସୀଶୂନ୍ୟ ଦେଶର ମଧ୍ୟରେ ଆମ୍ଭମାନଙ୍କୁ କଢ଼ାଇ ଆଣିଲେ, [QE][QS]ସେହି ସଦାପ୍ରଭୁ କାହାନ୍ତି, ଏହା ସେମାନେ କହିଲେ ନାହିଁ। [QE]
7. [QS]ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, [QE][QS]ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; [QE][QS]ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି [QE][QS]ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ। [QE]
8. [QS]“ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, [QE][QS]ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; [QE][QS]ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, [QE][QS]ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ [QE][QS]ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ। [QE]
9. [QS]ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା [QE][QS]ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା। [QE]
10. [QS]ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, [QE][QS]ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; [QE][QS]ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି ? [QE]
11. [QS]ଦେବତାମାନେ ଈଶ୍ୱର ନୋହିଲେ ହେଁ [QE][QS]କୌଣସି ଦେଶୀୟ ଲୋକେ କି ଆପଣା ଦେବତାମାନଙ୍କୁ ବଦଳ କରିଅଛନ୍ତି ? [QE][QS]ମାତ୍ର ଆମ୍ଭର ଲୋକମାନେ ନିଷ୍ଫଳ ବସ୍ତୁ ନିମନ୍ତେ [QE][QS]ଆପଣାମାନଙ୍କର ଗୌରବସ୍ୱରୂପଙ୍କୁ ବଦଳ କରିଅଛନ୍ତି।” [QE]
12. [QS]“ହେ ଆକାଶମଣ୍ଡଳ, ଏଥିରେ ଚମତ୍କୃତ ହୁଅ [QE][QS]ଓ ମହା ଭୟଗ୍ରସ୍ତ ହୋଇ ସଙ୍କୁଚିତ ହୁଅ,” ଏହା ସଦାପ୍ରଭୁ କହନ୍ତି। [QE]
13. [QS]କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; [QE][QS]ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, [QE][QS]ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, [QE][QS]ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ। [QE]
14. [QS]ଇସ୍ରାଏଲ କି ଦାସ ? ସେ କି ଗୃହଜାତ ଜନ୍ମରୁ ଦାସ ? [QE][QS]ତେବେ ସେ କାହିଁକି ଲୁଟିତ ଦ୍ରବ୍ୟ ହୋଇଅଛି ? [QE]
15. [QS]ଯୁବା ସିଂହମାନେ ତାହା ଉପରେ ଗର୍ଜ୍ଜନ ଓ ହୁଙ୍କାର କରିଅଛନ୍ତି [QE][QS]ଓ ସେମାନେ ତାହାର ଦେଶ ଉଜାଡ଼ କରିଅଛନ୍ତି; [QE][QS]ତାହାର ନଗରସବୁ ଦଗ୍ଧ ହୋଇ ନିବାସ ବିହୀନ ହୋଇଅଛି। [QE]
16. [QS]ଆହୁରି ନୋଫର ଓ ତଫନ୍ହେଷର ସନ୍ତାନଗଣ [QE][QS]ତୁମ୍ଭ ମସ୍ତକର ମୁକୁଟକୁ ଭାଙ୍ଗିଅଛନ୍ତି। [QE]
17. [QS]ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ [QE][QS]ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ ? [QE]
18. [QS]ଆଉ, ଏବେ ଶୀହୋରର ଜଳ ପାନ କରିବା ନିମନ୍ତେ [QE][QS]ତୁମ୍ଭେ ମିସରର ପଥରେ କାହିଁକି ଯାଉଅଛ ? [QE][QS]ଅଥବା ଫରାତ୍ ନଦୀର ଜଳ ପାନ କରିବା ନିମନ୍ତେ [QE][QS]ତୁମ୍ଭେ ଅଶୂରର ପଥରେ କାହିଁକି ଯାଉଅଛ ? [QE]
