1. {ଯିରୂଶାଲମର ପତନ} PS ଏଥିଉତ୍ତାରେ ଯିହୁଦାର ରାଜା ସିଦିକୀୟଙ୍କ ରାଜତ୍ଵର ନବମ ବର୍ଷର ଦଶମ ମାସରେ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଯିରୂଶାଲମର ବିରୁଦ୍ଧରେ ଆସି ତାହା ଅବରୋଧ କଲେ;
|
2. ସିଦିକୀୟଙ୍କ ରାଜତ୍ଵର ଏକାଦଶ ବର୍ଷର ଚତୁର୍ଥ ମାସର ନବମ ଦିନରେ ନଗରର ଏକ ସ୍ଥାନ ଭଗ୍ନ ହେଲା। ଏହିରୂପେ ଯିରୂଶାଲମ ହସ୍ତଗତ ହୁଅନ୍ତେ,
|
3. ବାବିଲ ରାଜାର ଅଧିପତିସକଳ, ଅର୍ଥାତ୍, ନେର୍ଗଲ ଶରେତ୍ସର, ସମ୍ଗର-ନବୋ, ଶର୍ସଖୀମ୍, ରବ୍ସାରୀସ୍, ନେର୍ଗଲ ଶରେତ୍ସର, ରବମାଗ୍ ପ୍ରଭୃତି ବାବିଲ ରାଜାର ଅବଶିଷ୍ଟ ଅଧିପତି ସମସ୍ତେ ଭିତରେ ଆସି ମଧ୍ୟମ ଦ୍ୱାରରେ ବସିଲେ। PEPS
|
4. ତହିଁରେ ଯିହୁଦାର ରାଜା ସିଦିକୀୟ ଓ ଯୋଦ୍ଧା ସମସ୍ତେ ସେମାନଙ୍କୁ ଦେଖି ପଳାଇଗଲେ, ସେମାନେ ରାତ୍ରିକାଳରେ ରାଜାର ଉଦ୍ୟାନ ନିକଟସ୍ଥ ପଥ ଦେଇ ଦୁଇ ପ୍ରାଚୀରର ମଧ୍ୟସ୍ଥିତ ଦ୍ୱାରରେ ନଗରରୁ ବାହାରି ଗଲେ; ପୁଣି, ସେ ଆରାବା ପଥରେ ଚାଲିଗଲା।
|
5. ମାତ୍ର କଲ୍ଦୀୟମାନଙ୍କ ସୈନ୍ୟ ସେମାନଙ୍କ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକୀୟ ନିକଟରେ ପହଞ୍ଚିଲେ ଓ ତାହାକୁ ଧରି ହମାତ୍ ଦେଶସ୍ଥ ରିବ୍ଲାରେ ବାବିଲର ରାଜା ନବୂଖଦ୍ନିତ୍ସର ନିକଟକୁ ଆଣିଲେ, ତହିଁରେ ସେ ତାହାର ଦଣ୍ଡାଜ୍ଞା ଦେଲା। PEPS
|
6. ପୁଣି, ବାବିଲର ରାଜା ରିବ୍ଲାରେ ସିଦିକୀୟର ଦୃଷ୍ଟିଗୋଚରରେ ତାହାର ପୁତ୍ରମାନଙ୍କୁ ବଧ କଲା; ମଧ୍ୟ ବାବିଲର ରାଜା ଯିହୁଦାର ଅଧିପତି ସମସ୍ତଙ୍କୁ ବଧ କଲା।
|
8. ପୁଣି, କଲ୍ଦୀୟମାନେ ରାଜାର ଗୃହ ଓ ଲୋକମାନଙ୍କର ଗୃହସବୁ ଅଗ୍ନିରେ ଦଗ୍ଧ କଲେ, ଆଉ ଯିରୂଶାଲମର ପ୍ରାଚୀରସବୁ ଭାଙ୍ଗି ପକାଇଲେ।
|
9. ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀକରି ବାବିଲକୁ ନେଇଗଲା।
|
10. ମାତ୍ର ପ୍ରହରୀବର୍ଗର ସେନାପତି ନବୂଷରଦନ୍, କେତେଗୁଡ଼ିଏ ଦୀନ ଦରିଦ୍ର ଲୋକଙ୍କୁ ଯିହୁଦା ଦେଶରେ ଛାଡ଼ିକରି ଗଲା, ଆଉ ସେହି ସମୟରେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଓ ଭୂମି ଦେଲା। PS
