1. {ମିସରର ବିଚାର} PS ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।
|
2. ମିସର ବିଷୟ। “ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ବାବିଲର ରାଜା ନବୂଖଦ୍ନିତ୍ସର, ମିସରର ରାଜା ଫାରୋ ନଖୋର ଯେଉଁ ସୈନ୍ୟସାମନ୍ତକୁ ପରାଜୟ କଲା, ଫରାତ୍ ନଦୀ ନିକଟସ୍ଥ କର୍କମୀଶରେ ଉପସ୍ଥିତ ସେହି ସୈନ୍ୟସାମନ୍ତ ବିଷୟକ କଥା।
|
4. ହେ ଅଶ୍ୱାରୋହୀମାନେ, ତୁମ୍ଭେମାନେ ଅଶ୍ୱଗଣକୁ ସଜ୍ଜିତ କରି ଆରୋହଣ କର
ଓ ମସ୍ତକର ଟୋପର ପିନ୍ଧି ସମ୍ମୁଖରେ ଠିଆ ହୁଅ; ବର୍ଚ୍ଛା ଚିକ୍କଣ କର, ସାଞ୍ଜୁଆ ପିନ୍ଧ। |
5. ଆମ୍ଭେ ସେମାନଙ୍କୁ ଉଦ୍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ ?
ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି,” ଏହା ସଦାପ୍ରଭୁ କହନ୍ତି। |
6. ଦ୍ରୁତଗାମୀ ପଳାୟନ ନ କରୁ, କିଅବା ବୀର ରକ୍ଷା ନ ପାଉ;
ଉତ୍ତର ଦିଗରେ ଫରାତ୍ ନଦୀ ନିକଟରେ ସେମାନେ ଝୁଣ୍ଟି ପଡ଼ିଅଛନ୍ତି। |
8. ମିସର ନୀଳ ନଦୀ ତୁଲ୍ୟ ଉଠୁଅଛି,
ତାହାର ଜଳରାଶି ନଦୀସମୂହର ତୁଲ୍ୟ ଉତ୍କ୍ଷିପ୍ତ ହେଉଅଛି, ଆଉ ସେ କହୁଅଛି, “ମୁଁ ଉଚ୍ଛୁଳି ଉଠିବି, ମୁଁ ପୃଥିବୀକି ପ୍ଳାବିତ କରିବି; ମୁଁ ନଗର ଓ ତନ୍ନିବାସୀମାନଙ୍କୁ ନଷ୍ଟ କରିବି।” |
9. ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର;
ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ। |
10. କାରଣ ସେଦିନ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର
ପ୍ରତିଶୋଧ ନେବାର ଓ ତାହାଙ୍କ ବିପକ୍ଷମାନଙ୍କୁ ପ୍ରତିଫଳ ଦେବାର ଦିନ ଅଟେ; ଖଡ୍ଗ ଗ୍ରାସ କରି ତୃପ୍ତ ହେବ ଓ ସେମାନଙ୍କର ରକ୍ତ ପାନ କରି ପରିତୃପ୍ତ ହେବ; କାରଣ ଫରାତ୍ ନଦୀ ନିକଟସ୍ଥ ଉତ୍ତର ଦେଶରେ ପ୍ରଭୁଙ୍କର ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଯଜ୍ଞ ଅଛି। |
11. ଗୋ ମିସରର ଅନୁଢ଼ା କନ୍ୟେ, ତୁମ୍ଭେ ଗିଲୀୟଦକୁ ଉଠି ଯାଇ ଔଷଧ ନିଅ।
ତୁମ୍ଭେ ବ୍ୟର୍ଥରେ ଅନେକ ଔଷଧ ବ୍ୟବହାର କରୁଅଛ; ତୁମ୍ଭ ପାଇଁ ଆରୋଗ୍ୟ ନାହିଁ। |
