ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଯିରିମିୟ
1. {#1ଯିରୂଶାଲମର ପରାଜୟ ବିଷୟରେ ଭବିଷ୍ୟତବାଣୀ } [PS]ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା,
2. “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା। [PE]
3. [PS]ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ;
4. ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା।
5. ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା।
6. ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।’ [PE]
7.
8. [PS]ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’ [PE][PS]ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁୁର ପଥ ରଖୁଅଛୁ।
9. ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରି ଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।’ [PE]
10.
11. [PS]କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।’ ” [PE]{#1ଦାଉଦ ବଂଶ ପ୍ରତି ବାର୍ତ୍ତା }
12. [PS]ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; [PE][QS]ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, [QE][QS]“ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର [QE][QS]ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, [QE][QS]ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ [QE][QS]ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ [QE][QS]ଓ କେହି ତାହା ଲିଭାଇ ପାରିବ ନାହିଁ।” [QE]
13. [QS]ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, [QE][QS]“ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; [QE][QS]ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? [QE][QS]ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?” [QE]
14. [QS]ସଦାପ୍ରଭୁ କହନ୍ତି, [QE][QS]“ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; [QE][QS]ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, [QE][QS]ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।” [QE]

ରେକର୍ଡଗୁଡିକ

Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 52
ଯିରୂଶାଲମର ପରାଜୟ ବିଷୟରେ ଭବିଷ୍ୟତବାଣୀ 1 ସିଦିକୀୟ ରାଜା ଯେଉଁ ସମୟରେ ମଲ୍‍କୀୟର ପୁତ୍ର ପଶ୍‍ହୂରକୁ ଓ ମାସେୟର ପୁତ୍ର ସଫନୀୟ ଯାଜକକୁ ଯିରିମୀୟଙ୍କ ନିକଟକୁ ପଠାଇ କହିଲା, 2 “ଯଥା, ବିନୟ କରୁଅଛୁ, ତୁମ୍ଭେ ଆମ୍ଭମାନଙ୍କ ପକ୍ଷରୁ ସଦାପ୍ରଭୁଙ୍କୁ ପଚାର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛି; କେଜାଣି ସଦାପ୍ରଭୁ ଆପଣାର ସକଳ ଆଶ୍ଚର୍ଯ୍ୟ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରିବେ, ତାହାହେଲେ ସେ ଆମ୍ଭମାନଙ୍କ ନିକଟରୁ ଉଠି ପ୍ରସ୍ଥାନ କରିବ,” ସେସମୟରେ ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା। 3 ତହିଁରେ ଯିରିମୀୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସିଦିକୀୟକୁ ଏହି କଥା କହିବ; 4 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ତୁମ୍ଭେମାନେ ଆପଣା ହସ୍ତସ୍ଥିତ ଯେଉଁସକଳ ଯୁଦ୍ଧାସ୍ତ୍ର ଦ୍ୱାରା ବାବିଲର ରାଜା ଓ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କ ସହିତ ପ୍ରାଚୀରର ବାହାରେ ଯୁଦ୍ଧ କରୁଅଛ, ଆମ୍ଭେ ସେହିସବୁକୁ ଫେରାଇ ଦେବା ଓ ଆମ୍ଭେ ଏହି ନଗର ମଧ୍ୟରେ ସେସବୁକୁ ସଂଗ୍ରହ କରିବା। 5 ପୁଣି, ଆମ୍ଭେ ଆପେ ବିସ୍ତୃତ ହସ୍ତ ଓ ବଳବାନ ବାହୁ ଦ୍ୱାରା କ୍ରୋଧରେ, ପ୍ରଚଣ୍ଡ ରୋଷରେ ଓ ମହାକୋପରେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବା। 6 ଆଉ, ଆମ୍ଭେ ଏହି ନଗରବାସୀ ମନୁଷ୍ୟ ଓ ପଶୁ ସମସ୍ତଙ୍କୁ ସଂହାର କରିବା; ସେମାନେ ମହାମାରୀରେ ମରିବେ।’ 7 8 ଆଉ, ସଦାପ୍ରଭୁ କହନ୍ତି, ‘ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’ ପୁଣି, ତୁମ୍ଭେ ଏହି ଲୋକମାନଙ୍କୁ କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରେ ଜୀବନର ପଥ ଓ ମୃତ୍ୟୁୁର ପଥ ରଖୁଅଛୁ। 9 ଯେଉଁ ଲୋକ ଏହି ନଗର ମଧ୍ୟରେ ରହିବ, ସେ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀରେ ମରିବ; ମାତ୍ର ଯେଉଁ ଲୋକ ବାହାରି ଯାଇ ତୁମ୍ଭମାନଙ୍କର ଅବରୋଧକାରୀ କଲ୍‍ଦୀୟମାନଙ୍କର ପକ୍ଷ ହେବ, ସେ ବଞ୍ଚିବ ଓ ତାହାର ପ୍ରାଣ ତାହା ପ୍ରତି ଲୁଟିତ ଦ୍ରବ୍ୟ ତୁଲ୍ୟ ହେବ।’ 10 11 କାରଣ ସଦାପ୍ରଭୁ କହନ୍ତି, ‘ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।’ ” ଦାଉଦ ବଂଶ ପ୍ରତି ବାର୍ତ୍ତା 12 ଆଉ, ଯିହୁଦାର ରାଜବଂଶ ବିଷୟରେ ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; ହେ ଦାଉଦ ବଂଶ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ପ୍ରଭାତରେ ବିଚାର ନିଷ୍ପତ୍ତି କର ଓ ଲୁଟିତ ଲୋକକୁ ଉପଦ୍ରବୀର ହସ୍ତରୁ ଉଦ୍ଧାର କର, ନୋହିଲେ ତୁମ୍ଭମାନଙ୍କ ଦୁଷ୍ଟାଚରଣ ହେତୁରୁ ଆମ୍ଭର ପ୍ରଚଣ୍ଡ କ୍ରୋଧ ଅଗ୍ନି ତୁଲ୍ୟ ବାହାରି ଦଗ୍ଧ କରିବ ଓ କେହି ତାହା ଲିଭାଇ ପାରିବ ନାହିଁ।” 13 ହେ ଉପତ୍ୟକା ଓ କ୍ଷେତ୍ରସ୍ଥ ଶୈଳନିବାସିନୀ, ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; ତୁମ୍ଭେମାନେ କହୁଅଛ, ଆମ୍ଭମାନଙ୍କ ବିରୁଦ୍ଧରେ କିଏ ଆସିବ ? ଅବା କିଏ ଆମ୍ଭମାନଙ୍କ ନିବାସ ସ୍ଥାନରେ ପ୍ରବେଶ କରିବ ?” 14 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”
Total 52 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 21 / 52
×

Alert

×

Oriya Letters Keypad References