|
11. {ଯିରିମୀୟଙ୍କ ମୁକ୍ତି} PS ପୁଣି, ବାବିଲର ରାଜା ନବୂଖଦ୍ନିତ୍ସର ଯିରିମୀୟଙ୍କ ବିଷୟରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍କୁ ଏହି ଆଜ୍ଞା କଲା,
|
12. “ତୁମ୍ଭେ ତାଙ୍କୁ ନେଇ ଭଲ ରୂପେ ତାଙ୍କର ତତ୍ତ୍ୱାବଧାନ କର ଓ ତାଙ୍କର କୌଣସି କ୍ଷତି କର ନାହିଁ; ପୁଣି, ସେ ଯେପରି ତୁମ୍ଭକୁ କହନ୍ତି, ସେପରି ତାଙ୍କ ପ୍ରତି କର।” PEPS
|
13. ତହିଁରେ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଓ ନବୂଶସ୍ବନ୍, ରବ୍ସାରୀସ୍ ଓ ନେର୍ଗଲ ଶରେତ୍ସର, ରବମାଗ୍ ଓ ବାବିଲ ରାଜାର ସମସ୍ତ ପ୍ରଧାନବର୍ଗ ଲୋକ ପଠାଇଲେ।
|
14. ସେମାନେ ଲୋକ ପଠାଇ ପ୍ରହରୀ ପ୍ରାଙ୍ଗଣରୁ ଯିରିମୀୟଙ୍କୁ ଆଣିଲେ, ପୁଣି ଗୃହକୁ ନେଇଯିବା ନିମନ୍ତେ ତାଙ୍କୁ ଶାଫନ୍ର ପୌତ୍ର ଅହୀକାମ୍ର ପୁତ୍ର ଗଦଲୀୟଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଯିରିମୀୟ ଲୋକମାନଙ୍କ ମଧ୍ୟରେ ବାସ କଲେ। ଏବଦ୍-ମେଲକ ପାଇଁ କୁଶଳବାର୍ତ୍ତା PEPS
|
16. ତୁମ୍ଭେ ଯାଇ କୂଶୀୟ ଏବଦ୍-ମେଲକକୁ କୁହ, “ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଦେଖ, ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳର ନିମନ୍ତେ ଆମ୍ଭେ ଏହି ନଗର ଉପରେ ଆପଣାର ବାକ୍ୟ ସବୁ ସଫଳ କରିବା; ପୁଣି, ସେଦିନ ତୁମ୍ଭ ସାକ୍ଷାତରେ ସେସବୁ ସଫଳ ହେବ।’ PEPS
|
17. ମାତ୍ର ସଦାପ୍ରଭୁ କହନ୍ତି, ‘ସେଦିନରେ ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା; ପୁଣି, ତୁମ୍ଭେ ଯେଉଁ ଲୋକମାନଙ୍କ ବିଷୟରେ ଭୟ କରୁଅଛ, ସେମାନଙ୍କ ହସ୍ତରେ ସମର୍ପିତ ହେବ ନାହିଁ।
|
18. କାରଣ ଆମ୍ଭେ ନିଶ୍ଚୟ ତୁମ୍ଭକୁ ରକ୍ଷା କରିବା, ତୁମ୍ଭେ ଖଡ୍ଗରେ * ଖଡ୍ଗରେ ଅର୍ଥାତ୍ ଯୁଦ୍ଧରେ ପତିତ ହେବ ନାହିଁ, ମାତ୍ର ତୁମ୍ଭ ପ୍ରାଣ ତୁମ୍ଭ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ: ଯେହେତୁ ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରିଅଛ,’ ଏହା ସଦାପ୍ରଭୁ କହନ୍ତି।” PE
|