12. ସମସ୍ତ ଜାତିଗଣ ତୁମ୍ଭ ଅପମାନର କଥା ଶୁଣିଅଛନ୍ତି,
ତୁମ୍ଭର କାତରୋକ୍ତିରେ ପୃଥିବୀ ପରିପୂର୍ଣ୍ଣ; କାରଣ ବୀର ବୀର ଉପରେ ଝୁଣ୍ଟି ପଡ଼ିଅଛି; ସେ ଦୁହେଁ ଏକତ୍ର ପଡ଼ିଅଛନ୍ତି। ନବୂଖଦ୍ନିତ୍ସରର ଆଗମନ PEPS |
13. ବାବିଲର ରାଜା ନବୂଖଦ୍ନିତ୍ସର ମିସର ଦେଶକୁ ଆସି ତାହା ପରାସ୍ତ କରିବା ବିଷୟରେ ସଦାପ୍ରଭୁ ଯିରିମୀୟଙ୍କୁ ଯେଉଁ କଥା କହିଲେ, ତାହା ଏହି, ଯଥା,
|
14. “ତୁମ୍ଭେମାନେ ମିସରରେ ପ୍ରଚାର କର, ମିଗ୍ଦୋଲରେ ଘୋଷଣା କର,
ଆଉ ନୋଫ ଓ ତଫନ୍ହେଷରରେ ଘୋଷଣା କର; ତୁମ୍ଭେମାନେ କୁହ, ‘ତୁମ୍ଭେ ଠିଆ ହୁଅ, ଆପଣାକୁ ପ୍ରସ୍ତୁତ କର, କାରଣ ଖଡ୍ଗ ତୁମ୍ଭ ଚାରିଆଡ଼େ ସବୁ ଗ୍ରାସ କରିଅଛି।’ |
15. ତୁମ୍ଭର ବଳବାନ ଲୋକମାନେ କାହିଁକି ଭାସିଗଲେ ?
ସେମାନେ ସ୍ଥିର ରହି ପାରିଲେ ନାହିଁ, କାରଣ ସଦାପ୍ରଭୁ ସେମାନଙ୍କୁ ତଡ଼ି ଦେଲେ।” |
16. ସେ ଅନେକଙ୍କୁ ଝୁଣ୍ଟାଇ ପକାଇଲେ,
ସେମାନେ ପରସ୍ପର ଉପରେ ପଡ଼ିଲେ; ପୁଣି, ସେମାନେ କହିଲେ, “ଉଠ, ଆମ୍ଭେମାନେ ଉତ୍ପୀଡ଼କ ଖଡ୍ଗରୁ ପଳାଇ ଆପଣା ଲୋକମାନଙ୍କ ନିକଟକୁ ଓ ଆପଣା ଜନ୍ମ ଦେଶକୁ ପୁନର୍ବାର ଯାଉ।” |
17. ସେସ୍ଥାନରେ ଲୋକମାନେ ଉଚ୍ଚ ସ୍ୱରରେ କହିଲେ,
“ମିସରର ରାଜା ଫାରୋ ଶବ୍ଦମାତ୍ର; ସେ ନିରୂପିତ ସମୟ ବହି ଯିବାକୁ ଦେଇଅଛି।” |
18. ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି,
“ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ। |
19. ଆଗୋ ମିସର ନିବାସିନୀ କନ୍ୟେ,
ତୁମ୍ଭେ ବନ୍ଦୀତ୍ୱକୁ ଯିବା ପାଇଁ ଆପଣାର ସମ୍ବଳ ପ୍ରସ୍ତୁତ କର; କାରଣ ନୋଫ ଧ୍ୱଂସିତ, ଦଗ୍ଧ ଓ ନିବାସୀବିହୀନ ହେବ। |
21. ଆହୁରି, ମିସରର ମଧ୍ୟବର୍ତ୍ତୀ ବେତନଗ୍ରାହୀ ଲୋକମାନେ ଗୋଶାଳାର ଗୋବତ୍ସ ତୁଲ୍ୟ;
କାରଣ ସେମାନେ ମଧ୍ୟ ଫେରି ଯାଇଅଛନ୍ତି, ସେମାନେ ଏକତ୍ର ପଳାଇଅଛନ୍ତି, ସେମାନେ ସ୍ଥିର ହୋଇ ରହିଲେ ନାହିଁ, କାରଣ ସେମାନଙ୍କର ବିପଦର ଦିନ, ପ୍ରତିଫଳ ପାଇବାର ସମୟ ସେମାନଙ୍କର ନିକଟରେ ଉପସ୍ଥିତ ହେଲା। |