19. [QS]ତୁମ୍ଭ ନିଜର ଦୁଷ୍ଟତା ତୁମ୍ଭକୁ ଶାସ୍ତି ଦେବ [QE][QS]ଓ ତୁମ୍ଭର ବିପଥଗମନ ତୁମ୍ଭକୁ ଅନୁଯୋଗ କରିବ; [QE][QS]ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, [QE][QS]ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପରିତ୍ୟାଗ କରିବାର ଓ ଆମ୍ଭ ବିଷୟକ ଭୟ [QE][QS]ତୁମ୍ଭ ମଧ୍ୟରେ ନ ଥିବାର ଯେ ମନ୍ଦ ଓ ତିକ୍ତ ବିଷୟ, ଏହା ଜ୍ଞାତ ହୋଇ ବୁଝ। [QE]
20. [QS]ପୂର୍ବ କାଳରେ ଆମ୍ଭେ ତୁମ୍ଭର ଯୁଆଳି ଭାଙ୍ଗି ତୁମ୍ଭର ବନ୍ଧନସକଳ ଛେଦନ କଲୁ; [QE][QS]ଆଉ, ତୁମ୍ଭେ କହିଲ, ଆମ୍ଭେ ଦାସ୍ୟକର୍ମ କରିବା ନାହିଁ; [QE][QS]କାରଣ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ ଓ ପ୍ରତ୍ୟେକ ସବୁଜ ବୃକ୍ଷ ତଳେ [QE][QS]ତୁମ୍ଭେ ବ୍ୟଭିଚାର କରିବା ପାଇଁ ନତ ହୋଇଅଛ। [QE]
21. [QS]ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ [QE][QS]ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; [QE][QS]ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ [QE][QS]ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ? [QE]
22. [QS]ପ୍ରଭୁ, ସଦାପ୍ରଭୁ କହନ୍ତି, [QE][QS]ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, [QE][QS]ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି। [QE]
23. [QS]ଆମ୍ଭେ ଅଶୁଚି ନୋହୁଁ, ଆମ୍ଭେ ବାଲ୍ଦେବଗଣର ପଶ୍ଚାଦ୍ଗାମୀ [QE][QS]ହୋଇ ନାହୁଁ ବୋଲି ତୁମ୍ଭେ କିପରି କହିପାର ? [QE][QS]ଉପତ୍ୟକାରେ ତୁମ୍ଭ ଗତାୟାତ ପଥ ଦେଖ, [QE][QS]ଯାହା ତୁମ୍ଭେ କରିଅଛ, ତାହା ଜ୍ଞାତ ହୁଅ; [QE][QS]ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଉଷ୍ଟ୍ରୀ; [QE]
24. [QS]ତୁମ୍ଭେ ପ୍ରାନ୍ତର ପରିଚିତା ବନ୍ୟ ଗର୍ଦ୍ଦଭୀ ଅଟ; [QE][QS]ସେ ଆପଣା ଅଭିଳାଷକ୍ରମେ ବାୟୁ ଆଘ୍ରାଣ କରେ, [QE][QS]ତାହାର ଋତୁ ସମୟରେ କିଏ ତାହାକୁ ଫେରାଇ ପାରଇ ? [QE][QS]ତାହାର ଅନ୍ବେଷଣକାରୀମାନଙ୍କର ଆପଣାମାନଙ୍କୁ କ୍ଳାନ୍ତ କରିବାର ପ୍ରୟୋଜନ ନାହିଁ; [QE][QS]ସେମାନେ ତାହାର ନିୟମିତ ମାସରେ ତାହାକୁ ପାଇବେ। [QE]
25. [QS]ତୁମ୍ଭେ ଆପଣା ଚରଣ ପାଦୁକାରହିତ ଓ କଣ୍ଠ ଶୁଷ୍କ ହେବାକୁ ଦିଅ ନାହିଁ; [QE][QS]ମାତ୍ର ତୁମ୍ଭେ କହିଲ, ଆଉ ଭରସା ନାହିଁ; [QE][QS]ନା, କାରଣ ମୁଁ ବିଦେଶୀୟମାନଙ୍କୁ ପ୍ରେମ କରିଅଛି [QE][QS]ଓ ମୁଁ ସେମାନଙ୍କର ପଶ୍ଚାଦ୍ଗାମିନୀ ହେବି। [QE]
26. [QS]ଚୋର ଧରା ପଡ଼ିଲେ ଯେପରି ଲଜ୍ଜିତ ହୁଏ, [QE][QS]ସେପରି ଇସ୍ରାଏଲ ବଂଶ, ସେମାନଙ୍କର ରାଜାଗଣ, [QE][QS]ସେମାନଙ୍କର ଅଧିପତିଗଣ, ସେମାନଙ୍କର ଯାଜକଗଣ [QE][QS]ଓ ସେମାନଙ୍କର ଭବିଷ୍ୟଦ୍ବକ୍ତାଗଣ ସମସ୍ତେ ଲଜ୍ଜିତ ହୋଇଅଛନ୍ତି; [QE]
27. [PS]ସେମାନେ ଖଣ୍ଡେ କାଠମୁଣ୍ଡାକୁ କହନ୍ତି, “ତୁମ୍ଭେ ଆମ୍ଭର ପିତା” [QE][QS]ଓ ପଥରକୁ କହନ୍ତି, “ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ,” [QE][QS]ସେମାନେ ଆମ୍ଭ ଆଡ଼କୁ ମୁଖ ନ ଫେରାଇ ଆପଣା ଆପଣା ପିଠି ଫେରାଇ ଅଛନ୍ତି; [QE][QS]ବିପଦ ସମୟରେ ସେମାନେ କହିବେ, “ତୁମ୍ଭେ ଉଠ, ଆମ୍ଭମାନଙ୍କୁ ଉଦ୍ଧାର କର।” [QE]
