1. {#1ପଲେଷ୍ଟୀୟର ବିଚାର }
2. [PS]ଫାରୋ ଘସା ନଗର ପରାସ୍ତ କରିବା ପୂର୍ବେ ପଲେଷ୍ଟୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଯିରିମୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ। [PE][QS]“ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଉତ୍ତର ଦିଗରୁ ଜଳ ଉଛୁଳୁଅଛି, [QE][QS]ତାହା ପ୍ଳାବନକାରୀ ବଢ଼ି ହୋଇ ଦେଶ ଓ ତନ୍ମଧ୍ୟସ୍ଥ ସମସ୍ତ ବସ୍ତୁକୁ, [QE][QS]ନଗର ଓ ତନ୍ନିବାସୀମାନଙ୍କୁ ମଗ୍ନ କରିବ; [QE][QS]ତହିଁରେ ମନୁଷ୍ୟମାନେ କ୍ରନ୍ଦନ କରିବେ, ଦେଶ ନିବାସୀ ସମସ୍ତେ ହାହାକାର କରିବେ।’ ” [QE]
3. [QS]ତାହାର ବଳବାନ ଅଶ୍ୱଗଣର ଖୁରା ଶବ୍ଦରେ, [QE][QS]ରଥସମୂହର ବେଗ ଗମନରେ ଓ ଚକ୍ରର ଘର ଘର ଶବ୍ଦରେ [QE][QS]ପିତୃଗଣ ଦୁର୍ବଳହସ୍ତ ହେବାରୁ ଆପଣା ସନ୍ତାନଗଣ ପ୍ରତି ଫେରି ଅନାଇବେ ନାହିଁ; [QE]
4. [QS]କାରଣ ପଲେଷ୍ଟୀୟ ସମସ୍ତଙ୍କର ସର୍ବସ୍ୱ ହରଣ କରିବାର, [QE][QS]ସୋର ଓ ସୀଦୋନର ସହକାରୀ ପ୍ରତ୍ୟେକ ଅବଶିଷ୍ଟ ଲୋକଙ୍କୁ [QE][QS]ଉଚ୍ଛିନ୍ନ କରିବାର ଦିନ ଆସୁଅଛି; [QE][QS]ଯେହେତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କର, [QE][QS]କପ୍ତୋର ଦ୍ୱୀପର ଅବଶିଷ୍ଟ ଲୋକଙ୍କର ସର୍ବସ୍ୱ ହରଣ କରିବେ। [QE]
5. [PS]ଘସାର ମସ୍ତକ ଟାଙ୍ଗରା ହୋଇଅଛି; ଅସ୍କିଲୋନ, ସେମାନଙ୍କ ତଳଭୂମିର ଅବଶିଷ୍ଟାଂଶ ଲୋକମାନେ ନୀରବ ହୋଇଅଛନ୍ତି; ତୁମ୍ଭେ କେତେ କାଳ ଆପଣାକୁ କଟାକଟି କରିବ ? [QE]
6. [QS]ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ ? [QE][QS]ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ। [QE]
7. [QS]ସଦାପ୍ରଭୁ ତୁମ୍ଭକୁ ଆଜ୍ଞା ଦେଇଅଛନ୍ତି, ଏଣୁ ତୁମ୍ଭେ କିପରି କ୍ଷାନ୍ତ ହୋଇପାର ? [QE][QS]ସେ ଅସ୍କିଲୋନର ବିରୁଦ୍ଧରେ, ସମୁଦ୍ରତୀର ବିରୁଦ୍ଧରେ ତାହା ନିଯୁକ୍ତ କରିଅଛନ୍ତି। [QE]