22. ଶତ୍ରୁମାନେ ସୈନ୍ୟ ସହିତ ଅଗ୍ରସର ହେବେ
ଓ କାଠକଟାଳୀମାନଙ୍କ ପରି କୁହ୍ରାଡ଼ି ନେଇ ତାହା ବିରୁଦ୍ଧରେ ଆସିବେ, ତହିଁରେ ତାହାର ଶବ୍ଦ ସର୍ପ ତୁଲ୍ୟ ଅଗ୍ରସର ହେବ।” |
23. ସଦାପ୍ରଭୁ କହନ୍ତି, “ତାହାର ଅରଣ୍ୟ ଅଗମ୍ୟ ହେଲେ ହେଁ
ସେମାନେ ତାହା ହାଣି ପକାଇବେ; କାରଣ ସେମାନେ ପଙ୍ଗପାଳ ଅପେକ୍ଷା ଅନେକ ଓ ଅସଂଖ୍ୟ ଅଟନ୍ତି। |
25. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି: “ଦେଖ, ଆମ୍ଭେ ନୋ ଦେଶୀୟ ଆମୋନ୍କୁ, ଆଉ ଫାରୋ, ମିସର ଓ ତାହାର ଦେବଗଣ ଓ ରାଜାଗଣଙ୍କୁ; ହଁ, ଫାରୋ ଓ ତାହାର ଶରଣାପନ୍ନ ସମସ୍ତଙ୍କୁ ଦଣ୍ଡ ଦେବା;
|
26. ପୁଣି, ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀ ଲୋକମାନଙ୍କ ହସ୍ତରେ ଓ ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ଦାସମାନଙ୍କ ହସ୍ତରେ ଆମ୍ଭେ ସେମାନଙ୍କୁ ସମର୍ପଣ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ତହିଁ ଉତ୍ତାରେ ସେ ଦେଶ ପୂର୍ବ କାଳର ନ୍ୟାୟ ବସତି ସ୍ଥାନ ହେବ।” PS
|
27. {ସଦାପ୍ରଭୁ ତାଙ୍କ ଲୋକଙ୍କୁ ରକ୍ଷା କରିବେ} PS ମାତ୍ର ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ, କିଅବା ହେ ଇସ୍ରାଏଲ, ତୁମ୍ଭେ ନିରାଶ ହୁଅ ନାହିଁ: କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବା; ତହିଁରେ ଯାକୁବ ଫେରି ଆସି ନିର୍ଭୟ ଓ ନିଶ୍ଚିନ୍ତରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।
|
28. ସଦାପ୍ରଭୁ କହନ୍ତି, “ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ: ଯେଉଁମାନଙ୍କ ମଧ୍ୟକୁ ଆମ୍ଭେ ତୁମ୍ଭକୁ ତଡ଼ି ଦେଇଅଛୁ, ସେହିସବୁ ଗୋଷ୍ଠୀଙ୍କୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା, ମାତ୍ର ଆମ୍ଭେ ତୁମ୍ଭକୁ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ତୁମ୍ଭକୁ ବିବେଚନାପୂର୍ବକ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଅଦଣ୍ଡିତ କରି ଛାଡ଼ିବା ନାହିଁ।” PE
|