28. [QS]ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି ? [QE][QS]ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; [QE][QS]କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି। [QE]
29. [QS]“ତୁମ୍ଭେମାନେ କାହିଁକି ଆମ୍ଭ ସଙ୍ଗେ ବିବାଦ କରିବ ?” [QE][QS]ସଦାପ୍ରଭୁ କହନ୍ତି, “ତୁମ୍ଭେ ସମସ୍ତେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛ।” [QE]
30. [QS]ଆମ୍ଭେ ବ୍ୟର୍ଥରେ ତୁମ୍ଭ ସନ୍ତାନଗଣକୁ ଆଘାତ କରିଅଛୁ; [QE][QS]ସେମାନେ ଶାସ୍ତି ଗ୍ରାହ୍ୟ କଲେ ନାହିଁ; [QE][QS]ତୁମ୍ଭମାନଙ୍କର ନିଜ ଖଡ୍ଗ, ବିନାଶକ ସିଂହ ତୁଲ୍ୟ [QE][QS]ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାଗଣଙ୍କୁ ଗ୍ରାସ କରିଅଛି। [QE]
31. [QS]ହେ ବର୍ତ୍ତମାନ କାଳର ଲୋକମାନେ, [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, [QE][QS]ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, [QE][QS]ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? [QE][QS]ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, [QE][QS]“ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ? [QE]
32. [QS]କନ୍ୟା କି ଆପଣା ଅଳଙ୍କାର [QE][QS]ଓ ବିବାହିତା କନ୍ୟା କି ଆପଣା ଭୂଷଣ ପାସୋରି ପାରେ ? [QE][QS]ତଥାପି ଆମ୍ଭର ଲୋକେ ଆମ୍ଭକୁ ଅସଂଖ୍ୟ ଦିନ ପାସୋରି ଅଛନ୍ତି। [QE]
33. [QS]ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ ! [QE][QS]ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ। [QE]
34. [QS]ଆହୁରି, ତୁମ୍ଭ ବସ୍ତ୍ରର ଅଞ୍ଚଳରେ ନିର୍ଦ୍ଦୋଷ ଦୀନହୀନମାନଙ୍କ ପ୍ରାଣର ରକ୍ତ ଦେଖାଯାଏ; [QE][QS]ତାହା ସିନ୍ଧି କାଟିବା ସ୍ଥାନରେ ନୁହେଁ, ମାତ୍ର ଏହିସବୁର ଉପରେ ଆମ୍ଭେ ଦେଖିଅଛୁ। [QE]
35. [QS]ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; [QE][QS]ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” [QE][QS]ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” [QE][QS]ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା। [QE]
36. [QS]ତୁମ୍ଭେ ଆପଣା ପଥ ପରିବର୍ତ୍ତନ କରିବା ପାଇଁ [QE][QS]କାହିଁକି ଏଣେତେଣେ ମିଥ୍ୟାରେ ଏତେ ଭ୍ରମଣ କରୁଅଛ ? [QE][QS]ତୁମ୍ଭେ ଅଶୂରର ବିଷୟରେ ଯେପରି ଲଜ୍ଜିତା ହୋଇଥିଲ, [QE][QS]ସେପରି ମିସରର ବିଷୟରେ ହେଁ ଲଜ୍ଜିତା ହେବ। [QE]
37. [QS]ତୁମ୍ଭେ ଆପଣା ମୁଣ୍ଡରେ ହାତ ଦେଇ ତାହା ନିକଟରୁ ମଧ୍ୟ ବାହାରି ଯିବ; [QE][QS]କାରଣ ସଦାପ୍ରଭୁ ତୁମ୍ଭର ବିଶ୍ୱାସପାତ୍ରମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି [QE][QS]ଓ ସେମାନଙ୍କ ଦ୍ୱାରା ତୁମ୍ଭେ କୃତକାର୍ଯ୍ୟ ହେବ ନାହିଁ। [QE]